ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 1 (ORV)
ଅତଏବ, ହେ ମୋହର ପ୍ରିୟ ଓ ଇଷ୍ଟ, ମୋହର ଆନନ୍ଦ ଓ ମୁକୁଟ ସ୍ଵରୂପ ଭ୍ରାତୃବୃନ୍ଦ, ଏହିପରି ଭାବରେ ପ୍ରଭୁଙ୍କଠାରେ ସ୍ଥିର ହୋଇଥାଅ ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 2 (ORV)
ପ୍ରଭୁଙ୍କଠାରେ ଏକମନା ହେବା ନିମନ୍ତେ ମୁଁ ଇୟଦିଆ ଓ ସୁନ୍ତୁଖୀ ଉଭୟଙ୍କୁ ଅନୁରୋଧ କରୁଅଛି ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 3 (ORV)
ପୁଣି, ହେ ପ୍ରକୃତ ସହକାରୀ, ଏହି ମହିଳାମାନଙ୍କୁ ସାହାଯ୍ୟ କରିବା ପାଇଁ ତୁମ୍ଭକୁ ମଧ୍ୟ ନିବେଦନ କରୁଅଛି, କାରଣ ଏମାନେ କ୍ଳେମେନ୍ସ୍ ଓ ମୋହର ଅନ୍ୟ ସହକର୍ମୀମାନଙ୍କ ସଙ୍ଗରେ ସୁସମାଚାର କାର୍ଯ୍ୟରେ ମୋʼ ସହିତ ପରିଶ୍ରମ କରିଅଛନ୍ତି; ସେହି ସହକର୍ମୀମାନଙ୍କର ନାମ ଜୀବନ ପୁସ୍ତକରେ ଅଛି ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 4 (ORV)
ସର୍ବଦା ପ୍ରଭୁଙ୍କଠାରେ ଆନନ୍ଦ କର, ପୁନଶ୍ଚ କହୁଅଛି, ଆନନ୍ଦ କର ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 5 (ORV)
ତୁମ୍ଭମାନଙ୍କର ମୃଦୁପଣ ସମସ୍ତ ଲୋକଙ୍କ ନିକଟରେ ପ୍ରକାଶିତ ହେଉ । ପ୍ରଭୁ ନିକଟବର୍ତ୍ତୀ ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 6 (ORV)
କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ଵାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ଵରଙ୍କ ନିକଟରେ ଜଣାଅ ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 7 (ORV)
ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଈଶ୍ଵରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 8 (ORV)
ଅବଶେଷରେ, ହେ ଭ୍ରାତୃଗଣ, ଯାହା ଯାହା ସତ୍ୟ, ଯାହା ଯାହା ଆଦରଣୀୟ, ଯାହା ଯାହା ଯଥାର୍ଥ, ଯାହା ଯାହା ବିଶୁଦ୍ଧ, ଯାହା ଯାହା ପ୍ରୀତିଭାଜନ, ଯାହା ଯାହା ସୁଖ୍ୟାତିଯୁକ୍ତ, ଯେକୌଣସି ସଦ୍ଗୁଣ ଓ ପ୍ରଶଂସାର ବିଷୟ ଥାଏ, ସେହି ସମସ୍ତ ବିଷୟ ଚିନ୍ତା କର ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 9 (ORV)
ତୁମ୍ଭେମାନେ ଯେସମସ୍ତ ବିଷୟ ମୋʼଠାରୁ ଶିଖିଅଛ, ପାଇଅଛ, ଶୁଣିଅଛ ଓ ମୋʼଠାରେ ଦେଖିଅଛ, ସେହିସବୁ କର; ସେଥିରେ ଶାନ୍ତିଦାତା ଈଶ୍ଵର ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 10 (ORV)
ଏବେ ଅବଶେଷରେ ମୋʼ ନିମନ୍ତେ ତୁମ୍ଭମାନଙ୍କର ଚିନ୍ତା ଯେ ପ୍ରକାଶ ହୋଇ ପାରିଲା, ଏଥିପାଇଁ ମୁଁ ପ୍ରଭୁଙ୍କଠାରେ ମହାନନ୍ଦ କରୁଅଛି; ପ୍ରକୃତରେ ମୋʼ ବିଷୟରେ ତୁମ୍ଭମାନଙ୍କର ଚିନ୍ତା ଥିଲା, କିନ୍ତୁ ସୁଯୋଗ ନ ଥିଲା ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 11 (ORV)
ଅଭାବ ହେତୁ ମୁଁ ଯେ ଏହା କହୁଅଛି, ତାହା ନୁହେଁ, କାରଣ ମୁଁ ଯେକୌଣସି ଅବସ୍ଥାରେ ଥାଏ, ସେଥିରେ ସନ୍ତୁଷ୍ଟ ରହିବାକୁ ଶିକ୍ଷା କରିଅଛି ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 12 (ORV)
ଦୀନତା ଭୋଗ କରି ଜାଣେ ଓ ପ୍ରଚୁରତା ମଧ୍ୟ ଭୋଗ କରି ଜାଣେ; ସର୍ବବିଧ ଅବସ୍ଥାରେ ଓ ସର୍ବ-ବିଷୟରେ, ପରିତୃପ୍ତ ହେବାରେ ବା କ୍ଷୁଧିତ ରହିବାରେ, ପ୍ରଚୁରତା ଭୋଗ କରିବାରେ କିଅବା ଅଭାବଗ୍ରସ୍ତ ହେବାରେ ମୁଁ ସୁଶିକ୍ଷିତ ହୋଇଛି ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 13 (ORV)
ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରି ପାରେ ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 14 (ORV)
ତଥାପି ତୁମ୍ଭେମାନେ ମୋହର କ୍ଳେଶଭୋଗର ସହଭାଗୀ ହେବା ଦ୍ଵାରା ଭଲ କରିଅଛ ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 15 (ORV)
ହେ ଫିଲିପ୍‍ପୀୟମାନେ, ତୁମ୍ଭେମାନେ ମଧ୍ୟ ନିଜେ ଜାଣ ଯେ, ସୁସମାଚାର ପ୍ରଚାର କରିବା ଆରମ୍ଭ ସମୟରେ ଯେତେବେଳେ ମୁଁ ମାକିଦନିଆରୁ ପ୍ରସ୍ଥାନ କଲି, ସେତେବେଳେ ତୁମ୍ଭମାନଙ୍କ ବିନା ଆଉ କୌଣସି ମଣ୍ତଳୀ ମୋହର ସହଭାଗୀ ହୋଇ ମୋʼ ସହିତ ଦେବା ନେବାର ହିସାବ ରଖି ନ ଥିଲେ ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 16 (ORV)
କାରଣ ଥେସଲନୀକୀରେ ମୁଁ ଥିବା ସମୟରେ ସୁଦ୍ଧା ତୁମ୍ଭେମାନେ ମୋହର ଅଭାବ ମୋଚନ ନିମନ୍ତେ ଥରେ, ହଁ, ଦୁଇ ଥର ଦାନ ପଠାଇଥିଲ ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 17 (ORV)
ଦାନ ସକାଶେ ମୁଁ ଲାଳାୟିତ ନୁହେଁ, ମାତ୍ର ଯେଉଁ ଫଳ ଦ୍ଵାରା ତୁମ୍ଭମାନଙ୍କ ହିସାବର ଜମାପାଖ ଅଧିକରୁ ଅଧିକ ବୃଦ୍ଧି ପାଉଅଛି, ସେଥିସକାଶେ ଲାଳାୟିତ ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 18 (ORV)
ମୁଁ ସବୁ ପାଇଅଛି, ପୁଣି ମୋହର ପ୍ରଚୁର ଅଛି; ତୁମ୍ଭମାନଙ୍କର ପଠାଇଥିବା ଯେଉଁସବୁ ବିଷୟ ଏପାଫ୍ରାଦିତଙ୍କ ପାଖରୁ ପାଇଅଛି, ସେହିସବୁ ମୋʼ ପାଇଁ ଯଥେଷ୍ଟ; ସେହିସବୁ ଈଶ୍ଵରଙ୍କ ନିକଟରେ ତୁଷ୍ଟିଜନକ ସୁଗନ୍ଧି ନୈବେଦ୍ୟ ଓ ସୁଗ୍ରାହ୍ୟ ବଳି ସ୍ଵରୂପ ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 19 (ORV)
ପୁଣି, ମୋହର ଈଶ୍ଵର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କର ଗୌରବମୟ ଐଶ୍ଵର୍ଯ୍ୟ ଅନୁସାରେ ତୁମ୍ଭମାନଙ୍କର ପ୍ରତ୍ୟେକ ଅଭାବ ପୂରଣ କରିବେ ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 20 (ORV)
ଆମ୍ଭମାନଙ୍କର ଈଶ୍ଵର ଓ ପିତାଙ୍କ ପ୍ରତି ଯୁଗେ ଯୁଗେ ଗୌରବ ହେଉ । ଆମେନ୍ ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 21 (ORV)
ଖ୍ରୀଷ୍ଟ ଯୀଶୁଙ୍କ ନାମରେ ପ୍ରତ୍ୟେକ ସାଧୁଙ୍କୁ ନମସ୍କାର ଜଣାଅ । ମୋହର ସଙ୍ଗୀ ଭ୍ରାତୃଗଣ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 22 (ORV)
ସାଧୁମାନେ ସମସ୍ତେ, ବିଶେଷରେ ଯେଉଁମାନେ କାଇସରଙ୍କ ପ୍ରାସାଦରେ ଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 23 (ORV)
ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23