ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 1 (ORV)
ଅବଶେଷରେ, ହେ ମୋହର ଭାଇମାନେ, ପ୍ରଭୁଙ୍କଠାରେ ଆନନ୍ଦ କର । ଏକପ୍ରକାର କଥା ତୁମ୍ଭମାନଙ୍କ ନିକଟକୁ ଥରକୁଥର ଲେଖିବା ମୋʼ ପ୍ରତି କ୍ଳାନ୍ତିଜନକ ନୁହେଁ, ବରଂ ସେହିସବୁ ତୁମ୍ଭମାନଙ୍କ ନିମନ୍ତେ ନିଷ୍ଠାଜନକ ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 2 (ORV)
କୁକୁରମାନଙ୍କଠାରୁ ସାବଧାନ, ଦୁଷ୍ଟ କାର୍ଯ୍ୟକାରୀ-ମାନଙ୍କଠାରୁ ସାବଧାନ, ସୁନ୍ନତବାଦୀ ଲୋକମାନଙ୍କଠାରୁ ସାବଧାନ;
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 3 (ORV)
କାରଣ ଆମ୍ଭେମାନେ ପ୍ରକୃତରେ ସୁନ୍ନତପ୍ରାପ୍ତ, ଆମ୍ଭେମାନେ ଈଶ୍ଵରଙ୍କ ଆତ୍ମାରେ ଉପାସନା କରୁ, ପୁଣି ବାହ୍ୟିକ ବିଷୟ ଉପରେ ନିର୍ଭର ନ କରି ଖ୍ରୀଷ୍ଟ ଯୀଶୁଙ୍କ-ଠାରେ ଦର୍ପ କରୁ ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 4 (ORV)
ମୁଁ ତ ବାହ୍ୟିକ ବିଷୟ ଉପରେ ମଧ୍ୟ ନିର୍ଭର କରି ପାରନ୍ତି; ଯଦି ଅନ୍ୟ କେହି ବାହ୍ୟିକ ବିଷୟ ଉପରେ ନିର୍ଭର କରି ପାରେ ବୋଲି ମନେ କରେ, ତେବେ ମୁଁ ଅଧିକ କରି ପାରେ;
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 5 (ORV)
ମୁଁ ଅଷ୍ଟମ ଦିନରେ ସୁନ୍ନତପ୍ରାପ୍ତ, ଇସ୍ରାଏଲ ବଂଶଜାତ, ବିନ୍ୟାମୀନ ଗୋଷ୍ଠୀୟ, ଏବ୍ରୀୟ-ରକ୍ତଜାତ ଜଣେ ଏବ୍ରୀୟ, ବ୍ୟବସ୍ଥା ପାଳନ ସମ୍ଵନ୍ଧରେ ଜଣେ ଫାରୂଶୀ,
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 6 (ORV)
ଉଦ୍ଯୋଗ ସମ୍ଵନ୍ଧରେ ମଣ୍ତଳୀର ଜଣେ ତାଡ଼ନାକାରୀ, ପୁଣି ବ୍ୟବସ୍ଥାଗତ ଧାର୍ମିକତା ସମ୍ଵନ୍ଧରେ ନିର୍ଦ୍ଦୋଷ ଦେଖାଯାଇଥିଲି ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 7 (ORV)
କିନ୍ତୁ ଯାହାସବୁ ମୋʼ ପକ୍ଷରେ ଲାଭଜନକ ଥିଲା, ସେହିସବୁ ମୁଁ ଖ୍ରୀଷ୍ଟଙ୍କ ନିମନ୍ତେ କ୍ଷତିଜନକ ବୋଲି ଗଣ୍ୟ କରିଅଛି ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 8 (ORV)
ହଁ, ପ୍ରକୃତରେ ମୁଁ ମୋହର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଜ୍ଞାନର ଉତ୍କୃଷ୍ଟତା ନିମନ୍ତେ ସମସ୍ତ ବିଷୟ କ୍ଷତିଜନକ ବୋଲି ଗଣ୍ୟ କରେ; ତାହାଙ୍କ ନିମନ୍ତେ ମୁଁ ସମସ୍ତ ବିଷୟର କ୍ଷତି ସହ୍ୟକଲି, ପୁଣି ସେହିସବୁ ଆବର୍ଜ୍ଜନା ସ୍ଵରୂପ ଗଣ୍ୟ କରେ, ଯେପରି ମୁଁ ଖ୍ରୀଷ୍ଟଙ୍କୁ ଲାଭ କରି ପାରେ ଓ ତାହାଙ୍କର ବୋଲି ଜଣାଯାଏ,
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 9 (ORV)
ପୁଣି, ବ୍ୟବସ୍ଥାପାଳନ ହେତୁ ନିଜର ଧାର୍ମିକତା ପ୍ରାପ୍ତ ନ ହୋଇ ବରଂ ଯେପରି ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ ଦ୍ଵାରା ଈଶ୍ଵରଦତ୍ତ ବିଶ୍ଵାସମୂଳକ ଧାର୍ମିକତା ପ୍ରାପ୍ତ ହୁଏ,
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 10 (ORV)
ଯେପରି ମୁଁ ତାହାଙ୍କୁ, ତାହାଙ୍କ ପୁନରୁତ୍ଥାନର ଶକ୍ତି ଓ ତାହାଙ୍କ ମୃତ୍ୟୁଭୋଗରେ ତାହାଙ୍କ ତୁଲ୍ୟ ହୋଇ ତାହାଙ୍କ ଦୁଃଖଭୋଗର ସହଭାଗିତା ଜ୍ଞାତ ହୁଏ,
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 11 (ORV)
ଏବଂ କୌଣସି ପ୍ରକାରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ପ୍ରାପ୍ତ ହୋଇ ପାରେ ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 12 (ORV)
ମୁଁ ଯେ ଏବେ ସେହିସମସ୍ତ ପ୍ରାପ୍ତ ହୋଇଅଛି ଅବା ସିଦ୍ଧି ଲାଭ କରିଅଛି, ତାହା ନୁହେଁ, କିନ୍ତୁ ମୁଁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ଵାରା ଧୃତ ହୋଇଥିବାରୁ ତାହା ଧରିବା ପାଇଁ ଦୌଡ଼ୁଅଛି ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 13 (ORV)
ହେ ଭାଇମାନେ, ମୁଁ ଏପର୍ଯ୍ୟନ୍ତ ତାହା ଧରିଅଛି ବୋଲି ମନେ କରୁ ନାହିଁ, କିନ୍ତୁ ଗୋଟିଏ ବିଷୟ ମୁଁ କରୁଅଛି,
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 14 (ORV)
ପଶ୍ଚାତ୍ ବିଷୟସବୁ ମନରୁ ଦୂର କରି ସମ୍ମୁଖରେ ଥିବା ବିଷୟଗୁଡ଼ିକ ପ୍ରତି ଦୃଷ୍ଟି ରଖି ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ଵରଙ୍କ ସ୍ଵର୍ଗୀୟ ଆହ୍ଵାନର ପଣ ପାଇବା ନିମନ୍ତେ ପ୍ରାଣପଣ କରି ଲକ୍ଷ୍ୟ ସ୍ଥଳକୁ ଦୌଡ଼ୁଅଛି ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 15 (ORV)
ଅତଏବ, ଆସ, ଆମ୍ଭେମାନେ ଯେତେ ଲୋକ ସିଦ୍ଧ, ଏହିପରି ଭାବ ଧାରଣ କରୁ, ଆଉ ଯଦି କୌଣସି ବିଷୟରେ ତୁମ୍ଭମାନଙ୍କର ଭାବ ଭିନ୍ନ ପ୍ରକାର ଥାଏ, ତେବେ ଏହା ମଧ୍ୟ ଈଶ୍ଵର ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରିବେ;
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 16 (ORV)
କେବଳ, ଆମ୍ଭେମାନେ ଯିଏ ଯେତେ ପର୍ଯ୍ୟନ୍ତ ଅଗ୍ରସର ହୋଇଅଛୁ, ସେହି ଅନୁସାରେ ଆଚରଣ କରୁ ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 17 (ORV)
ହେ ଭ୍ରାତୃଗଣ, ତୁମ୍ଭେମାନେ ଏକତ୍ର ମିଳି ମୋହର ଅନୁକାରୀ ହୁଅ, ପୁଣି ଆମ୍ଭମାନଙ୍କଠାରେ ଯେଉଁ ଆଦର୍ଶ ଦେଖୁଅଛ, ଯେଉଁମାନେ ତଦନୁଯାୟୀ ଆଚରଣ କରନ୍ତି, ସେମାନଙ୍କ ପ୍ରତି ଦୃଷ୍ଟି କର ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 18 (ORV)
କାରଣ ଏପରି ଅନେକ ଅଛନ୍ତି, ଯେଉଁମାନଙ୍କର ଆଚରଣ ବିଷୟରେ ମୁଁ ତୁମ୍ଭମାନଙ୍କୁ ଥରକୁଥର କହିଅଛି, ଆଉ ବର୍ତ୍ତମାନ ମଧ୍ୟ କାନ୍ଦି କାନ୍ଦି କହୁଅଛି, ସେମାନେ ଖ୍ରୀଷ୍ଟଙ୍କ କ୍ରୁଶର ଶତ୍ରୁ;
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 19 (ORV)
ସେମାନଙ୍କ ପରିଣାମ ବିନାଶ, ଉଦର ସେମାନଙ୍କର ଦେବତା, ସେମାନେ ଆପଣା ଆପଣା ଲଜ୍ଜାକୁ ଦର୍ପର ବିଷୟ ମନେ କରନ୍ତି, ପୁଣି ପାର୍ଥିବ ବିଷୟଗୁଡ଼ିକରେ ଆସକ୍ତ ଅଟନ୍ତି ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 20 (ORV)
ଆମ୍ଭେମାନେ ତ ସ୍ଵର୍ଗର ପ୍ରଜା, ସେ ସ୍ଥାନରୁ ମଧ୍ୟ ଆମ୍ଭେମାନେ ତ୍ରାଣକର୍ତ୍ତା ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନର ଅପେକ୍ଷାରେ ଅଛୁ;
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 21 (ORV)
ସେ ଆପଣାର ଯେଉଁ କାର୍ଯ୍ୟସାଧକ ଶକ୍ତି ଦ୍ଵାରା ସମସ୍ତ ବିଷୟକୁ ନିଜର ବଶୀଭୂତ କରି ପାରନ୍ତି, ତଦ୍ଦ୍ଵାରା ଆମ୍ଭମାନଙ୍କର ଛାର ଶରୀରକୁ ରୂପାନ୍ତରିତ କରି ଆପଣାର ଗୌରବମୟ ଶରୀରର ସଦୃଶ କରିବେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21