ଗୀତସଂହିତା 109 : 1 (ORV)
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ହେ ମୋହର ପ୍ରଶଂସାପାତ୍ର ପରମେଶ୍ଵର, ନୀରବ ହୁଅ ନାହିଁ;
ଗୀତସଂହିତା 109 : 2 (ORV)
କାରଣ ଲୋକମାନେ ମୋʼ ବିରୁଦ୍ଧରେ ଦୁଷ୍ଟତାରୂପ ମୁଖ ଓ ପ୍ରବଞ୍ଚନାରୂପ ମୁଖ ଫିଟାଇ ଅଛନ୍ତି । ସେମାନେ ମିଥ୍ୟାବାଦୀ ଜିହ୍ଵାରେ ମୋʼ ସଙ୍ଗେ କଥା କହିଅଛନ୍ତି ।
ଗୀତସଂହିତା 109 : 3 (ORV)
ଆହୁରି, ସେମାନେ ଦ୍ଵେଷବାକ୍ୟରେ ମୋତେ ଘେରିଅଛନ୍ତି ଓ ବିନା କାରଣରେ ମୋʼ ସଙ୍ଗେ ଯୁଦ୍ଧ କରିଅଛନ୍ତି ।
ଗୀତସଂହିତା 109 : 4 (ORV)
ମୋʼ ପ୍ରେମ ପାଲଟେ ସେମାନେ ମୋହର ବିପକ୍ଷ ହୋଇଅଛନ୍ତି; ମାତ୍ର ମୁଁ ପ୍ରାର୍ଥନାରେ ପ୍ରବୃତ୍ତ ।
ଗୀତସଂହିତା 109 : 5 (ORV)
ଆଉ, ସେମାନେ ମୋତେ ମଙ୍ଗଳ ପାଲଟେ ଅମଙ୍ଗଳ ଓ ପ୍ରେମ ପାଲଟେ ଘୃଣା ପ୍ରତିଦାନ କରିଅଛନ୍ତି ।
ଗୀତସଂହିତା 109 : 6 (ORV)
ତୁମ୍ଭେ ତାହା ଉପରେ ଏକ ଦୁଷ୍ଟ ଲୋକ ନିଯୁକ୍ତ କର; ପୁଣି, ଜଣେ ବିପକ୍ଷ ତାହାର ଦକ୍ଷିଣ ପାର୍ଶ୍ଵରେ ଠିଆ ହେଉ ।
ଗୀତସଂହିତା 109 : 7 (ORV)
ସେ ବିଚାରିତ ହେବା ସମୟରେ ଦୋଷୀକୃତ ହେଉ; ପୁଣି, ତାହାର ପ୍ରାର୍ଥନା ପାପ ରୂପେ ଗଣିତ ହେଉ ।
ଗୀତସଂହିତା 109 : 8 (ORV)
ତାହାର ଆୟୁ ଅଳ୍ପ ହେଉ ଓ ଅନ୍ୟ ଲୋକ ତାହାର ପଦ ପ୍ରାପ୍ତ ହେଉ ।
ଗୀତସଂହିତା 109 : 9 (ORV)
ତାହାର ସନ୍ତାନମାନେ ପିତୃହୀନ ହେଉନ୍ତୁ ଓ ତାହାର ଭାର୍ଯ୍ୟା ବିଧବା ହେଉ ।
ଗୀତସଂହିତା 109 : 10 (ORV)
ତାହାର ସନ୍ତାନଗଣ ବାରବୁଲା ହୋଇ ଭିକ୍ଷା କରନ୍ତୁ ଓ ସେମାନେ ଆପଣା ଆପଣା ଉଜାଡ଼ ସ୍ଥାନରୁ ଆହାର ଅନ୍ଵେଷଣ କରନ୍ତୁ ।
ଗୀତସଂହିତା 109 : 11 (ORV)
ମହାଜନ ତାହାର ସର୍ବସ୍ଵ ଧରୁ; ଆଉ, ବିଦେଶୀମାନେ ତାହାର ଶ୍ରମର ଫଳ ଲୁଟ କରନ୍ତୁ ।
ଗୀତସଂହିତା 109 : 12 (ORV)
ତାହା ପ୍ରତି କୃପା ପ୍ରକାଶ କରିବାକୁ କେହି ନ ଥାଉ, କିଅବା ତାହାର ପିତୃହୀନ ସନ୍ତାନଗଣକୁ କେହି ଦୟା କରିବାକୁ ନ ରହୁ ।
ଗୀତସଂହିତା 109 : 13 (ORV)
ତାହାର ବଂଶ ଉଚ୍ଛିନ୍ନ ହେଉ; ଆସନ୍ତା ପୁରୁଷରେ ସେମାନଙ୍କ ନାମ ଲୁପ୍ତ ହେଉ ।
ଗୀତସଂହିତା 109 : 14 (ORV)
ତାହାର ପିତୃଲୋକଙ୍କ ଅପରାଧ ସଦାପ୍ରଭୁଙ୍କ ସ୍ମରଣରେ ଥାଉ ଓ ତାହାର ମାତାର ପାପ ଲୁପ୍ତ ନ ହେଉ ।
ଗୀତସଂହିତା 109 : 15 (ORV)
ସଦାପ୍ରଭୁ ଯେପରି ସେମାନଙ୍କ ସ୍ମରଣ ପୃଥିବୀରୁ ଉଚ୍ଛିନ୍ନ କରିବେ, ଏଥିପାଇଁ ସେମାନେ ତାହାଙ୍କ ସାକ୍ଷାତରେ ସର୍ବଦା ଥାଉନ୍ତୁ ।
ଗୀତସଂହିତା 109 : 16 (ORV)
ସେ ଦୟା ପ୍ରକାଶ କରିବାକୁ ସ୍ମରଣ କଲା ନାହିଁ । ମାତ୍ର ଦୁଃଖୀ ଓ ଦୀନହୀନ ଓ ଭଗ୍ନାନ୍ତଃକରଣ ଲୋକଙ୍କୁ ବଧ କରିବା ପାଇଁ ତାଡ଼ନା କଲା ।
ଗୀତସଂହିତା 109 : 17 (ORV)
ଆହୁରି, ସେ ଅଭିଶାପ ଭଲ ପାଇଲା ଓ ତାହା ତାହା ପ୍ରତି ଘଟିଲା; ଆଉ, ସେ ଆଶୀର୍ବାଦରେ ସନ୍ତୁଷ୍ଟ ହେଲା ନାହିଁ, ଏଣୁ ତାହା ତାହାଠାରୁ ଦୂର ହେଲା ।
ଗୀତସଂହିତା 109 : 18 (ORV)
ମଧ୍ୟ ସେ ବସ୍ତ୍ର ପରି ଅଭିଶାପ ପରିଧାନ କଲା, ପୁଣି ତାହା ଜଳ ପରି ତାହାର ଅନ୍ତରରେ ଓ ତୈଳ ପରି ତାହାର ଅସ୍ଥିରେ ପ୍ରବିଷ୍ଟ ହେଲା ।
ଗୀତସଂହିତା 109 : 19 (ORV)
ଏଣୁ ତାହା ତାହାର ପରିଧେୟ ବସ୍ତ୍ର ପରି ଓ ତାହାର ନିତ୍ୟ କଟିବନ୍ଧନ ପରି ହେଉ ।
ଗୀତସଂହିତା 109 : 20 (ORV)
ସଦାପ୍ରଭୁଙ୍କଠାରୁ ଆମ୍ଭ ବିପକ୍ଷଗଣର ଓ ଆମ୍ଭ ପ୍ରାଣ ବିରୁଦ୍ଧରେ ଦୁର୍ବାକ୍ୟବାଦୀମାନଙ୍କର ଏହି ଫଳ ।
ଗୀତସଂହିତା 109 : 21 (ORV)
ମାତ୍ର ହେ ପ୍ରଭୋ, ସଦାପ୍ରଭୋ, ତୁମ୍ଭେ ଆପଣା ନାମ ସକାଶୁ ମୋʼ ପ୍ରତି ବ୍ୟବହାର କର; ତୁମ୍ଭର ଦୟା ମଙ୍ଗଳମୟ, ଏଣୁ ମୋତେ ଉଦ୍ଧାର କର ।
ଗୀତସଂହିତା 109 : 22 (ORV)
କାରଣ ମୁଁ ଦୁଃଖୀ ଓ ଦୀନହୀନ ଅଟେ, ଓ ମୋʼ ଅନ୍ତରରେ ମୋʼ ହୃଦୟ କ୍ଷତବିକ୍ଷତ ହୋଇଅଛି ।
ଗୀତସଂହିତା 109 : 23 (ORV)
ମୁଁ ଅପରାହ୍ନର ଛାୟା ତୁଲ୍ୟ ଅତୀତ; ମୁଁ ପଙ୍ଗପାଳ ନ୍ୟାୟ ଚାଳିତ ହେଉଅଛି ।
ଗୀତସଂହିତା 109 : 24 (ORV)
ଉପବାସରେ ମୋʼ ଆଣ୍ଠୁ ଦୁର୍ବଳ ଅଛି ଓ ମେଦର ଅଭାବରୁ ମୋʼ ମାଂସ କ୍ଷୀଣ ହୁଏ ।
ଗୀତସଂହିତା 109 : 25 (ORV)
ଆହୁରି, ମୁଁ ସେମାନଙ୍କ ନିକଟରେ ନିନ୍ଦାପାତ୍ର ହୋଇଅଛି; ସେମାନେ ମୋତେ ଦେଖିଲେ ମୁଣ୍ତ ହଲାନ୍ତି ।
ଗୀତସଂହିତା 109 : 26 (ORV)
ହେ ସଦାପ୍ରଭୋ, ମୋହର ପରମେଶ୍ଵର, ମୋହର ସାହାଯ୍ୟ କର; ତୁମ୍ଭ ଦୟାନୁସାରେ ମୋହର ପରିତ୍ରାଣ କର ।
ଗୀତସଂହିତା 109 : 27 (ORV)
ତହିଁରେ ଏହି ତୁମ୍ଭର ହସ୍ତ ବୋଲି ଓ ତୁମ୍ଭେ ସଦାପ୍ରଭୁ ଏହା କରିଅଛ ବୋଲି ସେମାନେ ଜାଣିବେ ।
ଗୀତସଂହିତା 109 : 28 (ORV)
ସେମାନେ ଅଭିଶାପ ଦେଉନ୍ତୁ, ମାତ୍ର ତୁମ୍ଭେ ଆଶୀର୍ବାଦ କର; ସେମାନେ ଉଠିଲେ ଲଜ୍ଜିତ ହେବେ, ମାତ୍ର ତୁମ୍ଭର ଦାସ ଆନନ୍ଦ କରିବ ।
ଗୀତସଂହିତା 109 : 29 (ORV)
ମୋʼ ବିପକ୍ଷମାନେ ଅପମାନରେ ବସ୍ତ୍ରାନ୍ଵିତ ହେବେ, ପୁଣି, ସେମାନେ ଉତ୍ତରୀୟ ବସ୍ତ୍ର ତୁଲ୍ୟ ନିଜ ଲଜ୍ଜାରେ ଆଚ୍ଛନ୍ନ ହେଉନ୍ତୁ ।
ଗୀତସଂହିତା 109 : 30 (ORV)
ମୁଁ ନିଜ ମୁଖରେ ସଦାପ୍ରଭୁଙ୍କୁ ଅତିଶୟ ଧନ୍ୟବାଦ ଦେବି; ପୁଣି, ଲୋକାରଣ୍ୟ ମଧ୍ୟରେ ତାହାଙ୍କର ପ୍ରଶଂସା କରିବି ।
ଗୀତସଂହିତା 109 : 31 (ORV)
କାରଣ ସେ ଦୀନହୀନକୁ ତାହାର ପ୍ରାଣର ବିଚାରକାରୀମାନଙ୍କଠାରୁ ତ୍ରାଣ କରିବା ନିମନ୍ତେ ତାହାର ଡାହାଣରେ ଠିଆ ହେବେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31

BG:

Opacity:

Color:


Size:


Font: