ହିତୋପଦେଶ 10 : 1 (ORV)
ଶଲୋମନଙ୍କର ହିତୋପଦେଶ । ଜ୍ଞାନବାନ ପୁତ୍ର ପିତାର ଆନନ୍ଦ ଜନ୍ମାଏ; କିନ୍ତୁ ହୀନବୁଦ୍ଧି ପୁତ୍ର ତାହା ମାତାର ଶୋକର କାରଣ ।
ହିତୋପଦେଶ 10 : 2 (ORV)
ଦୁଷ୍ଟତା-ଜାତ ଧନ କିଛି ଫଳ ଦିଏ ନାହିଁ; ମାତ୍ର ଧାର୍ମିକତା ମୃତ୍ୟୁରୁ ଉଦ୍ଧାର କରେ ।
ହିତୋପଦେଶ 10 : 3 (ORV)
ସଦାପ୍ରଭୁ ଧାର୍ମିକର ପ୍ରାଣକୁ କ୍ଷୁଧାରେ କ୍ଷୀଣ ହେବାକୁ ଦେବେ ନାହିଁ; ମାତ୍ର ସେ ଦୁଷ୍ଟର କାମନା ଫିଙ୍ଗି ଦିଅନ୍ତି ।
ହିତୋପଦେଶ 10 : 4 (ORV)
ଯେଉଁ ଲୋକ ଶିଥିଳ ହସ୍ତରେ କର୍ମ କରେ, ସେ ଦରିଦ୍ର ହୁଅଇ; ମାତ୍ର କର୍ମଶୀଳର ହସ୍ତ ଧନବାନ କରେ।
ହିତୋପଦେଶ 10 : 5 (ORV)
ଗ୍ରୀଷ୍ମକାଳରେ ଯେ ସଞ୍ଚୟ କରେ, ସେ ବୁଦ୍ଧିମାନ ପୁତ୍ର; ମାତ୍ର ଫସଲ ସମୟରେ ଯେ ନିଦ୍ରିତ ଥାଏ, ସେହି ପୁତ୍ର ଲଜ୍ଜାଜନକ।
ହିତୋପଦେଶ 10 : 6 (ORV)
ଧାର୍ମିକର ମସ୍ତକରେ ଆଶୀର୍ବାଦ ବର୍ତ୍ତେ; ମାତ୍ର ଦୁଷ୍ଟର ମୁଖ ଦୌରାତ୍ମ୍ୟ ଢାଙ୍କେ ।
ହିତୋପଦେଶ 10 : 7 (ORV)
ଧାର୍ମିକର ସ୍ମରଣ ଧନ୍ୟ, ମାତ୍ର ଦୁଷ୍ଟର ନାମ ପଚିଯିବ ।
ହିତୋପଦେଶ 10 : 8 (ORV)
ଯେ ଅନ୍ତଃକରଣରେ ଜ୍ଞାନୀ, ସେ ଆଜ୍ଞା ଗ୍ରହଣ କରିବ; ମାତ୍ର ଅଜ୍ଞାନ ବକୁଆ ପତିତ ହେବ ।
ହିତୋପଦେଶ 10 : 9 (ORV)
ସରଳାଚାରୀ ନିର୍ଭୟରେ ଚାଲେ, ମାତ୍ର ବକ୍ରଗାମୀ ଜଣାପଡ଼ିବ ।
ହିତୋପଦେଶ 10 : 10 (ORV)
ଯେ ଆକ୍ଷିରେ ଠାର ମାରେ, ସେ ଦୁଃଖ ଜନ୍ମାଏ, ପୁଣି ଅଜ୍ଞାନ ବକୁଆ ପତିତ ହେବ ।
ହିତୋପଦେଶ 10 : 11 (ORV)
ଧାର୍ମିକର ମୁଖ ଜୀବନର ନିର୍ଝର, ମାତ୍ର ଦୁଷ୍ଟର ମୁଖ ଦୌରାତ୍ମ୍ୟ ଢାଙ୍କେ ।
ହିତୋପଦେଶ 10 : 12 (ORV)
ହିଂସା କଳି ଜନ୍ମାଏ, ମାତ୍ର ପ୍ରେମ ସବୁ ଅଧର୍ମ ଢାଙ୍କେ ।
ହିତୋପଦେଶ 10 : 13 (ORV)
ସୁବିବେକୀର ଓଷ୍ଠରେ ଜ୍ଞାନ ଥାଏ, ମାତ୍ର ନିର୍ବୋଧର ପିଠି ପାଇଁ ବାଡ଼ି ।
ହିତୋପଦେଶ 10 : 14 (ORV)
ଜ୍ଞାନୀମାନେ ବିଦ୍ୟା ସଞ୍ଚୟ କରନ୍ତି, ମାତ୍ର ଅଜ୍ଞାନର ମୁଖ ଉପସ୍ଥିତ ବିନାଶ ସ୍ଵରୂପ ।
ହିତୋପଦେଶ 10 : 15 (ORV)
ଧନୀର ଧନ ତାହାର ଦୃଢ଼ ନଗର, ଦରିଦ୍ରମାନଙ୍କ ଦରିଦ୍ରତା ସେମାନଙ୍କର ବିନାଶ ।
ହିତୋପଦେଶ 10 : 16 (ORV)
ଧାର୍ମିକର ପରିଶ୍ରମ ଜୀବନଜନକ, ପୁଣି ଅଧାର୍ମିକର ଆୟ ପାପଜନକ ।
ହିତୋପଦେଶ 10 : 17 (ORV)
ଉପଦେଶ ଯେ ମାନେ, ସେ ଜୀବନ-ପଥରେ ଚାଲେ; ମାତ୍ର ଯେ ଅନୁଯୋଗ ତ୍ୟାଗ କରେ, ସେ ଭ୍ରାନ୍ତ ହୁଏ ।
ହିତୋପଦେଶ 10 : 18 (ORV)
ଯେ ହିଂସା ଆଚ୍ଛାଦନ କରେ, ତାହାର ଓଷ୍ଠାଧର ମିଥ୍ୟାବାଦୀ; ପୁଣି, ଯେ ଅପବାଦ ରଟନା କରେ, ସେ ଅଜ୍ଞାନ ।
ହିତୋପଦେଶ 10 : 19 (ORV)
ବହୁ ବାକ୍ୟରେ ଅଧର୍ମର ଅଭାବ ନ ଥାଏ, ମାତ୍ର ଯେ ଆପଣା ଓଷ୍ଠାଧରକୁ ଦମନ କରେ, ସେ ବୁଦ୍ଧିମାନ ।
ହିତୋପଦେଶ 10 : 20 (ORV)
ଧାର୍ମିକର ଜିହ୍ଵା ମନୋନୀତ ରୂପା ତୁଲ୍ୟ, ମାତ୍ର ଦୁଷ୍ଟର ହୃଦୟ ଅଳ୍ପ ମୂଲ୍ୟ ।
ହିତୋପଦେଶ 10 : 21 (ORV)
ଧାର୍ମିକର ଓଷ୍ଠାଧର ଅନେକଙ୍କୁ ପ୍ରତିପାଳନ କରେ, ମାତ୍ର ଅଜ୍ଞାନମାନେ ନିର୍ବୋଧତା ହେତୁରୁ ମରନ୍ତି ।
ହିତୋପଦେଶ 10 : 22 (ORV)
ସଦାପ୍ରଭୁଙ୍କ ଆଶୀର୍ବାଦ ଧନବାନ କରେ, ପୁଣି ସେ ତାହା ସଙ୍ଗରେ ଦୁଃଖ ଯୋଗ କରନ୍ତି ନାହିଁ ।
ହିତୋପଦେଶ 10 : 23 (ORV)
କୁକ୍ରିୟା କରିବାର ଅଜ୍ଞାନର କୌତୁକ, ସେହିପରି ଜ୍ଞାନ ବୁଦ୍ଧିମାନ ଲୋକର ।
ହିତୋପଦେଶ 10 : 24 (ORV)
ଦୁଷ୍ଟ ଲୋକ ଯାହା ଭୟ କରେ, ତାହା ହିଁ ତାହାକୁ ଘଟେ; ମାତ୍ର ଧାର୍ମିକର ମନୋବାଞ୍ଛା ତାହାକୁ ଦିଆଯିବ।
ହିତୋପଦେଶ 10 : 25 (ORV)
ଘୂର୍ଣ୍ଣିବାୟୁ ବହିଲେ ଦୁଷ୍ଟ ଆଉ ନ ଥାଏ, ମାତ୍ର ଧାର୍ମିକ ଅନନ୍ତକାଳସ୍ଥାୟୀ ମୂଳଦୁଆ ସ୍ଵରୂପ।
ହିତୋପଦେଶ 10 : 26 (ORV)
ଯେପରି ଦନ୍ତକୁ କଟୁ ରସ ଓ ଚକ୍ଷୁକୁ ଧୂଆଁ, ସେପରି ଆପଣା ପ୍ରେରକମାନଙ୍କ ପ୍ରତି ଅଳସୁଆ ।
ହିତୋପଦେଶ 10 : 27 (ORV)
ସଦାପ୍ରଭୁଙ୍କ ବିଷୟକ ଭୟ ଦିନ ବଢ଼ାଏ, ମାତ୍ର ଦୁଷ୍ଟର ବର୍ଷ ଊଣା କରାଯିବ ।
ହିତୋପଦେଶ 10 : 28 (ORV)
ଧାର୍ମିକର ଆଶା ଆନନ୍ଦଜନକ ହେବ, ମାତ୍ର ଦୁଷ୍ଟର ଭରସା କ୍ଷୟ ପାଇବ ।
ହିତୋପଦେଶ 10 : 29 (ORV)
ସଦାପ୍ରଭୁଙ୍କ ପଥ ସରଳାଚାରୀମାନଙ୍କ ପ୍ରତି ଦୃଢ଼ ଗଡ଼; ମାତ୍ର କୁକର୍ମକାରୀମାନଙ୍କ ପ୍ରତି ତାହା ବିନାଶଜନକ ।
ହିତୋପଦେଶ 10 : 30 (ORV)
ଧାର୍ମିକ କେବେ ହେଁ ଘୁଞ୍ଚା ଯିବ ନାହିଁ; ମାତ୍ର ଦୁଷ୍ଟ ଦେଶବାସୀ ହେବ ନାହିଁ ।
ହିତୋପଦେଶ 10 : 31 (ORV)
ଧାର୍ମିକର ମୁଖ ଜ୍ଞାନ ଜନ୍ମାଏ, ମାତ୍ର କୁଟିଳବାଦୀ ଜିହ୍ଵା ଉଚ୍ଛିନ୍ନ ହେବ ।
ହିତୋପଦେଶ 10 : 32 (ORV)
ଧାର୍ମିକର ଓଷ୍ଠାଧର ତୁଷ୍ଟିକର କଥା ଜାଣେ, ମାତ୍ର ଦୁଷ୍ଟର ମୁଖ କୁଟିଳ କଥା କହେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32

BG:

Opacity:

Color:


Size:


Font: