ହିତୋପଦେଶ 29 : 1 (ORV)
ଯେଉଁ ଲୋକ ଥରକୁ ଥର ଅନୁଯୋଗ ପାଇଲେ ହେଁ ଆପଣା ଗ୍ରୀବା ଶକ୍ତ କରେ, ସେ ପ୍ରତିକାର ବିନୁ ହଠାତ୍ ଭଗ୍ନ ହେବ ।
ହିତୋପଦେଶ 29 : 2 (ORV)
ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେଲେ, ଲୋକମାନେ ଆନନ୍ଦ କରନ୍ତି; ମାତ୍ର ଦୁଷ୍ଟ ଲୋକ କର୍ତ୍ତୃତ୍ଵ ପାଇଲେ, ଲୋକମାନେ ଆର୍ତ୍ତସ୍ଵର କରନ୍ତି ।
ହିତୋପଦେଶ 29 : 3 (ORV)
ଯେଉଁ ଲୋକ ଜ୍ଞାନକୁ ସ୍ନେହ କରେ, ସେ ଆପଣା ପିତାକୁ ଆନନ୍ଦିତ କରେ; ମାତ୍ର ଯେ ବେଶ୍ୟାମାନଙ୍କଠାରେ ଅନୁରକ୍ତ, ସେ ଆପଣା ସମ୍ପତ୍ତି ଉଡ଼ାଇ ଦିଏ ।
ହିତୋପଦେଶ 29 : 4 (ORV)
ରାଜା ସୁବିଚାର ଦ୍ଵାରା ଦେଶ ସୁସ୍ଥିର କରେ; ମାତ୍ର ଯେ ଉପହାରପ୍ରିୟ, ସେ ତାହା ଉଜାଡ଼ି ପକାଏ ।
ହିତୋପଦେଶ 29 : 5 (ORV)
ଯେଉଁ ଲୋକ ଆପଣା ପ୍ରତିବାସୀର ଚାଟୁବାଦ କରେ, ସେ ତାହାର ପାଦ ପାଇଁ ଜାଲ ପ୍ରସାରେ ।
ହିତୋପଦେଶ 29 : 6 (ORV)
ମନ୍ଦ ଲୋକର ଅଧର୍ମରେ ଫାନ୍ଦ ଥାଏ; ମାତ୍ର ଧାର୍ମିକ ଗାନ ଓ ଆନନ୍ଦ କରେ ।
ହିତୋପଦେଶ 29 : 7 (ORV)
ଧାର୍ମିକ ଲୋକ ଦୀନହୀନମାନଙ୍କ ଗୁହାରି ବିଷୟରେ ବିଜ୍ଞ; ମାତ୍ର ତାହା ଜାଣିବା ପାଇଁ ଦୁଷ୍ଟ ଲୋକର ବୁଦ୍ଧି ନାହିଁ ।
ହିତୋପଦେଶ 29 : 8 (ORV)
ନିନ୍ଦକମାନେ ନଗରକୁ ପ୍ରଜ୍ଵଳିତ କରନ୍ତି; ମାତ୍ର ଜ୍ଞାନୀମାନେ କ୍ରୋଧ ନିବାରଣ କରନ୍ତି ।
ହିତୋପଦେଶ 29 : 9 (ORV)
ଅଜ୍ଞାନ ସହିତ ଜ୍ଞାନବାନର ବିବାଦ ହେଲେ, ସେ କ୍ରୋଧ କଲେ କି ହସିଲେ, କିଛି ଶାନ୍ତି ନାହିଁ ।
ହିତୋପଦେଶ 29 : 10 (ORV)
ରକ୍ତପାତପ୍ରିୟ ଲୋକମାନେ ସିଦ୍ଧ ବ୍ୟକ୍ତିକି ଘୃଣା କରନ୍ତି; ପୁଣି, ସେମାନେ ସରଳ ଲୋକର ପ୍ରାଣ ଖୋଜନ୍ତି ।
ହିତୋପଦେଶ 29 : 11 (ORV)
ମୂର୍ଖ ଆପଣାର ସବୁ କ୍ରୋଧ ପ୍ରକାଶ କରେ; ମାତ୍ର ଜ୍ଞାନୀ ତାହା ସମ୍ଭାଳି କ୍ଷା; କରେ ।
ହିତୋପଦେଶ 29 : 12 (ORV)
ଶାସନକର୍ତ୍ତା ଯେବେ ମିଥ୍ୟା କଥାରେ କାନ ଡେରେ, ତେବେ ତାହାର ସେବକ ସବୁ ଦୁଷ୍ଟ ହୁଅନ୍ତି ।
ହିତୋପଦେଶ 29 : 13 (ORV)
ଦରିଦ୍ର ଓ ଉପଦ୍ରବୀ ଏକତ୍ର ମିଳନ୍ତି, ସଦାପ୍ରଭୁ ଉଭୟର ଚକ୍ଷୁ ଦୀପ୍ତିମାନ କରନ୍ତି ।
ହିତୋପଦେଶ 29 : 14 (ORV)
ଯେଉଁ ରାଜା ବିଶ୍ଵସ୍ତ ରୂପେ ଦୀନହୀନମାନଙ୍କର ବିଚାର କରେ, ତାହାର ସିଂହାସନ ସଦାକାଳ ସୁସ୍ଥିର ହେବ ।
ହିତୋପଦେଶ 29 : 15 (ORV)
ବାଡ଼ି ଓ ଅନୁଯୋଗ ଜ୍ଞାନ ଦିଏ; ମାତ୍ର ପିଲାକୁ ତାହାର ଇଚ୍ଛାରେ ଛାଡ଼ିଦେଲେ, ସେ ତାହାର ମାତାକୁ ଲଜ୍ଜା ଦିଏ ।
ହିତୋପଦେଶ 29 : 16 (ORV)
ଦୁଷ୍ଟ ଲୋକମାନେ ବର୍ଦ୍ଧିଷ୍ଣୁ ହେଲେ, ଅଧର୍ମ ବଢ଼େ; ମାତ୍ର ଧାର୍ମିକମାନେ ସେମାନଙ୍କର ନିପାତ ଦେଖିବେ ।
ହିତୋପଦେଶ 29 : 17 (ORV)
ଆପଣା ପୁତ୍ରକୁ ଶାସ୍ତି ଦେଲେ, ସେ ତୁମ୍ଭକୁ ଶାନ୍ତି ଦେବ; ପୁଣି, ସେ ତୁମ୍ଭ ପ୍ରାଣକୁ ସୁଖ ଦେବ ।
ହିତୋପଦେଶ 29 : 18 (ORV)
(ଈଶ୍ଵରୀୟ) ପ୍ରତ୍ୟାଦେଶ ଅଭାବରେ ଲୋକମାନେ ବିନଷ୍ଟ ହୁଅନ୍ତି; ମାତ୍ର ଯେଉଁ ଲୋକ ବ୍ୟବସ୍ଥା ପାଳେ, ସେ ଧନ୍ୟ ।
ହିତୋପଦେଶ 29 : 19 (ORV)
କଥାମାତ୍ରରେ ଦାସର ଦମନ ହୁଏ ନାହିଁ; ଯେହେତୁ ସେ ବୁଝିଲେ ହେଁ ମନୋଯୋଗ କରେ ନାହିଁ ।
ହିତୋପଦେଶ 29 : 20 (ORV)
ତୁମ୍ଭେ କି କଥାରେ ଚଞ୍ଚଳ ଲୋକକୁ ଦେଖୁଅଛ? ତାହା ଅପେକ୍ଷା ମୂର୍ଖ ବିଷୟରେ ଅଧିକ ଭରସା ଅଛି ।
ହିତୋପଦେଶ 29 : 21 (ORV)
ଯେ ପିଲାଦିନୁ ଆପଣା ଦାସକୁ ଗେହ୍ଲା କରି ପାଳେ, ଶେଷରେ ସେହି ଦାସ ତାହାର ପୁତ୍ର ହୋଇ ଉଠେ ।
ହିତୋପଦେଶ 29 : 22 (ORV)
କ୍ରୋଧୀ ଲୋକ ବିବାଦ ଜନ୍ମାଏ, ପୁଣି ରାଗାନ୍ଧ ଲୋକ ବହୁତ ଅଧର୍ମ କରେ ।
ହିତୋପଦେଶ 29 : 23 (ORV)
ମନୁଷ୍ୟର ଅହଙ୍କାର ତାହାକୁ ନତ କରିବ; ମାତ୍ର ଯାହାର ଆତ୍ମା ବିନତ, ସେ ସମ୍ମାନ ପାଇବ ।
ହିତୋପଦେଶ 29 : 24 (ORV)
ଚୋରର ଭାଗୀ ଆପଣା ପ୍ରାଣକୁ ଘୃଣା କରେ, ସେ ରାଣ (କରାଇବାର କଥା) ଶୁଣେ, କିନ୍ତୁ କିଛି ପ୍ରକାଶ କରେ ନାହିଁ ।
ହିତୋପଦେଶ 29 : 25 (ORV)
ଲୋକଭୟ ଫାନ୍ଦଜନକ; ମାତ୍ର ସଦାପ୍ରଭୁଙ୍କ ଠାରେ ଯେ ନିର୍ଭର ରଖେ, ସେ ସୁରକ୍ଷିତ ହେବ ।
ହିତୋପଦେଶ 29 : 26 (ORV)
ଅନେକେ ଶାସନକର୍ତ୍ତାର ଅନୁଗ୍ରହ ଚାହାନ୍ତିନ୍ତ ମାତ୍ର ମନୁଷ୍ୟର ବିଚାର ସଦାପ୍ରଭୁଙ୍କଠାରୁ ହୁଏ ।
ହିତୋପଦେଶ 29 : 27 (ORV)
ଅଧର୍ମକାରୀ ଲୋକ ଧାର୍ମିକର ଘୃଣା ବିଷୟ, ପୁଣି ସରଳପଥଗାମୀ ଦୁଷ୍ଟ ଲୋକର ଘୃଣା ବିଷୟ ହୁଏ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27

BG:

Opacity:

Color:


Size:


Font: