ଗୀତସଂହିତା 10 : 1 (ORV)
ହେ ସଦାପ୍ରଭୋ, ତୁମ୍ଭେ କାହିଁକି ଦୂରରେ ଠିଆ ହେଉଅଛ? ସଙ୍କଟ ସମୟରେ ତୁମ୍ଭେ କାହିଁକି ଆପଣାକୁ ଲୁଚାଉଅଛ?
ଗୀତସଂହିତା 10 : 2 (ORV)
ଦୁଷ୍ଟର ଗର୍ବରେ ଦରିଦ୍ର ତପ୍ତ ଭାବରେ ତାଡ଼ିତ ହୁଏ; ସେମାନେ, ଆପଣାମାନଙ୍କ କଳ୍ପିତ କୌଶଳରେ ଧରା ପଡ଼ନ୍ତୁ ।
ଗୀତସଂହିତା 10 : 3 (ORV)
କାରଣ ଦୁଷ୍ଟ ଆପଣା ମନୋବାଞ୍ଛା ବିଷୟରେ ଦର୍ପ କରେ; ଆଉ, ଲୋଭୀ ସଦାପ୍ରଭୁଙ୍କୁ ତ୍ୟାଗ କରେ, ମଧ୍ୟ ତାହାଙ୍କୁ ଅବଜ୍ଞା କରେ ।
ଗୀତସଂହିତା 10 : 4 (ORV)
ସେ ତାହା ଅନୁସନ୍ଧାନ କରିବେ ନାହିଁ ବୋଲି ଦୁଷ୍ଟ ଆପଣା ମୁଖର ଅହଙ୍କାରରେ କହେ, ପରମେଶ୍ଵର ନାହାନ୍ତି, ଏହା ତାହାର ସକଳ ଚିନ୍ତାର ସାର ।
ଗୀତସଂହିତା 10 : 5 (ORV)
ତାହାର ସମସ୍ତ ଗତି ସର୍ବଦା ଦୃଢ଼; ତୁମ୍ଭର ଶାସନ ତାହାର ଦୃଷ୍ଟିରୁ ଅତି ଊର୍ଦ୍ଧ୍ଵବର୍ତ୍ତୀ, ସେ ଆପଣାର ସମସ୍ତ ବିପକ୍ଷ ପ୍ରତି ଫୁତ୍କାର କରେ ।
ଗୀତସଂହିତା 10 : 6 (ORV)
ସେ ଆପଣା ମନେ ମନେ କହେ, ମୁଁ ଘୁଞ୍ଚା ଯିବି ନାହିଁ; ପୁରୁଷାନୁକ୍ରମେ ମୁଁ ବିପଦଗ୍ରସ୍ତ ନୋହିବି ।
ଗୀତସଂହିତା 10 : 7 (ORV)
ତାହାର ମୁଖ ଅଭିଶାପ ଓ ଛଳନା ଓ ଉପଦ୍ରବରେ ପରିପୂର୍ଣ୍ଣ; ତାହାର ଜିହ୍ଵା ତଳେ ଅନିଷ୍ଟ ଓ ଅଧର୍ମ ଥାଏ ।
ଗୀତସଂହିତା 10 : 8 (ORV)
ସେ ଗ୍ରାମର ଗୁପ୍ତ ସ୍ଥାନରେ ବସେ; ସେ ଆବୃତ ସ୍ଥାନରେ ନିର୍ଦ୍ଦୋଷକୁ ହତ୍ୟା କରେ; ଅସହାୟ ଲୋକର ପ୍ରତିକୂଳରେ ତାହାର ଚକ୍ଷୁ ଗୋପନରେ ଥାଏ ।
ଗୀତସଂହିତା 10 : 9 (ORV)
ଯେପରି ସିଂହ ଆପଣା ଗହ୍ଵରରେ, ସେପରି ସେ ଆବୃତ ସ୍ଥାନରେ ଛକି ବସେ, ସେ ଦରିଦ୍ରକୁ ଧରିବା ପାଇଁ ଛକି ବସେ; ସେ ଦରିଦ୍ରକୁ ଧରି ଆପଣା ଜାଲରେ ଟାଣେ ।
ଗୀତସଂହିତା 10 : 10 (ORV)
ସେ ଛକି ବସେ, ସେ ନଇଁ ପଡ଼େ, ତହୁଁ ଅସହାୟ ଲୋକେ ତାହାର ବଳିଷ୍ଠମାନଙ୍କ ଦ୍ଵାରା ପତିତ ହୁଅନ୍ତି ।
ଗୀତସଂହିତା 10 : 11 (ORV)
ସେ ଆପଣା ମନେ ମନେ କହେ, ପରମେଶ୍ଵର ପାସୋରି ଯାଇଅଛନ୍ତି; ସେ ଆପଣା ମୁଖ ଲୁଚାନ୍ତି; ସେ କେବେ ତାହା ଦେଖିବେ ନାହିଁ ।
ଗୀତସଂହିତା 10 : 12 (ORV)
ହେ ସଦାପ୍ରଭୋ, ଉଠ; ହେ ପରମେଶ୍ଵର, ଆପଣା ହସ୍ତ ଉଠାଅ; ଦୁଃଖୀମାନଙ୍କୁ ପାସୋର ନାହିଁ ।
ଗୀତସଂହିତା 10 : 13 (ORV)
ଦୁଷ୍ଟଲୋକ କାହିଁକି ପରମେଶ୍ଵରଙ୍କୁ ଅବଜ୍ଞା କରେ ଓ ତୁମ୍ଭେ ଅନୁସନ୍ଧାନ କରିବ ନାହିଁ ବୋଲି ସେ ଆପଣା ମନେ ମନେ କହେ?
ଗୀତସଂହିତା 10 : 14 (ORV)
ତୁମ୍ଭେ ତାହା ଦେଖିଅଛ; କାରଣ ତୁମ୍ଭେ ହସ୍ତକ୍ଷେପ କରିବା ପାଇଁ ଉପଦ୍ରବ ଓ ଦ୍ଵେଷ ପ୍ରତି ଦୃଷ୍ଟି କରୁଅଛ; ଅସହାୟ ଲୋକ ଆପଣାକୁ ତୁମ୍ଭଠାରେ ସମର୍ପଣ କରେ; ତୁମ୍ଭେ ପିତୃହୀନର ସହାୟ ହୋଇଅଛ ।
ଗୀତସଂହିତା 10 : 15 (ORV)
ତୁମ୍ଭେ ଦୁଷ୍ଟର ବାହୁ ଭାଙ୍ଗି ଦିଅ; ଆଉ, ତୁମ୍ଭେ ମନ୍ଦଲୋକର କୌଣସି ଦୁଷ୍ଟତା ନ ପାଇବା ପର୍ଯ୍ୟନ୍ତ ତାହା ଅନୁସନ୍ଧାନ କର ।
ଗୀତସଂହିତା 10 : 16 (ORV)
ସଦାପ୍ରଭୁ ଅନନ୍ତକାଳ ରାଜା ଅଟନ୍ତି; ଅନ୍ୟ ଦେଶୀୟମାନେ ତାହାଙ୍କ ଦେଶରୁ ଲୁପ୍ତ ହୋଇଅଛନ୍ତି ।
ଗୀତସଂହିତା 10 : 17 (ORV)
ହେ ସଦାପ୍ରଭୋ, ତୁମ୍ଭେ ନମ୍ର ଲୋକମାନଙ୍କର ବାଞ୍ଛା ଶୁଣିଅଛ; ତୁମ୍ଭେ ସେମାନଙ୍କର ଅନ୍ତଃକରଣ ପ୍ରସ୍ତୁତ କରିବ, ତୁମ୍ଭେ ଶୁଣିବା ପାଇଁ ଆପଣା କର୍ଣ୍ଣ ଡେରିବ;
ଗୀତସଂହିତା 10 : 18 (ORV)
ପିତୃହୀନ ଓ ଉପଦ୍ରବଗ୍ରସ୍ତ ଲୋକଙ୍କର ବିଚାର କରିବ, ତହିଁରେ ମୃତ୍ତିକାଜାତ ମନୁଷ୍ୟ ଆଉ ଭୟଙ୍କର ହୋଇ ପାରିବ ନାହିଁ ।

1 2 3 4 5 6 7 8 9 10 11 12 13 14 15 16 17 18

BG:

Opacity:

Color:


Size:


Font: