ଗୀତସଂହିତା 106 : 1 (ORV)
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର । ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ । ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ ।
ଗୀତସଂହିତା 106 : 2 (ORV)
ସଦାପ୍ରଭୁଙ୍କ ବିକ୍ରମର କାର୍ଯ୍ୟସବୁ କିଏ ବର୍ଣ୍ଣନା କରିପାରେ? ଓ ତାହାଙ୍କ ପ୍ରଶଂସାସବୁ କିଏ ପ୍ରକାଶ କରିପାରେ?
ଗୀତସଂହିତା 106 : 3 (ORV)
ଯେଉଁମାନେ ନ୍ୟାୟ ରକ୍ଷା କରନ୍ତି, ସେମାନେ ଧନ୍ୟ ଓ ଯେ ସବୁବେଳେ ଧର୍ମାଚରଣ କରେ, ସେ ଧନ୍ୟ ।
ଗୀତସଂହିତା 106 : 4 (ORV)
ହେ ସଦାପ୍ରଭୋ, ତୁମ୍ଭେ ଆପଣା ଲୋକମାନଙ୍କ ପ୍ରତି ଯେଉଁ ଅନୁଗ୍ରହ ବହିଥାଅ, ତଦନୁସାରେ ମୋତେ ସ୍ମରଣ କର; ତୁମ୍ଭେ ଆପଣା ପରିତ୍ରାଣ ଘେନି ମୋହର ତତ୍ତ୍ଵ ନିଅ;
ଗୀତସଂହିତା 106 : 5 (ORV)
ତହିଁରେ ମୁଁ ତୁମ୍ଭ ମନୋନୀତ ଲୋକଙ୍କର ସମୃଦ୍ଧି ଦେଖିବି, ତୁମ୍ଭ ଲୋକମାନଙ୍କ ଆନନ୍ଦରେ ଆନନ୍ଦ କରିବି, ତୁମ୍ଭ ଅଧିକାର ସହିତ ଦର୍ପ କରିବି ।
ଗୀତସଂହିତା 106 : 6 (ORV)
ଆମ୍ଭେମାନେ ଆପଣାମାନଙ୍କ ପିତୃଗଣ ତୁଲ୍ୟ ପାପ କରିଅଛୁ, ଆମ୍ଭେମାନେ ଅପରାଧ କରିଅଛୁ, ଆମ୍ଭେମାନେ ଅଧର୍ମ କରିଅଛୁ ।
ଗୀତସଂହିତା 106 : 7 (ORV)
ଆମ୍ଭମାନଙ୍କ ପିତୃପୁରୁଷମାନେ ମିସରରେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସବୁ ବୁଝିଲେ ନାହିଁ; ସେମାନେ ତୁମ୍ଭ ଦୟାର ବାହୁଲ୍ୟ ସ୍ମରଣ କଲେ ନାହିଁ; ମାତ୍ର ସମୁଦ୍ର ନିକଟରେ, ସୂଫ ସମୁଦ୍ର ନିକଟରେ ହେଁ ବିଦ୍ରୋହାଚରଣ କଲେ ।
ଗୀତସଂହିତା 106 : 8 (ORV)
ତେବେ ହେଁ ସେ ଆପଣା ମହାପରାକ୍ରମର ପରିଚୟ ଦେବା ନିମନ୍ତେ ଆପଣା ନାମ ସକାଶୁ ସେମାନଙ୍କୁ ପରିତ୍ରାଣ କଲେ ।
ଗୀତସଂହିତା 106 : 9 (ORV)
ଆହୁରି, ସେ ସୂଫ ସମୁଦ୍ରକୁ ଧମକାନ୍ତେ, ତାହା ଶୁଷ୍କ ହେଲା; ତହିଁରେ ପ୍ରାନ୍ତର ଦେଇ ଘେନିଗଲା ପରି ସେ ସେମାନଙ୍କୁ ଗଭୀର ଜଳ ଦେଇ ଘେନିଗଲେ ।
ଗୀତସଂହିତା 106 : 10 (ORV)
ଆଉ, ସେ ସେମାନଙ୍କ ଘୃଣାକାରୀ ଲୋକର ହସ୍ତରୁ ସେମାନଙ୍କୁ ପରିତ୍ରାଣ କଲେ ଓ ସେମାନଙ୍କ ଶତ୍ରୁର ହସ୍ତରୁ ସେ ସେମାନଙ୍କୁ ମୁକ୍ତ କଲେ ।
ଗୀତସଂହିତା 106 : 11 (ORV)
ପୁଣି, ଜଳରାଶି ସେମାନଙ୍କ ବିପକ୍ଷଗଣକୁ ଆଚ୍ଛାଦନ କଲା; ସେମାନଙ୍କ ମଧ୍ୟରୁ ଜଣେ ଅବଶିଷ୍ଟ ରହିଲା ନାହିଁ ।
ଗୀତସଂହିତା 106 : 12 (ORV)
ସେତେବେଳେ ସେମାନେ ତାହାଙ୍କ ବାକ୍ୟରେ ବିଶ୍ଵାସ କଲେ; ସେମାନେ ତାହାଙ୍କର ପ୍ରଶଂସା ଗାନ କଲେ ।
ଗୀତସଂହିତା 106 : 13 (ORV)
ସେମାନେ ତାହାଙ୍କ କର୍ମସକଳ ଶୀଘ୍ର ପାସୋରି ଗଲେ; ସେମାନେ ତାହାଙ୍କ ମନ୍ତ୍ରଣାର ଅପେକ୍ଷା କଲେ ନାହିଁ
ଗୀତସଂହିତା 106 : 14 (ORV)
ମାତ୍ର ପ୍ରାନ୍ତରରେ ଅତିଶୟ ଲୋଭାକ୍ରା; ହେଲେ ଓ ମରୁଭୂମିରେ ପରମେଶ୍ଵରଙ୍କୁ ପରୀକ୍ଷା କଲେ ।
ଗୀତସଂହିତା 106 : 15 (ORV)
ତହିଁରେ ସେ ସେମାନଙ୍କ ପ୍ରାର୍ଥିତ ବିଷୟ ଦେଲେ; ମାତ୍ର ସେମାନଙ୍କ ପ୍ରାଣରେ କ୍ଷୀଣତା ପ୍ରେରଣ କଲେ ।
ଗୀତସଂହିତା 106 : 16 (ORV)
ଆହୁରି, ସେମାନେ ଛାଉଣିରେ ମୋଶାଙ୍କ ପ୍ରତି ଓ ସଦାପ୍ରଭୁଙ୍କର ସଦ୍ଭକ୍ତ ହାରୋଣଙ୍କ ପ୍ରତି ଈର୍ଷାଭାବ ବହିଲେ ।
ଗୀତସଂହିତା 106 : 17 (ORV)
ପୃଥିବୀ ଫାଟିଯାଇ ଦାଥନକୁ ଗ୍ରାସ କଲା ଓ ଅବିରାମର ଦଳକୁ ଆଚ୍ଛାଦନ କଲା ।
ଗୀତସଂହିତା 106 : 18 (ORV)
ପୁଣି, ସେମାନଙ୍କ ଦଳ ମଧ୍ୟରେ ଅଗ୍ନି ପ୍ରଜ୍ଵଳିତ ହେଲା; ଅଗ୍ନିଶିଖା ଦୁଷ୍ଟମାନଙ୍କୁ ଦଗ୍ଧ କଲା ।
ଗୀତସଂହିତା 106 : 19 (ORV)
ସେମାନେ ହୋରେବରେ ଗୋଟିଏ ଗୋବତ୍ସ ନିର୍ମାଣ କଲେ ଓ ଛାଞ୍ଚରେ ଢଳା ପ୍ରତିମାକୁ ପ୍ରଣାମ କଲେ ।
ଗୀତସଂହିତା 106 : 20 (ORV)
ଏହିରୂପେ, ସେମାନେ ତୃଣଭକ୍ଷକ ଗୋରୁର ପ୍ରତିମା ସହିତ ଆପଣାମାନଙ୍କ ଗୌରବସ୍ଵରୂପଙ୍କୁ ପରିବର୍ତ୍ତନ କଲେ ।
ଗୀତସଂହିତା 106 : 21 (ORV)
ଯେ ମିସରରେ ବିବିଧ ମହତ କର୍ମ, ହାମ୍ ଦେଶରେ ନାନା ଆଶ୍ଚର୍ଯ୍ୟକର୍ମ ଓ ସୂଫ ସମୁଦ୍ର ନିକଟରେ ଭୟଙ୍କର କର୍ମ ସାଧନ କରିଥିଲେ;
ଗୀତସଂହିତା 106 : 22 (ORV)
ସେମାନେ ଆପଣାମାନଙ୍କ ସେହି ତ୍ରାଣକର୍ତ୍ତା ପରମେଶ୍ଵରଙ୍କୁ ପାସୋରିଲେ ।
ଗୀତସଂହିତା 106 : 23 (ORV)
ଏହେତୁ ସେ ସେମାନଙ୍କୁ ସଂହାର କରିବେ ବୋଲି କହିଲେ, ମାତ୍ର ସେ ଯେପରି ସେମାନଙ୍କୁ ସଂହାର ନ କରିବେ, ଏଥିପାଇଁ ତାହାଙ୍କ କୋପ ଫେରାଇବା ନିମନ୍ତେ ତାହାଙ୍କ ମନୋନୀତ ମୋଶା ଭଗ୍ନସ୍ଥାନରେ ତାହାଙ୍କ ସମ୍ମୁଖରେ ଠିଆ ହେଲେ ।
ଗୀତସଂହିତା 106 : 24 (ORV)
ଆହୁରି, ସେମାନେ ମନୋରମ ଦେଶକୁ ତୁଚ୍ଛ କଲେ, ସେମାନେ ତାହାଙ୍କ ବାକ୍ୟରେ ବିଶ୍ଵାସ କଲେ ନାହିଁ ।
ଗୀତସଂହିତା 106 : 25 (ORV)
ମାତ୍ର ଆପଣା ଆପଣା ତମ୍ଵୁରେ ବଚସା କଲେ, ଆଉ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ ।
ଗୀତସଂହିତା 106 : 26 (ORV)
ଏହେତୁ ସେ ପ୍ରାନ୍ତରରେ ସେମାନଙ୍କୁ ନିପାତ କରିବା ପାଇଁ ଓ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କ ବଂଶକୁ ନିପାତ କରିବା ପାଇଁ
ଗୀତସଂହିତା 106 : 27 (ORV)
ଓ ନାନା ଦେଶରେ ସେମାନଙ୍କୁ ଛିନ୍ନଭିନ୍ନ କରିବା ପାଇଁ ସେମାନଙ୍କ ପ୍ରତି ଆପଣା ହସ୍ତ ଉଠାଇଲେ ।
ଗୀତସଂହିତା 106 : 28 (ORV)
ଆହୁରି, ସେମାନେ ବାଲ୍-ପିୟୋର୍ ପ୍ରତି ଆସକ୍ତ ହେଲେ ଓ ମୃତମାନଙ୍କର ବଳି ଭୋଜନ କଲେ ।
ଗୀତସଂହିତା 106 : 29 (ORV)
ଏହିରୂପେ ସେମାନେ ଆପଣା ଆପଣା କ୍ରିୟା ଦ୍ଵାରା ତାହାଙ୍କୁ ବିରକ୍ତ କଲେ; ତହୁଁ ସେମାନଙ୍କ ମଧ୍ୟରେ ମହାମାରୀ ପ୍ରକାଶିତ ହେଲା ।
ଗୀତସଂହିତା 106 : 30 (ORV)
ସେତେବେଳେ ପୀନହସ୍ ଠିଆ ହୋଇ ଦଣ୍ତାଜ୍ଞା ସାଧନ କଲା; ତହିଁରେ ମହାମାରୀ ନିବୃତ୍ତ ହେଲା ।
ଗୀତସଂହିତା 106 : 31 (ORV)
ଏଣୁ ତାହା ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ ତାହା ପକ୍ଷରେ ଧାର୍ମିକତା ବୋଲି ଗଣିତ ହେଲା ।
ଗୀତସଂହିତା 106 : 32 (ORV)
ଆହୁରି, ସେମାନେ ମିରୀବାଃ ଜଳ ନିକଟରେ ତାହାଙ୍କୁ କ୍ରୁଦ୍ଧ କଲେ, ତେଣୁ ସେମାନଙ୍କ ସକାଶୁ ମୋଶାଙ୍କର ବିପଦ ଘଟିଲା;
ଗୀତସଂହିତା 106 : 33 (ORV)
ଯେହେତୁ ସେମାନେ ତାହାଙ୍କ ଆତ୍ମା ପ୍ରତିକୂଳରେ ବିଦ୍ରୋହୀ ହୁଅନ୍ତେ, ସେ ଆପଣା ଓଷ୍ଠାଧରରେ ଅବିବେଚନାର କଥା କହିଲେ ।
ଗୀତସଂହିତା 106 : 34 (ORV)
ସେମାନେ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ଗୋଷ୍ଠୀବର୍ଗକୁ ବିନାଶ କଲେ ନାହିଁ।
ଗୀତସଂହିତା 106 : 35 (ORV)
ମାତ୍ର ଅନ୍ୟ ଦେଶୀୟମାନଙ୍କ ସଙ୍ଗେ ମିଶ୍ରିତ ହେଲେ ଓ ସେମାନଙ୍କ କ୍ରିୟାସବୁ ଶିଖିଲେ ।
ଗୀତସଂହିତା 106 : 36 (ORV)
ଆଉ, ସେମାନଙ୍କ ଦେବତାଗଣର ସେବା କଲେ; ତାହା ସେମାନଙ୍କ ପ୍ରତି ଫାନ୍ଦ ସ୍ଵରୂପ ହେଲା ।
ଗୀତସଂହିତା 106 : 37 (ORV)
ହଁ, ସେମାନେ ଭୂତଗଣ ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର-କନ୍ୟାମାନଙ୍କୁ ବଳିଦାନ କଲେ ।
ଗୀତସଂହିତା 106 : 38 (ORV)
ପୁଣି, ସେମାନେ କିଣାନ ଦେଶର ଦେବତାଗଣ ଉଦ୍ଦେଶ୍ୟରେ ବଳିଦାନ କରି ନିର୍ଦ୍ଦୋଷ ରକ୍ତ, ଅର୍ଥାତ୍, ଆପଣା ଆପଣା ପୁତ୍ରକନ୍ୟାଗଣର ରକ୍ତପାତ କଲେ; ତହିଁରେ ଦେଶ ରକ୍ତରେ ଅଶୁଚି ହେଲା ।
ଗୀତସଂହିତା 106 : 39 (ORV)
ଏହିରୂପେ ସେମାନେ ଆପଣା ଆପଣା କାର୍ଯ୍ୟ ଦ୍ଵାରା ଅପବିତ୍ର ହେଲେ ଓ ବ୍ୟବହାରରେ ବ୍ୟଭିଚାର କଲେ ।
ଗୀତସଂହିତା 106 : 40 (ORV)
ଏହେତୁ ଲୋକମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ କୋପ ପ୍ରଜ୍ଵଳିତ ହେଲା, ପୁଣି ସେ ଆପଣା ଅଧିକାରକୁ ଘୃଣା କଲେ ।
ଗୀତସଂହିତା 106 : 41 (ORV)
ଆଉ, ସେ ସେମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ହସ୍ତରେ ସମର୍ପଣ କଲେ ଓ ସେମାନଙ୍କ ଘୃଣାକାରୀମାନେ ସେମାନଙ୍କ ଉପରେ କର୍ତ୍ତୃତ୍ଵ କଲେ;
ଗୀତସଂହିତା 106 : 42 (ORV)
ସେମାନଙ୍କ ଶତ୍ରୁଗଣ ମଧ୍ୟ ସେମାନଙ୍କ ପ୍ରତି ଉପଦ୍ରବ କଲେ, ପୁଣି ସେମାନେ ସେମାନଙ୍କ ହସ୍ତ ତଳେ ବଶୀଭୂତ ହେଲେ ।
ଗୀତସଂହିତା 106 : 43 (ORV)
ଅନେକ ଥର ସେ ସେମାନଙ୍କୁ ଉଦ୍ଧାର କଲେ; ମାତ୍ର ସେମାନେ ଆପଣା ଆପଣା ମନ୍ତ୍ରଣାରେ ବିଦ୍ରୋହୀ ହେଲେ ଓ ଆପଣା ଆପଣା ଅଧର୍ମରେ କ୍ଷୀଣ ହେଲେ ।
ଗୀତସଂହିତା 106 : 44 (ORV)
ତଥାପି ସେ ସେମାନଙ୍କ କାକୂକ୍ତି ଶୁଣି ସେମାନଙ୍କ ଦୁର୍ଦ୍ଦଶାରେ ମନୋଯୋଗ କଲେ ।
ଗୀତସଂହିତା 106 : 45 (ORV)
ପୁଣି, ସେମାନଙ୍କ ପକ୍ଷରେ ସେ ଆପଣା ନିୟମ ସ୍ମରଣ କଲେ ଓ ନିଜର ଦୟାର ବାହୁଲ୍ୟ ଅନୁସାରେ ସେମାନଙ୍କ ପ୍ରତି କୃପା କଲେ ।
ଗୀତସଂହିତା 106 : 46 (ORV)
ଆହୁରି, ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେ ସେମାନଙ୍କ ମନରେ ଦୟା ଜନ୍ମାଇଲେ ।
ଗୀତସଂହିତା 106 : 47 (ORV)
ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ଵର, ତୁମ୍ଭ ପବିତ୍ର ନାମକୁ ଧନ୍ୟବାଦ ଦେବା ପାଇଁ, ତୁମ୍ଭ ପ୍ରଶଂସାରେ ଦର୍ପ କରିବା ପାଇଁ ଆମ୍ଭମାନଙ୍କୁ ପରିତ୍ରାଣ କର ଓ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଆମ୍ଭମାନଙ୍କୁ ସଂଗ୍ରହ କର ।
ଗୀତସଂହିତା 106 : 48 (ORV)
ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଧନ୍ୟ ହେଉନ୍ତୁ । ପୁଣି, ସମୁଦାୟ ଲୋକ ଆମେନ୍ କୁହନ୍ତୁ । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48