ଗୀତସଂହିତା 1 : 1 (ORV)
ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ, ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ, କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ,
ଗୀତସଂହିତା 1 : 2 (ORV)
ମାତ୍ର ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଯାହାର ଆମୋଦ ଥାଏ ଓ ଯେ ଦିବାରାତ୍ର ତାହାଙ୍କର ବ୍ୟବସ୍ଥା ଧ୍ୟାନ କରେ, ସେ ଧନ୍ୟ ।
ଗୀତସଂହିତା 1 : 3 (ORV)
ଯେଉଁ ବୃକ୍ଷ ଜଳସ୍ରୋତ ନିକଟରେ ରୋପିତ, ଯେ ସ୍ଵସମୟରେ ଫଳ ଉତ୍ପନ୍ନ କରେ, ଯାହାର ପତ୍ର ହିଁ ମଳିନ ହୁଏ ନାହିଁ, ଏପରି ବୃକ୍ଷ ସଦୃଶ ସେ ହେବ; ପୁଣି, ସେ ଯାହା କରେ, ତାହା ସଫଳ ହେବ ।
ଗୀତସଂହିତା 1 : 4 (ORV)
ଦୁଷ୍ଟମାନେ ସେପ୍ରକାର ନୁହନ୍ତି; ମାତ୍ର ବାୟୁ ଦ୍ଵାରା ଚାଳିତ ତୁଷ ତୁଲ୍ୟ ଅଟନ୍ତି ।
ଗୀତସଂହିତା 1 : 5 (ORV)
ଏହେତୁ ଦୁଷ୍ଟମାନେ ବିଚାର-ସ୍ଥାନରେ, ଅବା ପାପୀମାନେ ଧାର୍ମିକମାନଙ୍କ ମଣ୍ତଳୀରେ ଠିଆ ହେବେ ନାହିଁ ।
ଗୀତସଂହିତା 1 : 6 (ORV)
କାରଣ ସଦାପ୍ରଭୁ ଧାର୍ମିକମାନଙ୍କ ପଥ ଜାଣନ୍ତି; ମାତ୍ର ଦୁଷ୍ଟମାନଙ୍କ ପଥ ବିନଷ୍ଟ ହେବ ।

1 2 3 4 5 6

BG:

Opacity:

Color:


Size:


Font: