ଗଣନା ପୁସ୍ତକ 9 : 1 (ORV)
ଅନନ୍ତର ଲୋକମାନେ ମିସର ଦେଶରୁ ବାହାର ହେଲା ଉତ୍ତାରେ ଦ୍ଵିତୀୟ ବର୍ଷର ପ୍ରଥମ ମାସରେ ସୀନୟ ପ୍ରାନ୍ତରରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
ଗଣନା ପୁସ୍ତକ 9 : 2 (ORV)
ଇସ୍ରାଏଲ-ସନ୍ତାନଗଣ ନିରୂପିତ ସମୟରେ ନିସ୍ତାର ପର୍ବ ପାଳନ କରନ୍ତୁ;
ଗଣନା ପୁସ୍ତକ 9 : 3 (ORV)
ଏହି ମାସ ଚତୁର୍ଦ୍ଦଶ ଦିନର ସନ୍ଧ୍ୟା କାଳର ନିରୂପିତ ସମୟରେ ତୁମ୍ଭେମାନେ ତାହା ପାଳନ କରିବ; ତହିଁର ସମସ୍ତ ବିଧି ଓ ନିୟମ ଅନୁସାରେ ତାହା ପାଳନ କରିବ ।
ଗଣନା ପୁସ୍ତକ 9 : 4 (ORV)
ତହୁଁ ମୋଶା ଇସ୍ରାଏଲ-ସନ୍ତାନଗଣକୁ ନିସ୍ତାର ପର୍ବ ପାଳନ କରିବା ପାଇଁ କହିଲେ ।
ଗଣନା ପୁସ୍ତକ 9 : 5 (ORV)
ତହିଁରେ ସେମାନେ ପ୍ରଥମ ମାସ ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ବେଳେ ସୀନୟ ପ୍ରାନ୍ତରରେ ନିସ୍ତାର ପର୍ବ ପାଳନ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ ସବୁ କର୍ମ କଲେ ।
ଗଣନା ପୁସ୍ତକ 9 : 6 (ORV)
ମାତ୍ର କେତେକ ଲୋକ ମନୁଷ୍ୟର ଶବ ସ୍ପର୍ଶ କରି ଅଶୁଚି ହେବାରୁ ସେହିଦିନ ସେମାନେ ନିସ୍ତାର ପର୍ବ ପାଳନ କରି ପାରିଲେ ନାହିଁ; ଏନିମନ୍ତେ ସେମାନେ ସେହିଦିନ ମୋଶା ଓ ହାରୋଣଙ୍କ ନିକଟକୁ ଆସିଲେ ।
ଗଣନା ପୁସ୍ତକ 9 : 7 (ORV)
ସେହି ଲୋକମାନେ ତାଙ୍କୁ କହିଲେ, ଆମ୍ଭେମାନେ ମନୁଷ୍ୟର ଶବ ଦ୍ଵାରା ଅଶୁଚି ହୋଇଅଛୁ; ଏହେତୁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରିବା ପାଇଁ କିହେତୁ ଆମ୍ଭେମାନେ ନିବାରିତ ହେଉ?
ଗଣନା ପୁସ୍ତକ 9 : 8 (ORV)
ତେବେ ମୋଶା ସେମାନଙ୍କୁ କହିଲେ, ତୁମ୍ଭେମାନେ ରହିଥାଅ; ତୁମ୍ଭମାନଙ୍କ ବିଷୟରେ ସଦାପ୍ରଭୁ କି ଆଜ୍ଞା ଦେବେ, ତାହା ଶୁଣେ ।
ଗଣନା ପୁସ୍ତକ 9 : 9 (ORV)
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
ଗଣନା ପୁସ୍ତକ 9 : 10 (ORV)
ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ତୁମ୍ଭମାନଙ୍କ ମଧ୍ୟରେ କିଅବା ତୁମ୍ଭମାନଙ୍କ ଭବିଷ୍ୟତ ସନ୍ତାନଗଣ ମଧ୍ୟରେ ଯେବେ କେହି ଶବ ଦ୍ଵାରା ଅଶୁଚି ହୁଏ, କିଅବା ଦୂର ସ୍ଥାନରେ ପଥିକ ହୁଏ, ତେବେହେଁ ସେ ସଦାପ୍ରଭୁଙ୍କ ନିସ୍ତାର ପର୍ବ ପାଳନ କରିବ;
ଗଣନା ପୁସ୍ତକ 9 : 11 (ORV)
ଦ୍ଵିତୀୟ ମାସର ଚତୁର୍ଦ୍ଦଶ ଦିନ ସନ୍ଧ୍ୟା ବେଳେ ସେମାନେ ତାହା ପାଳନ କରିବେ; ସେମାନେ ତାଡ଼ିଶୂନ୍ୟ ରୋଟୀ ଓ ପିତା ଶାକ ସହିତ ତାହା ଭୋଜନ କରିବେ;
ଗଣନା ପୁସ୍ତକ 9 : 12 (ORV)
ସେମାନେ ପ୍ରଭାତ ପର୍ଯ୍ୟନ୍ତ ତହିଁରୁ କିଛି ରଖିବେ ନାହିଁ କିଅବା ତହିଁର କୌଣସି ହାଡ଼ ଭାଙ୍ଗିବେ ନାହିଁ; ସେମାନେ ନିସ୍ତାର ପର୍ବର ସମସ୍ତ ବିଧି ଅନୁସାରେ ପାଳନ କରିବେ ।
ଗଣନା ପୁସ୍ତକ 9 : 13 (ORV)
ମାତ୍ର ଯେକେହି ଶୁଚି ଥାଇ ଓ ପଥିକ ନ ହୋଇ ନିସ୍ତାର ପର୍ବ ପାଳନ କରିବାରୁ କ୍ଷା; ହୁଏ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ; ସେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କଲା ନାହିଁ, ଏଥପାଇଁ ସେହି ମନୁଷ୍ୟ ଆପଣା ପାପ ବହିବ;
ଗଣନା ପୁସ୍ତକ 9 : 14 (ORV)
ଆଉ ଯେବେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ କୌଣସି ବିଦେଶୀୟ ଲୋକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କରିବାକୁ ଇଚ୍ଛା କରେ, ତେବେ ସେ ନିସ୍ତାର ପର୍ବର ବିଧି ଅନୁସାରେ ଓ ତହିଁର ନିୟମାନୁସାରେ ତାହା ପାଳନ କରିବ; ସ୍ଵଦେଶଜାତ କି ବିଦେଶଜାତ, ଦୁହିଁଙ୍କ ପାଇଁ ତୁମ୍ଭମାନଙ୍କର ଏକ ବିଧି ହେବ ।
ଗଣନା ପୁସ୍ତକ 9 : 15 (ORV)
ଆଉ ଯେଉଁ ଦିନ ଆବାସ ସ୍ଥାପିତ ହେଲା, ସେହିଦିନ ମେଘ ଆବାସକୁ, ଅର୍ଥାତ୍, ସାକ୍ଷ୍ୟତମ୍ଵୁକୁ ଆଚ୍ଛାଦନ କଲା; ପୁଣି ତାହା ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ଆବାସ ଉପରେ ଅଗ୍ନି ତୁଲ୍ୟ ଦେଖାଗଲା
ଗଣନା ପୁସ୍ତକ 9 : 16 (ORV)
ଏହିରୂପେ ସର୍ବଦା ହେଲା; ମେଘ ଆବାସକୁ ଆଚ୍ଛାଦନ କଲା, ପୁଣି ରାତ୍ରରେ ଅଗ୍ନିତୁଲ୍ୟ ଦେଖାଗଲା ।
ଗଣନା ପୁସ୍ତକ 9 : 17 (ORV)
ଆଉ ଯେକୌଣସି ସମୟରେ ତମ୍ଵୁ ଉପରୁ ସେହି ମେଘ ଉପରକୁ ନିଆଗଲା, ସେସମୟ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କଲେ; ପୁଣି ସେହି ମେଘ ଯେଉଁଠାରେ ରହିଲା, ଇସ୍ରାଏଲ-ସନ୍ତାନଗଣ ସେହିଠାରେ ଛାଉଣି ସ୍ଥାପନ କଲେ ।
ଗଣନା ପୁସ୍ତକ 9 : 18 (ORV)
ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କଲେ ଓ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଛାଉଣି ସ୍ଥାପନ କଲେ; ଯେପର୍ଯ୍ୟନ୍ତ ସେହି ମେଘ ଆବାସ ଉପରେ ରହିଲା, ସେପର୍ଯ୍ୟନ୍ତ ସେମାନେ ଛାଉଣି ସ୍ଥାପନ କରି ରହିଲେ ।
ଗଣନା ପୁସ୍ତକ 9 : 19 (ORV)
ପୁଣି ଯେତେବେଳେ ସେହି ମେଘ ଆବାସ ଉପରେ ବହୁ ଦିନ ବିଳମ୍ଵ କରି ରହିଲା, ସେତେବେଳେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କଲେ ଓ ଯାତ୍ରା କଲେ ନାହିଁ ।
ଗଣନା ପୁସ୍ତକ 9 : 20 (ORV)
ପୁଣି କେବେ କେବେ ସେହି ମେଘ ଆବାସ ଉପରେ ଅଳ୍ପ ଦିନ ରହିଲା, ସେସମୟରେ ହେଁ ସେମାନେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଛାଉଣି କରି ରହିଲେ ଓ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଯାତ୍ରା କଲେ ।
ଗଣନା ପୁସ୍ତକ 9 : 21 (ORV)
ଆଉ କେବେ କେବେ ମେଘ ସନ୍ଧ୍ୟାଠାରୁ ପ୍ରଭାତ ପର୍ଯ୍ୟନ୍ତ ରହିଲା ଓ ପ୍ରଭାତରେ ମେଘ ଉପରକୁ ନିଆଯାʼନ୍ତେ, ସେମାନେ ଯାତ୍ରା କଲେ; ଅବା ଯେବେ ତାହା ଦିବାରାତ୍ର ରହିଲା, ତେବେ ମେଘ ଉପରକୁ ନିଆଯାʼନ୍ତେ, ସେମାନେ ଯାତ୍ରା କଲେ ।
ଗଣନା ପୁସ୍ତକ 9 : 22 (ORV)
ଦୁଇ ଦିନ କି ଏକ ମାସ କି ଏକ ବର୍ଷ ହେଉ, ଆବାସ ଉପରେ ମେଘ ଯେତେ କାଳ ବିଳମ୍ଵ କରି ଅବସ୍ଥିତି କଲା, ସେତେ କାଳ ଇସ୍ରାଏଲ-ସନ୍ତାନଗଣ ଯାତ୍ରା ନ କରି ଛାଉଣିରେ ରହିଲେ; ମାତ୍ର ତାହା ନିଆଯାʼନ୍ତେ, ସେମାନେ ଯାତ୍ରା କଲେ ।
ଗଣନା ପୁସ୍ତକ 9 : 23 (ORV)
ସେମାନେ ସଦାପ୍ରଭୁଙ୍କ ଆଜ୍ଞାରେ ଛାଉଣି ସ୍ଥାପନ କଲେ ଓ ସଦାପ୍ରଭୁଙ୍କ ଆଜ୍ଞାରେ ଯାତ୍ରା କଲେ; ସେମାନେ ମୋଶାଙ୍କ ଦ୍ଵାରା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23