ହିତୋପଦେଶ 27 : 1 (ORV)
ତୁମ୍ଭେ କାଲିର ବିଷୟରେ ଦର୍ପ କଥା କୁହ ନାହିଁ; ଯେହେତୁ ଏକ ଦିନ କଅଣ ଉତ୍ପାଦନ କରିବ, ତାହା ତୁମ୍ଭକୁ ଜଣା ନାହିଁ ।
ହିତୋପଦେଶ 27 : 2 (ORV)
ଅନ୍ୟ ଲୋକ ତୁମ୍ଭର ପ୍ରଶଂସା କରୁ, ମାତ୍ର ତୁମ୍ଭର ନିଜ ମୁଖ ତାହା ନ କରୁ; ଅପର ଲୋକ କରୁ, ମାତ୍ର ତୁମ୍ଭ ନିଜ ଓଷ୍ଠ ତାହା ନ କରୁ ।
ହିତୋପଦେଶ 27 : 3 (ORV)
ପଥର ଭାରୀ ଓ ବାଲି ଗୁରୁ; ମାତ୍ର ଅଜ୍ଞାନର ବିରକ୍ତି, ସେ ଦୁଇରୁ ଭାରୀ ।
ହିତୋପଦେଶ 27 : 4 (ORV)
କୋପ ଦୁର; ଓ କ୍ରୋଧ ପ୍ରଳୟକାରୀ; ମାତ୍ର ଅନ୍ତର୍ଜ୍ଵାଳା ଆଗରେ କିଏ ଠିଆ ହୋଇ ପାରେ?
ହିତୋପଦେଶ 27 : 5 (ORV)
ଗୁପ୍ତ ପ୍ରେମଠାରୁ ପ୍ରକାଶିତ ଅନୁଯୋଗ ଭଲ ।
ହିତୋପଦେଶ 27 : 6 (ORV)
ପ୍ରେମକାରୀର କ୍ଷତ ବିଶ୍ଵାସ୍ୟ; ମାତ୍ର ଶତ୍ରୁର ଚୁମ୍ଵନ ବହୁଳ ।
ହିତୋପଦେଶ 27 : 7 (ORV)
ତୃପ୍ତ ପ୍ରାଣୀ ମହୁଚାକକୁ ଘୃଣା କରେ; ମାତ୍ର କ୍ଷୁଧାର୍ତ୍ତ ପ୍ରାଣୀକି ତିକ୍ତ ଦ୍ରବ୍ୟସବୁ ମିଷ୍ଟ ।
ହିତୋପଦେଶ 27 : 8 (ORV)
ଯେଉଁ ଲୋକ ଆପଣା ସ୍ଥାନ ଛାଡ଼ି ଭ୍ରମଣ କରେ, ସେ ବସାରୁ ଭ୍ରମଣକାରୀ ପକ୍ଷୀର ତୁଲ୍ୟ ।
ହିତୋପଦେଶ 27 : 9 (ORV)
ତୈଳ ଓ ସୁଗନ୍ଧି ଧୂପ ମନକୁ ଆହ୍ଲାଦିତ କରେ, ମନର ମନ୍ତ୍ରଣାରୁ ଜାତ ମିତ୍ରର ମିଷ୍ଟତା ତଦ୍ରୂପ କରେ ।
ହିତୋପଦେଶ 27 : 10 (ORV)
ନିଜର ବନ୍ଧୁକୁ ଓ ପିତାର ବନ୍ଧୁକୁ ତ୍ୟାଗ କର ନାହିଁ; ପୁଣି, ତୁମ୍ଭର ବିପଦ ଦିନରେ ଆପଣା ଭାଇର ଗୃହକୁ ଯାଅ ନାହିଁ; ଦୂରସ୍ଥ ଭାଇଠାରୁ ନିକଟସ୍ଥ ପ୍ରତିବାସୀ ଭଲ ।
ହିତୋପଦେଶ 27 : 11 (ORV)
ହେ ମୋହର ପୁତ୍ର, ଜ୍ଞାନବାନ ହୁଅ ଓ ମୋʼ ମନକୁ ଆହ୍ଲାଦିତ କର; ତହିଁରେ ମୁଁ ଆପଣା ନିନ୍ଦକକୁ ଉତ୍ତର ଦେଇ ପାରିବି ।
ହିତୋପଦେଶ 27 : 12 (ORV)
ଚତୁର ଲୋକ ବିପଦ ଦେଖି ଆପଣାକୁ ଲୁଚାଏ; ମାତ୍ର ଅସତର୍କ ଲୋକ ଆଗ ବଢ଼ି ଶାସ୍ତି ପାଏ ।
ହିତୋପଦେଶ 27 : 13 (ORV)
ଅପରିଚିତ ଲୋକ ପାଇଁ ଯେ ଲଗା ହୁଏ, ତାହାର ବସ୍ତ୍ର ନିଅ; ପୁଣି, ଯେ ପରସ୍ତ୍ରୀ ପାଇଁ ଜାମିନ ହୁଏ, ତାହାକୁ ବନ୍ଧକ ରଖ ।
ହିତୋପଦେଶ 27 : 14 (ORV)
ଯେଉଁ ଲୋକ ଅତି ପ୍ରଭାତରେ ଉଠି ଆପଣା ମିତ୍ରକୁ ଉଚ୍ଚ ରବରେ ଆଶୀର୍ବାଦ କରେ, ତାହାର ସେହି କର୍ମ ତାହା ପ୍ରତି ଅଭିଶାପ ରୂପେ ଗଣିତ ହେବ ।
ହିତୋପଦେଶ 27 : 15 (ORV)
ଭାରୀ ବୃଷ୍ଟିଦିନରେ ଅବିରତ ବିନ୍ଦୁପାତ ଓ କଳିହୁଡ଼ୀ ସ୍ତ୍ରୀ, ଏ ଦୁଇ ଏକ ସମାନ ଅଟନ୍ତି ।
ହିତୋପଦେଶ 27 : 16 (ORV)
ଯେ ତାକୁ ଅଟକାଏ, ସେ ବାୟୁକୁ ଅଟକାଏ ଓ ତାହାର ଦକ୍ଷିଣ ହସ୍ତ ତୈଳ ଉପରେ ପଡ଼େ ।
ହିତୋପଦେଶ 27 : 17 (ORV)
ଯେପରି ଲୁହା ଲୁହାକୁ ସତେଜ କରେ, ସେପରି ମନୁଷ୍ୟ ଆପଣା ବନ୍ଧୁର ମୁଖ ସତେଜ କରେ ।
ହିତୋପଦେଶ 27 : 18 (ORV)
ଯେକେହି ଡିମିରି ବୃକ୍ଷ ରକ୍ଷା କରେ, ସେ ତହିଁର ଫଳ ଖାଏ; ପୁଣି, ଯେ ଆପଣା ପ୍ରଭୁ ପ୍ରତି ମନୋଯୋଗୀ ଥାଏ, ସେ ସମ୍ମାନ ପାଏ ।
ହିତୋପଦେଶ 27 : 19 (ORV)
ଯେପରି ଜଳ ମୁଖକୁ ମୁଖ ଦେଖାଏ, ସେପରି ହୃଦୟ ମନୁଷ୍ୟକୁ ମନୁଷ୍ୟ ଦେଖାଏ ।
ହିତୋପଦେଶ 27 : 20 (ORV)
ଯେପରି ପାତାଳ ଓ ବିନାଶ-ସ୍ଥାନ କେତେବେଳେ ତୃପ୍ତ ନୁହେଁ, ସେପରି ମନୁଷ୍ୟର ଚକ୍ଷୁ କେତେବେଳେ ତୃପ୍ତ ନୁହେଁ ।
ହିତୋପଦେଶ 27 : 21 (ORV)
କୋୟିରେ ରୂପା, ଉହ୍ମାଇରେ ସୁନା, ପ୍ରଶଂସାରେ ମନୁଷ୍ୟ ପରୀକ୍ଷିତ ହୁଏ ।
ହିତୋପଦେଶ 27 : 22 (ORV)
ତୁମ୍ଭେ ଗହମ ସହିତ ଅଜ୍ଞାନକୁ ଢିଙ୍କିରେ କୁଟିଲେ ହେଁ ତାହାର ଅଜ୍ଞାନତା ଛାଡ଼ିଯିବ ନାହିଁ ।
ହିତୋପଦେଶ 27 : 23 (ORV)
ତୁମ୍ଭେ ଆପଣା ମେଷପଲର ଅବସ୍ଥା ଜାଣିବା ପାଇଁ ଯନିବାନ ହୁଅ, ପୁଣି ଆପଣା ପଶୁପଲ ବିଷୟରେ ଉତ୍ତମ ରୂପେ ମନୋଯୋଗ କର ।
ହିତୋପଦେଶ 27 : 24 (ORV)
କାରଣ ସମ୍ପତ୍ତି ଅନନ୍ତକାଳସ୍ଥାୟୀ ନୁହେଁ ଓ ମୁକୁଟ କʼଣ ପୁରୁଷାନୁକ୍ରମରେ ଥାଏ?
ହିତୋପଦେଶ 27 : 25 (ORV)
ଘାସ କଟା ହେଲେ କଅଁଳ ଘାସ ପ୍ରକାଶ ପାଏ, ଆଉ ପର୍ବତମାନର ତୃଣ ସଂଗୃହୀତ ହୁଏ ।
ହିତୋପଦେଶ 27 : 26 (ORV)
ମେଷଛୁଆମାନେ ତୁମ୍ଭକୁ ବସ୍ତ୍ର ଦେବେ; ପୁଣି, ଛେଳି ତୁମ୍ଭ କ୍ଷେତ୍ରର ମୂଲ୍ୟ ସ୍ଵରୂପ ଅଟେ ।
ହିତୋପଦେଶ 27 : 27 (ORV)
ପୁଣି, ଛେଳିଦୁଧ ତୁମ୍ଭର ଓ ତୁମ୍ଭ ପରିବାରର ଭକ୍ଷ୍ୟ ପାଇଁ ଯଥେଷ୍ଟ ହେବ; ଆଉ, ତୁମ୍ଭ ଦାସୀମାନଙ୍କ ପାଇଁ ଉପଜୀବିକା ହେବ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27

BG:

Opacity:

Color:


Size:


Font: