ଗୀତସଂହିତା 107 : 1 (ORV)
ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
ଗୀତସଂହିତା 107 : 2 (ORV)
ସେ ଯେଉଁମାନଙ୍କୁ ବିପକ୍ଷର ହସ୍ତରୁ ମୁକ୍ତ କରିଅଛନ୍ତି ଓ ନାନା ଦେଶରୁ, ପୂର୍ବ ଓ ପଶ୍ଚିମରୁ,
ଗୀତସଂହିତା 107 : 3 (ORV)
ଉତ୍ତର ଓ ଦକ୍ଷିଣରୁ ସଂଗ୍ରହ କରିଅଛନ୍ତି, ସଦାପ୍ରଭୁଙ୍କ ସେହି ମୁକ୍ତ ଲୋକମାନେ ତାହା କହନ୍ତୁ ।
ଗୀତସଂହିତା 107 : 4 (ORV)
ସେମାନେ ପ୍ରାନ୍ତରରେ ନିର୍ଜ୍ଜନ ପଥରେ ଭ୍ରମଣ କଲେ; ସେମାନେ କୌଣସି ବସତି-ନଗର ପାଇଲେ ନାହିଁ ।
ଗୀତସଂହିତା 107 : 5 (ORV)
କ୍ଷୁଧିତ ଓ ତୃଷିତ ହୋଇ ସେମାନଙ୍କର ପ୍ରାଣ ସେମାନଙ୍କ ଅନ୍ତରରେ ମୂର୍ଚ୍ଛିତ ହେଲା ।
ଗୀତସଂହିତା 107 : 6 (ORV)
ତେବେ ସେମାନେ ଆପଣାମାନଙ୍କ ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୁକ୍ତି କଲେ, ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ଉଦ୍ଧାର କଲେ ।
ଗୀତସଂହିତା 107 : 7 (ORV)
ଆହୁରି, ସେମାନେ ଯେପରି ବସତି-ନଗରକୁ ଯାଇ ପାରିବେ, ଏଥିପାଇଁ ସେ ସେମାନଙ୍କୁ ସଳଖ ପଥରେ ଘେନି ଗଲେ ।
ଗୀତସଂହିତା 107 : 8 (ORV)
ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ ।
ଗୀତସଂହିତା 107 : 9 (ORV)
ଯେହେତୁ ସେ ତୃଷିତ ପ୍ରାଣକୁ ପରିତୃପ୍ତ କରନ୍ତି ଓ କ୍ଷୁଧିତ ପ୍ରାଣକୁ ଉତ୍ତମ ଦ୍ରବ୍ୟରେ ପୂର୍ଣ୍ଣ କରନ୍ତି ।
ଗୀତସଂହିତା 107 : 10 (ORV)
କେହି କେହି ପରମେଶ୍ଵରଙ୍କ ବାକ୍ୟର ବିରୁଦ୍ଧାଚରଣ ଓ ସର୍ବୋପରିସ୍ଥଙ୍କ ମନ୍ତ୍ରଣା ତୁଚ୍ଛ କରିବା ସକାଶୁ,
ଗୀତସଂହିତା 107 : 11 (ORV)
ସେମାନେ ଦୁଃଖ ଓ ଲୌହ ଶୃଙ୍ଖଲରେ ବଦ୍ଧ ହୋଇ ଅନ୍ଧକାରରେ ଓ ମୃତ୍ୟୁଛାୟାରେ ବସିଲେ;
ଗୀତସଂହିତା 107 : 12 (ORV)
ସେ ସେମାନଙ୍କ ହୃଦୟକୁ କ୍ଳେଶରେ ଅବନତ କଲେ; ସେମାନେ ପତିତ ହେଲେ ଓ ସାହାଯ୍ୟ କରିବାକୁ କେହି ନ ଥିଲା ।
ଗୀତସଂହିତା 107 : 13 (ORV)
ତେବେ ସେମାନେ ଆପଣାମାନଙ୍କ ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୁକ୍ତି କଲେ, ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ତ୍ରାଣ କଲେ ।
ଗୀତସଂହିତା 107 : 14 (ORV)
ସେ ଅନ୍ଧକାର ଓ ମୃତ୍ୟୁଛାୟାରୁ ସେମାନଙ୍କୁ ବାହାର କରି ଆଣିଲେ ଓ ସେମାନଙ୍କ ବନ୍ଧନ ଛେଦନ କଲେ ।
ଗୀତସଂହିତା 107 : 15 (ORV)
ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ!
ଗୀତସଂହିତା 107 : 16 (ORV)
ଯେହେତୁ ସେ ପିତ୍ତଳ-ଦ୍ଵାର ଭାଙ୍ଗିଅଛନ୍ତି ଓ ଲୌହ-ଅର୍ଗଳ କାଟି ପକାଇଅଛନ୍ତି ।
ଗୀତସଂହିତା 107 : 17 (ORV)
ମୂର୍ଖମାନେ ଆପଣା ଆପଣା ଅପରାଧ ଓ ଅଧର୍ମାଚରଣ ସକାଶୁ କ୍ଳେଶ ପାଆନ୍ତି ।
ଗୀତସଂହିତା 107 : 18 (ORV)
ସେମାନଙ୍କ ପ୍ରାଣ ସର୍ବପ୍ରକାର ଖାଦ୍ୟଦ୍ରବ୍ୟ ଘୃଣା କରଇ ଓ ସେମାନେ ମୃତ୍ୟୁଦ୍ଵାରର ନିକଟବର୍ତ୍ତୀ ହୁଅନ୍ତି ।
ଗୀତସଂହିତା 107 : 19 (ORV)
ତେବେ ସେମାନେ ଆପଣା ଆପଣା ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୁକ୍ତି କରନ୍ତି, ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ତ୍ରାଣ କରନ୍ତି ।
ଗୀତସଂହିତା 107 : 20 (ORV)
ସେ ଆପଣା ବାକ୍ୟ ପଠାଇ ସେମାନଙ୍କୁ ସୁସ୍ଥ କରନ୍ତି, ପୁଣି ବିନାଶରୁ ସେମାନଙ୍କୁ ଉଦ୍ଧାର କରନ୍ତି ।
ଗୀତସଂହିତା 107 : 21 (ORV)
ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ ।
ଗୀତସଂହିତା 107 : 22 (ORV)
ସେମାନେ ଧନ୍ୟବାଦରୂପ ବଳି ଉତ୍ସର୍ଗ କରନ୍ତୁ ଓ ଗାନ କରି ତାହାଙ୍କ କର୍ମସକଳ ବର୍ଣ୍ଣନା କରନ୍ତୁ ।
ଗୀତସଂହିତା 107 : 23 (ORV)
ଯେଉଁମାନେ ଜାହାଜ ଚଢ଼ି ସମୁଦ୍ର-ଯାତ୍ରା କରନ୍ତି, ଯେଉଁମାନେ ମହାଜଳରାଶିରେ କାରବାର କରନ୍ତି,
ଗୀତସଂହିତା 107 : 24 (ORV)
ସେମାନେ ସଦାପ୍ରଭୁଙ୍କ କାର୍ଯ୍ୟ ଓ ଗଭୀର ଜଳରେ ତାହାଙ୍କର ଅଦ୍ଭୁତ ବ୍ୟାପାର ଦେଖନ୍ତି ।
ଗୀତସଂହିତା 107 : 25 (ORV)
ଯେହେତୁ ସେ ଆଜ୍ଞା ଦେଲେ, ପ୍ରଚଣ୍ତ ବାୟୁ ଉଠଇ, ତଦ୍ଦ୍ଵାରା ସମୁଦ୍ରର ତରଙ୍ଗମାଳା ଉଠେ ।
ଗୀତସଂହିତା 107 : 26 (ORV)
ସେମାନେ ଆକାଶକୁ ଉଠନ୍ତି, ପୁନର୍ବାର ସେମାନେ ଗଭୀର ଜଳକୁ ଉତ୍ତରନ୍ତି; ବିପଦ ସକାଶୁ ସେମାନଙ୍କ ପ୍ରାଣ ତରଳି ଯାଏ ।
ଗୀତସଂହିତା 107 : 27 (ORV)
ସେମାନେ ମତ୍ତଲୋକ ପରି ଏଣେତେଣେ ଦୋହଲି ଢଳି ପଡ଼ନ୍ତି ଓ ସେମାନଙ୍କ ବୁଦ୍ଧି ହଜିଯାଏ ।
ଗୀତସଂହିତା 107 : 28 (ORV)
ତେବେ ସେମାନେ ଆପଣା ଆପଣା ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୁକ୍ତି କରନ୍ତି, ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ଉଦ୍ଧାର କରନ୍ତି ।
ଗୀତସଂହିତା 107 : 29 (ORV)
ସେ ବତାସକୁ ସୁସ୍ଥିର କରନ୍ତି, ତହୁଁ ସମୁଦ୍ରର ତରଙ୍ଗମାଳା ନିରସ୍ତ ହୁଏ ।
ଗୀତସଂହିତା 107 : 30 (ORV)
ତେବେ ସେସବୁ ନିବୃତ୍ତ ହେବା ସକାଶୁ ସେମାନେ ଆନନ୍ଦ କରନ୍ତି; ଏହିରୂପେ ସେ ସେମାନଙ୍କୁ ବାଞ୍ଛିତ ବନ୍ଦରରେ ପ୍ରବେଶ କରାନ୍ତି ।
ଗୀତସଂହିତା 107 : 31 (ORV)
ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ!
ଗୀତସଂହିତା 107 : 32 (ORV)
ଆହୁରି, ସେମାନେ ଲୋକମାନଙ୍କ ସମାଜରେ ତାହାଙ୍କର ପ୍ରତିଷ୍ଠା କରନ୍ତୁ ଓ ପ୍ରାଚୀନମାନଙ୍କ ସଭାରେ ତାହାଙ୍କର ପ୍ରଶଂସା କରନ୍ତୁ ।
ଗୀତସଂହିତା 107 : 33 (ORV)
ସେ ନଦନଦୀକି ପ୍ରାନ୍ତର ଓ ନିର୍ଝରସକଳକୁ ଶୁଷ୍କ ଭୂମି କରନ୍ତି ।
ଗୀତସଂହିତା 107 : 34 (ORV)
ସେ ଦେଶନିବାସୀମାନଙ୍କ ଦୁଷ୍ଟତା ସକାଶୁ ଉର୍ବରା ଦେଶକୁ ଲବଣ-ପ୍ରାନ୍ତର କରନ୍ତି ।
ଗୀତସଂହିତା 107 : 35 (ORV)
ସେ ପ୍ରାନ୍ତରକୁ ଜଳାଶୟ ଓ ଶୁଷ୍କ ଭୂମିକି ଝରମୟ କରନ୍ତି ।
ଗୀତସଂହିତା 107 : 36 (ORV)
ପୁଣି, କ୍ଷୁଧିତ ଲୋକମାନେ ଯେପରି ବସତି-ନଗର ନିର୍ମାଣ କରିବେ ଓ କ୍ଷେତ୍ରରେ ବୀଜ ବପନ ଓ ଦ୍ରାକ୍ଷାଲତା ରୋପଣ କରିବେ
ଗୀତସଂହିତା 107 : 37 (ORV)
ଓ ତଦୁତ୍ପନ୍ନ ଫଳ ପ୍ରାପ୍ତ ହେବେ, ଏଥିପାଇଁ ସେସ୍ଥାନରେ ସେ ସେମାନଙ୍କୁ ବାସ କରାନ୍ତି ।
ଗୀତସଂହିତା 107 : 38 (ORV)
ଆହୁରି, ସେ ସେମାନଙ୍କୁ ଆଶୀର୍ବାଦ କରନ୍ତି, ତହିଁରେ ସେମାନେ ଅତିଶୟ ବୃଦ୍ଧି ପାଆନ୍ତି; ପୁଣି, ସେ ସେମାନଙ୍କ ପଶୁପଲ ଊଣା ହେବାକୁ ଦିଅନ୍ତି ନାହିଁ ।
ଗୀତସଂହିତା 107 : 39 (ORV)
ପୁନର୍ବାର ସେମାନେ ଉପଦ୍ରବ, ବିପଦ ଓ ଶୋକ ଦ୍ଵାରା ନ୍ୟୂନୀକୃତ ଓ ଅବନତ ହୁଅନ୍ତି ।
ଗୀତସଂହିତା 107 : 40 (ORV)
ସେ ଅଧିପତିମାନଙ୍କ ଉପରେ ତୁଚ୍ଛତା ଢାଳି ଦିଅନ୍ତି, ପୁଣି ସେମାନଙ୍କୁ ପଥହୀନ ମରୁଭୂମିରେ ଭ୍ରମଣ କରାନ୍ତି ।
ଗୀତସଂହିତା 107 : 41 (ORV)
ତଥାପି ସେ ଦୀନହୀନକୁ ଦୁଃଖରୁ ଉଚ୍ଚରେ ସ୍ଥାପନ କରନ୍ତି ଓ ମେଷପଲ ତୁଲ୍ୟ ତାହାକୁ ପରିବାର ଦିଅନ୍ତି ।
ଗୀତସଂହିତା 107 : 42 (ORV)
ସରଳ ଲୋକମାନେ ତାହା ଦେଖି ଆନନ୍ଦିତ ହେବେ; ପୁଣି ସବୁ ଅଧର୍ମ ଆପଣା ମୁଖ ବନ୍ଦ କରିବ ।
ଗୀତସଂହିତା 107 : 43 (ORV)
ଯେ ଜ୍ଞାନବାନ, ସେ ଏହିସବୁ ବିଷୟରେ ମନୋଯୋଗ କରିବ, ପୁଣି ସେମାନେ ସଦାପ୍ରଭୁଙ୍କ ବିବିଧ ଦୟା ବିବେଚନା କରିବେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43

BG:

Opacity:

Color:


Size:


Font: