ଗୀତସଂହିତା 101 : 1 (ORV)
ଦାଉଦଙ୍କର ଗୀତ । ମୁଁ ଦୟା ଓ ଶାସନ ବିଷୟ ଗାନ କରିବି । ହେ ସଦାପ୍ରଭୋ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି ।
ଗୀତସଂହିତା 101 : 2 (ORV)
ମୁଁ ବିବେଚନାପୂର୍ବକ ସିଦ୍ଧ ପଥରେ ଗମନ କରିବି; ଆହା, ତୁମ୍ଭେ କେବେ ମୋʼ ନିକଟକୁ ଆସିବ? ମୁଁ ଆପଣା ଗୃହ ମଧ୍ୟରେ ସିଦ୍ଧ ଅନ୍ତଃକରଣରେ ଆଚରଣ କରିବି ।
ଗୀତସଂହିତା 101 : 3 (ORV)
ମୁଁ କୌଣସି ମନ୍ଦ ବିଷୟ ଆପଣା ଦୃଷ୍ଟି-ଗୋଚରରେ ରଖିବି ନାହିଁ; ମୁଁ ବିପଥଗାମୀମାନଙ୍କ କର୍ମ ଘୃଣା କରେ; ଗୀତ.୯୭:୧୦ ତାହା ମୋʼଠାରେ ଲିପ୍ତ ହେବ ନାହିଁ ।
ଗୀତସଂହିତା 101 : 4 (ORV)
କୁଟିଳ ଅନ୍ତଃକରଣ ମୋʼ ନିକଟରୁ ଦୂର ହେବ; ମୁଁ ମନ୍ଦ ବିଷୟର ପରିଚୟ ନେବି ନାହିଁ ।
ଗୀତସଂହିତା 101 : 5 (ORV)
ଯେଉଁ ଜନ ଗୋପନରେ ଆପଣା ପ୍ରତିବାସୀର ଅପବାଦ କରେ, ମୁଁ ତାହାକୁ ବିନାଶ କରିବି; ଯାହାର ଅହଙ୍କାର-ଦୃଷ୍ଟି ଓ ଗର୍ବୀ ଅନ୍ତଃକରଣ, ମୁଁ ତାହାକୁ ସହିବି ନାହିଁ ।
ଗୀତସଂହିତା 101 : 6 (ORV)
ଦେଶର ବିଶ୍ଵସ୍ତ ଲୋକେ ଯେପରି ମୋʼ ସଙ୍ଗେ ବାସ କରିବେ, ଏଥିପାଇଁ ସେମାନଙ୍କ ଉପରେ ମୋହର ଦୃଷ୍ଟି ରହିବ । ଯେଉଁ ଜନ ସିଦ୍ଧ ପଥରେ ଚାଲେ, ସେ ମୋହର ସେବା କରିବ ।
ଗୀତସଂହିତା 101 : 7 (ORV)
ଯେ ପ୍ରତାରଣା କରେ, ସେ ମୋʼ ଗୃହ ମଧ୍ୟରେ ବାସ କରିବ ନାହିଁ । ଯେ ମିଥ୍ୟା କହେ, ସେ ମୋʼ ଦୃଷ୍ଟିଗୋଚରରେ ସ୍ଥାୟୀ ହେବ ନାହିଁ ।
ଗୀତସଂହିତା 101 : 8 (ORV)
ମୁଁ ଅଧର୍ମାଚାରୀସମସ୍ତଙ୍କୁ ସଦାପ୍ରଭୁଙ୍କ ନଗରରୁ ଉଚ୍ଛିନ୍ନ କରିବା ନିମନ୍ତେ ପ୍ରତି ପ୍ରଭାତରେ ଦେଶର ସକଳ ଦୁଷ୍ଟ ଲୋକଙ୍କୁ ସଂହାର କରିବି ।

1 2 3 4 5 6 7 8

BG:

Opacity:

Color:


Size:


Font: