ଗୀତସଂହିତା 105 : 1 (ORV)
ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀବର୍ଗ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ ।
ଗୀତସଂହିତା 105 : 2 (ORV)
ତାହାଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟକ୍ରିୟା ବିଷୟରେ କଥୋପକଥନ କର ।
ଗୀତସଂହିତା 105 : 3 (ORV)
ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର; ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ ।
ଗୀତସଂହିତା 105 : 4 (ORV)
ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ପରାକ୍ରମର ଅନ୍ଵେଷଣ କର; ସଦାସର୍ବଦା ତାହାଙ୍କ ମୁଖ ଅନ୍ଵେଷଣ କର ।
ଗୀତସଂହିତା 105 : 5 (ORV)
ହେ ତାହାଙ୍କ ଦାସ ଅବ୍ରହାମର ବଂଶ, ହେ ତାହାଙ୍କର ମନୋନୀତ ଲୋକେ, ଯାକୁବର ସନ୍ତାନଗଣ,
ଗୀତସଂହିତା 105 : 6 (ORV)
ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ, ତାହାଙ୍କ ଅଦ୍ଭୁତ ଲକ୍ଷଣ ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର ।
ଗୀତସଂହିତା 105 : 7 (ORV)
ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ଵର ଅଟନ୍ତି; ତାହାଙ୍କର ଶାସନ ସମୁଦାୟ ପୃଥିବୀରେ ପ୍ରଚଳିତ ।
ଗୀତସଂହିତା 105 : 8 (ORV)
ସେ ଆପଣା ନିୟମ, ଅର୍ଥାତ୍, ଯେଉଁ ବାକ୍ୟ ସେ ସହସ୍ର ପୁରୁଷପରମ୍ପରା ପ୍ରତି ଆଦେଶ କରିଥିଲେ,
ଗୀତସଂହିତା 105 : 9 (ORV)
ଯେଉଁ ନିୟମ ସେ ଅବ୍ରହାମ ସଙ୍ଗେ କରିଥିଲେ ଓ ଆପଣାର ଯେଉଁ ଶପଥ ସେ ଇସ୍‍ହାକ ନିକଟରେ କରିଥିଲେ, ତାହା ସେ ସଦାକାଳ ସ୍ମରଣ କରିଅଛନ୍ତି ।
ଗୀତସଂହିତା 105 : 10 (ORV)
ପୁଣି, ସେ ଯାକୁବ ପ୍ରତି ତାହା ବିଧି ରୂପେ ଓ ଇସ୍ରାଏଲ ପ୍ରତି ଅନନ୍ତକାଳୀନ ନିୟମ ରୂପେ ଦୃଢ଼ କରି କହିଲେ,
ଗୀତସଂହିତା 105 : 11 (ORV)
ଆମ୍ଭେ ତୁମ୍ଭମାନଙ୍କର ନିର୍ଣ୍ଣୀତ ଅଧିକାର ରୂପେ ତୁମ୍ଭକୁ କିଣାନ ଦେଶ ଦେବା ।
ଗୀତସଂହିତା 105 : 12 (ORV)
ସେହି ସମୟରେ ସେମାନେ ସଂଖ୍ୟାରେ ଅଳ୍ପ ଲୋକ ଓ ଅତି ଅଳ୍ପ, ପୁଣି ସେହି ଦେଶରେ ପ୍ରବାସୀ ଥିଲେ ।
ଗୀତସଂହିତା 105 : 13 (ORV)
ଆଉ, ସେମାନେ ଗୋଷ୍ଠୀରୁ ଗୋଷ୍ଠୀ ନିକଟରେ, ଏକ ରାଜ୍ୟରୁ ଅନ୍ୟ ବଂଶ ନିକଟରେ ଭ୍ରମଣ କଲେ ।
ଗୀତସଂହିତା 105 : 14 (ORV)
ସେ ସେମାନଙ୍କର ଉପଦ୍ରବ କରିବାକୁ କୌଣସି ମନୁଷ୍ୟକୁ ଅନୁମତି ଦେଲେ ନାହିଁ; ଆହୁରି, ସେ ସେମାନଙ୍କ ସକାଶେ ରାଜଗଣକୁ ଅନୁଯୋଗ କରି କହିଲେ;
ଗୀତସଂହିତା 105 : 15 (ORV)
ଆମ୍ଭ ଅଭିଷିକ୍ତମାନଙ୍କୁ ସ୍ପର୍ଶ କର ନାହିଁ ଓ ଆମ୍ଭ ଭବିଷ୍ୟଦ୍ବକ୍ତାଗଣର କୌଣସି କ୍ଷତି କର ନାହିଁ ।
ଗୀତସଂହିତା 105 : 16 (ORV)
ଅନନ୍ତର ସେ ଦେଶରେ ଦୁର୍ଭିକ୍ଷ ଆଜ୍ଞା କଲେ; ସେ ଭକ୍ଷ୍ୟରୂପ ସମଗ୍ର ଯଷ୍ଟି ଭଗ୍ନ କଲେ ।
ଗୀତସଂହିତା 105 : 17 (ORV)
ସେ ସେମାନଙ୍କ ଆଗରେ ଏକ ମନୁଷ୍ୟକୁ ପଠାଇଲେ; ଯୋଷେଫ ଦାସ ହେବା ପାଇଁ ବିକ୍ରୀତ ହେଲା;
ଗୀତସଂହିତା 105 : 18 (ORV)
ସେମାନେ ବେଡ଼ିରେ ତାହାର ଚରଣକୁ ଦୁଃଖ ଦେଲେ; ସେ ଲୌହଶୃଙ୍ଖଲରେ ରଖାଗଲାନ୍ତ
ଗୀତସଂହିତା 105 : 19 (ORV)
ଶେଷରେ ତାହାର ବଚନ ସଫଳ ହେଲା; ସଦାପ୍ରଭୁଙ୍କ ବାକ୍ୟ ତାହାକୁ ପରୀକ୍ଷା କଲା ।
ଗୀତସଂହିତା 105 : 20 (ORV)
ତହୁଁ ରାଜା ଲୋକ ପଠାଇ ତାହାକୁ ମୁକ୍ତ କଲା; ନରପତି ତାହାକୁ ମୁକ୍ତ କରି ଛାଡ଼ିଦେଲା ।
ଗୀତସଂହିତା 105 : 21 (ORV)
ସେ ଆପଣାର ଅଧିପତିମାନଙ୍କୁ ଇଚ୍ଛାନୁସାରେ ବନ୍ଧନ କରିବା ପାଇଁ ଓ ଆପଣାର ମନ୍ତ୍ରୀମାନଙ୍କୁ ଜ୍ଞାନ ଶିକ୍ଷା ଦେବା ପାଇଁ;
ଗୀତସଂହିତା 105 : 22 (ORV)
ତାହାକୁ ଆପଣା ଗୃହର ପ୍ରଭୁ ଓ ଆପଣା ସକଳ ସମ୍ପତ୍ତିର କର୍ତ୍ତା କଲା ।
ଗୀତସଂହିତା 105 : 23 (ORV)
ଇସ୍ରାଏଲ ମଧ୍ୟ ମିସର ଦେଶକୁ ଆସିଲା ଓ ଯାକୁବ ହାମ୍ ଦେଶରେ ପ୍ରବାସ କଲା ।
ଗୀତସଂହିତା 105 : 24 (ORV)
ଅନନ୍ତର ସେ ଆପଣା ଲୋକମାନଙ୍କୁ ଅତିଶୟ ବୃଦ୍ଧି କଲେ ଓ ସେମାନଙ୍କ ବିପକ୍ଷଗଣ ଅପେକ୍ଷା ସେମାନଙ୍କୁ ବଳବାନ କଲେ ।
ଗୀତସଂହିତା 105 : 25 (ORV)
ସେ ଆପଣା ଲୋକମାନଙ୍କୁ ଘୃଣା କରିବା ପାଇଁ ଓ ଆପଣା ଦାସମାନଙ୍କ ସହିତ ଧୂର୍ତ୍ତ ବ୍ୟବହାର କରିବା ପାଇଁ ସେମାନଙ୍କ ମନ ପରିବର୍ତ୍ତନ କଲେ ।
ଗୀତସଂହିତା 105 : 26 (ORV)
ସେ ଆପଣା ସେବକ ମୋଶାଙ୍କୁ ଓ ଆପଣା ମନୋନୀତ ହାରୋଣଙ୍କୁ ପଠାଇଲେ ।
ଗୀତସଂହିତା 105 : 27 (ORV)
ସେମାନେ ଲୋକମାନଙ୍କ ମଧ୍ୟରେ ତାହାଙ୍କର ବିବିଧ ଲକ୍ଷଣ ଓ ହାମ୍ ଦେଶରେ ନାନା ଅଦ୍ଭୂତ କର୍ମ ପ୍ରକାଶ କଲେ ।
ଗୀତସଂହିତା 105 : 28 (ORV)
ସେ ଅନ୍ଧକାର ପଠାଇ ଦେଶକୁ ଅନ୍ଧକାରମୟ କଲେ; ଆଉ, ସେମାନେ ତାହାଙ୍କ ବାକ୍ୟର ବିରୁଦ୍ଧାଚରଣ କଲେ ନାହିଁ ।
ଗୀତସଂହିତା 105 : 29 (ORV)
ସେ ସେମାନଙ୍କ ଜଳସବୁ ରକ୍ତ କଲେ ଓ ମାଛସବୁ ମାରି ପକାଇଲେ ।
ଗୀତସଂହିତା 105 : 30 (ORV)
ସେମାନଙ୍କ ଦେଶ ଓ ସେମାନଙ୍କ ରାଜଗଣର ଅନ୍ତଃପୁର ବେଙ୍ଗରେ ପରିପୂର୍ଣ୍ଣ ହେଲା ।
ଗୀତସଂହିତା 105 : 31 (ORV)
ସେ ଆଜ୍ଞା କରନ୍ତେ, ଦଂଶକର ଝାଙ୍କ ଓ ସେମାନଙ୍କ ସକଳ ଅଞ୍ଚଳରେ ଉକୁଣିଆ ପୋକ ଉପସ୍ଥିତ ହେଲେ ।
ଗୀତସଂହିତା 105 : 32 (ORV)
ସେ ସେମାନଙ୍କୁ ବୃଷ୍ଟି ବଦଳେ ଶିଳା ଓ ସେମାନଙ୍କ ଦେଶରେ ଶିଖାଯୁକ୍ତ ଅଗ୍ନି ଦେଲେ ।
ଗୀତସଂହିତା 105 : 33 (ORV)
ମଧ୍ୟ ସେ ସେମାନଙ୍କ ଦ୍ରାକ୍ଷାଲତା ଓ ଡ଼ିମିରି ବୃକ୍ଷସବୁ ଆଘାତ କଲେ ଓ ସେମାନଙ୍କ ସୀମାସ୍ଥିତ ବୃକ୍ଷସବୁଣଭାଙ୍ଗି ପକାଇଲେ ।
ଗୀତସଂହିତା 105 : 34 (ORV)
ସେ ଆଜ୍ଞା କରନ୍ତେ, ଅସଂଖ୍ୟ ପଙ୍ଗପାଳ ଓ ପତଙ୍ଗ ଉପସ୍ଥିତ ହେଲେ;
ଗୀତସଂହିତା 105 : 35 (ORV)
ପୁଣି, ସେମାନଙ୍କ ଦେଶର ସବୁ ତୃଣ ଖାଇ ପକାଇଲେ ଓ ସେମାନଙ୍କ ଭୂମିର ଫଳସବୁ ଗ୍ରାସ କଲେ ।
ଗୀତସଂହିତା 105 : 36 (ORV)
ଆହୁରି, ସେ ସେମାନଙ୍କ ଦେଶରେ ସମସ୍ତ ପ୍ରଥମଜାତ, ସେମାନଙ୍କର ସମସ୍ତ ଶକ୍ତିର ପ୍ରଥମ ଫଳ ଆଘାତ କଲେ ।
ଗୀତସଂହିତା 105 : 37 (ORV)
ଆଉ, ସେ ରୂପା ଓ ସୁନା ସହିତ ସେମାନଙ୍କୁ ବାହାର କରି ଆଣିଲେ ଓ ତାହାଙ୍କର ଗୋଷ୍ଠୀ ମଧ୍ୟରେ ଜଣେ ଦୁର୍ବଳ ଲୋକ ନ ଥିଲା ।
ଗୀତସଂହିତା 105 : 38 (ORV)
ସେମାନେ ପ୍ରସ୍ଥାନ କରନ୍ତେ, ମିସର ଆନନ୍ଦିତ ହେଲା; କାରଣ ସେମାନଙ୍କ ବିଷୟକ ଭୟ ସେମାନଙ୍କ ଉପରେ ପଡ଼ିଥିଲା ।
ଗୀତସଂହିତା 105 : 39 (ORV)
ସେ ଚନ୍ଦ୍ରାତପ ନିମନ୍ତେ ମେଘ ବିସ୍ତାର କଲେ ଓ ରାତ୍ରିରେ ଆଲୁଅ ଦେବା ପାଇଁ ଅଗ୍ନି ଦେଲେ ।
ଗୀତସଂହିତା 105 : 40 (ORV)
ସେମାନେ ମାଗନ୍ତେ, ସେ ଭାଟୋଇ ପକ୍ଷୀମାନଙ୍କୁ ଆଣିଲେ ଓ ସ୍ଵର୍ଗୀୟ ଭକ୍ଷ୍ୟରେ ସେମାନଙ୍କୁ ପରିତୃପ୍ତ କଲେ ।
ଗୀତସଂହିତା 105 : 41 (ORV)
ସେ ଶୈଳକୁ ଫିଟାନ୍ତେ, ଜଳ ନିର୍ଗତ ହେଲା; ତାହା ଶୁଷ୍କ ଭୂମିରେ ନଦୀ ତୁଲ୍ୟ ପ୍ରବାହିତ ହେଲା ।
ଗୀତସଂହିତା 105 : 42 (ORV)
କାରଣ ସେ ଆପଣା ପବିତ୍ର ବାକ୍ୟ ଓ ଆପଣା ଦାସ ଅବ୍ରହାମକୁ ସ୍ମରଣ କଲେ ।
ଗୀତସଂହିତା 105 : 43 (ORV)
ପୁଣି, ସେ ଆପଣା ଲୋକମାନଙ୍କୁ ଆନନ୍ଦ ସହିତ ଓ ଆପଣା ମନୋନୀତମାନଙ୍କୁ ଗାୟନ ସହିତ ବାହାର କରି ଆଣିଲେ ।
ଗୀତସଂହିତା 105 : 44 (ORV)
ଯେପରି ସେମାନେ ତାହାଙ୍କ ବିଧିସବୁ ରକ୍ଷା କରିବେ ଓ ତାହାଙ୍କର ବ୍ୟବସ୍ଥାସବୁ ପାଳନ କରିବେ,
ଗୀତସଂହିତା 105 : 45 (ORV)
ଏଥିପାଇଁ ସେ ଗୋଷ୍ଠୀୟବର୍ଗର ଦେଶସବୁ ସେମାନଙ୍କୁ ଦେଲେ ଓ ସେମାନେ ଜନବୃନ୍ଦର ପରିଶ୍ରମର ଫଳାଧିକାରୀ ହେଲେ; ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45

BG:

Opacity:

Color:


Size:


Font: