ହିତୋପଦେଶ 7 : 1 (ORV)
ହେ ମୋହର ପୁତ୍ର, ମୋହର କଥାସବୁ ପାଳନ କର ଓ ମୋହର ଆଜ୍ଞାସବୁ ଆପଣା ନିକଟରେ ସଞ୍ଚୟ କରି ରଖ ।
ହିତୋପଦେଶ 7 : 2 (ORV)
ମୋହର ଆଜ୍ଞାସବୁ ପାଳନ କର, ବଞ୍ଚିବ ଓ ଆପଣା ଚକ୍ଷୁର ତାରା ପରି ମୋହର ବ୍ୟବସ୍ଥା ରକ୍ଷା କର ।
ହିତୋପଦେଶ 7 : 3 (ORV)
ତୁମ୍ଭର ସମସ୍ତ ଅଙ୍ଗୁଳିରେ ତାହା ବାନ୍ଧ; ତୁମ୍ଭର ହୃଦୟ-ପଟାରେ ତାହାସବୁ ଲେଖି ରଖ ।
ହିତୋପଦେଶ 7 : 4 (ORV)
ଜ୍ଞାନକୁ କୁହ, ତୁମ୍ଭେ ମୋହର ଭଗିନୀ, ଆଉ ସୁବିବେଚନାକୁ ତୁମ୍ଭର ଜ୍ଞାତି ବୋଲି କୁହ ।
ହିତୋପଦେଶ 7 : 5 (ORV)
ତହିଁରେ ସେମାନେ ପରସ୍ତ୍ରୀଠାରୁ, ଅର୍ଥାତ୍, ଚାଟୁବାଦିନୀ ପରକୀୟାଠାରୁ ତୁମ୍ଭକୁ ରକ୍ଷା କରିବେ ।
ହିତୋପଦେଶ 7 : 6 (ORV)
ମୁଁ ଆପଣା ଗୃହର ଝରକାର ଜାଲି ପରଦା ଦେଇ ନିରୀକ୍ଷଣ କରୁଥିଲି;
ହିତୋପଦେଶ 7 : 7 (ORV)
ତହିଁରେ ମୁଁ ଦେଖିଲି, ଅଜ୍ଞାନମାନଙ୍କ ମଧ୍ୟରେ ଓ ଚିହ୍ନିଲି ଯୁବାମାନଙ୍କ ମଧ୍ୟରେ ଜଣେ ବୁଦ୍ଧିବିହୀନ ଯୁବାଲୋକ
ହିତୋପଦେଶ 7 : 8 (ORV)
(ବ୍ୟଭିଚାରିଣୀର) ଗୃହକୋଣ ନିକଟସ୍ଥ ଗଳି ଦେଇ ଯାଉ ଯାଉ ତାହାର ଗୃହକୁ ଯିବା ପଥରେ ଚାଲିଲା ।
ହିତୋପଦେଶ 7 : 9 (ORV)
ସେତେବେଳେ ଗୋଧୂଳି ସମୟ, ଦିନାବସାନ ହେଉଥିଲା, ରାତ୍ରିର କାଳିମା ଓ ଅନ୍ଧକାର ସମୟ ।
ହିତୋପଦେଶ 7 : 10 (ORV)
ତହିଁରେ ଦେଖ, ଜଣେ ସ୍ତ୍ରୀ ତାହା ସଙ୍ଗେ ଭେଟିଲା, ସେ ବେଶ୍ୟାବେଶଧାରିଣୀ ଓ ଅନ୍ତଃକରଣରେ ଚତୁରୀ ।
ହିତୋପଦେଶ 7 : 11 (ORV)
ସେ ବଡ଼ ତୁଣ୍ତେଈ ଓ ଅବାଧ୍ୟା, ତାହାର ପାଦ ନିଜ ଗୃହରେ ରହେ ନାହିଁ ।
ହିତୋପଦେଶ 7 : 12 (ORV)
ସେ କେବେ କେବେ ସଡ଼କରେ, କେବେ କେବେ ଛକରେ ଥାଏ ଓ ପ୍ରତ୍ୟେକ କୋଣରେ ଅପେକ୍ଷାରେ ବସି ଥାଏ ।
ହିତୋପଦେଶ 7 : 13 (ORV)
ସେହି ସ୍ତ୍ରୀ ତାହାକୁ ଧରି ଚୁମ୍ଵନ କଲା, ଆଉ ନିର୍ଲଜ୍ଜ ମୁଖରେ ତାହାକୁ କହିଲା:
ହିତୋପଦେଶ 7 : 14 (ORV)
“ମଙ୍ଗଳାର୍ଥକ ବଳି ମୋʼ ନିକଟରେ ଅଛି; ମୁଁ ଆଜି ଆପଣାର ମାନତ ପୂର୍ଣ୍ଣ କରିଅଛି ।
ହିତୋପଦେଶ 7 : 15 (ORV)
ଏଣୁ ତୁମ୍ଭ ସଙ୍ଗେ ଦେଖା କରିବାକୁ ବାହାରକୁ ଆସିଲି ଓ ଯନିରେ ତୁମ୍ଭ ମୁଖ ଅନ୍ଵେଷଣ କରିବାକୁ ଆସିଅଛି, ଆଉ ତୁମ୍ଭକୁ ପାଇଲି ।
ହିତୋପଦେଶ 7 : 16 (ORV)
ମୁଁ ସୁଜନୀ ଓ ମିସ୍ରୀୟ ସୂକ୍ଷ୍ମ ସୂତ୍ରର ଡୋରିଆବସ୍ତ୍ର ଆପଣା ପଲଙ୍କରେ ବିଛାଇ ଅଛି ।
ହିତୋପଦେଶ 7 : 17 (ORV)
ପୁଣି, ଗନ୍ଧରସ ଓ ଅଗୁରୁ ଓ ଦାରୁଚିନିରେ ମୋହର ଶଯ୍ୟା ସୁବାସିତ କରିଅଛି ।
ହିତୋପଦେଶ 7 : 18 (ORV)
ଆସ, ଆମ୍ଭେମାନେ ପ୍ରଭାତ ଯାଏ କାମରସରେ ମତ୍ତ ଓ ପ୍ରେମରେ ଭୋଳ ହେଉ ।
ହିତୋପଦେଶ 7 : 19 (ORV)
ଯେହେତୁ କର୍ତ୍ତା ଘରେ ନାହାନ୍ତି, ସେ ଦୂରଯାତ୍ରା କରିଅଛନ୍ତି ।
ହିତୋପଦେଶ 7 : 20 (ORV)
ସେ ତୋଡ଼ାଏ ଟଙ୍କା ସଙ୍ଗରେ ନେଇ ଯାଇଅଛନ୍ତି, ସେ ପୂର୍ଣ୍ଣିମା ସମୟରେ ଫେରି ଆସିବେ ।”
ହିତୋପଦେଶ 7 : 21 (ORV)
ଏହିରୂପେ ଅନେକ ମଧୁର ଭାଷା କହି ସେ ତାହାର ମନ ହରଣ କଲା, ଓଷ୍ଠାଧରର ଚାଟୁବାଦରେ ତାହାକୁ ଓଟାରି ନେଲା ।
ହିତୋପଦେଶ 7 : 22 (ORV)
ଯେପରି ଗୋରୁ ହତ ହେବାକୁ ଯାଏ ଓ ଯେପରି ବେଡ଼ି ପିନ୍ଧିବା ଲୋକ ନିର୍ବୋଧର ଦଣ୍ତ ପାଇବାକୁ ଯାଏ, ସେପରି ସେ ସେହିକ୍ଷଣି ତାହାର ପଛେ ପଛେ ଗଲା ।
ହିତୋପଦେଶ 7 : 23 (ORV)
ଆଉ, ଯେପରି ପକ୍ଷୀ ଫାନ୍ଦକୁ ପ୍ରାଣନାଶକ ନ ଜାଣି ତହିଁରେ ପଡ଼ିବାକୁ ବେଗେ ଉଡ଼େ, ଶେଷରେ ତାହାର ଯକୃତ ସେହିପରି ତୀର ଦ୍ଵାରା ବିଦ୍ଧ ହେଲା ।
ହିତୋପଦେଶ 7 : 24 (ORV)
ଏଣୁ ହେ ମୋହର ପୁତ୍ରମାନେ, ମୋହର କଥା ଶୁଣ ଓ ମୋʼ ମୁଖର ବାକ୍ୟରେ ମନୋନିବେଶ କର ।
ହିତୋପଦେଶ 7 : 25 (ORV)
ତୁମ୍ଭର ଚିତ୍ତ ତାହାର ମାର୍ଗରେ ନ ଯାଉ, ତୁମ୍ଭେ ତାହାର ପଥରେ ବିପଥଗାମୀ ହୁଅ ନାହିଁ ।
ହିତୋପଦେଶ 7 : 26 (ORV)
ଯେହେତୁ ସେ ଅନେକଙ୍କୁ କ୍ଷତବିକ୍ଷତ କରି ପକାଇ ଅଛି, ହଁ, ତାହାର ହତ ଲୋକସକଳ ଅପାର ।
ହିତୋପଦେଶ 7 : 27 (ORV)
ତାହାର ଗୃହ ପାତାଳକୁ ଯିବାର ବାଟ, ଯାହା ମୃତ୍ୟୁର ଆଳୟକୁ ଯାଏ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27

BG:

Opacity:

Color:


Size:


Font: