ଗୀତସଂହିତା 110 : 1 (ORV)
ଦାଉଦଙ୍କର ଗୀତ । ସଦାପ୍ରଭୁ ମୋʼ ପ୍ରଭୁଙ୍କୁ କହନ୍ତି, ଆମ୍ଭେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭର ପାଦପୀଠ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆମ୍ଭ ଦକ୍ଷିଣରେ ବସ ।
ଗୀତସଂହିତା 110 : 2 (ORV)
ସଦାପ୍ରଭୁ ସିୟୋନଠାରୁ ତୁମ୍ଭ ପରାକ୍ରମ-ଦଣ୍ତ ପ୍ରେରଣ କରିବେ; ତୁମ୍ଭେ ଆପଣା ଶତ୍ରୁଗଣ ମଧ୍ୟରେ କର୍ତ୍ତୃତ୍ଵ କର ।
ଗୀତସଂହିତା 110 : 3 (ORV)
ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ଵେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ ।
ଗୀତସଂହିତା 110 : 4 (ORV)
ସଦାପ୍ରଭୁ ଶପଥ କରିଅଛନ୍ତି ଓ ଅନ୍ୟଥା କରିବେ ନାହିଁ, ମଲ୍‍କୀଷେଦକଙ୍କ ରୀତି ଅନୁସାରେ ତୁମ୍ଭେ ଅନନ୍ତ-କାଳୀନ ଯାଜକ ଅଟ ।
ଗୀତସଂହିତା 110 : 5 (ORV)
ତୁମ୍ଭ ଦକ୍ଷିଣରେ ସ୍ଥିତ ପ୍ରଭୁ ଆପଣା କୋପର ଦିନରେ ରାଜଗଣକୁ ଚୂର୍ଣ୍ଣ କରିବେ ।
ଗୀତସଂହିତା 110 : 6 (ORV)
ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ, ସେ ଶବରେ ସ୍ଥାନସବୁ ପୂର୍ଣ୍ଣ କରିବେ; ସେ ଅନେକ ଦେଶରେ ମସ୍ତକ ଚୂର୍ଣ୍ଣ କରିବେ ।
ଗୀତସଂହିତା 110 : 7 (ORV)
ସେ ପଥ ମଧ୍ୟରେ ସ୍ରୋତଜଳ ପାନ କରିବେ; ଏହେତୁ ସେ ଆପଣା ମସ୍ତକ ଉଠାଇବେ ।

1 2 3 4 5 6 7

BG:

Opacity:

Color:


Size:


Font: