ଗୀତସଂହିତା 111 : 1 (ORV)
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର । ସରଳ ଲୋକଙ୍କ ସଭାରେ ଓ ମଣ୍ତଳୀ ମଧ୍ୟରେ ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି ।
ଗୀତସଂହିତା 111 : 2 (ORV)
ସଦାପ୍ରଭୁଙ୍କ କାର୍ଯ୍ୟସକଳ ମହତ, ଯେଉଁମାନେ ତହିଁରେ ସନ୍ତୁଷ୍ଟ, ସେମାନେ ତାହାସବୁ ଅନୁସନ୍ଧାନ କରନ୍ତି ।
ଗୀତସଂହିତା 111 : 3 (ORV)
ତାହାଙ୍କର କ୍ରିୟା ସମ୍ଭ୍ରମ ଓ ଗୌରବ ସ୍ଵରୂପ; ଓ ତାହାଙ୍କର ଧର୍ମ ଅନନ୍ତକାଳସ୍ଥାୟୀ ।
ଗୀତସଂହିତା 111 : 4 (ORV)
ସେ ଆପଣାର ଆଶ୍ଚର୍ଯ୍ୟକର୍ମସବୁ ସ୍ମରଣ କରାଇ ଅଛନ୍ତି; ସଦାପ୍ରଭୁ କୃପାମୟ ଓ ସ୍ନେହଶୀଳ ।
ଗୀତସଂହିତା 111 : 5 (ORV)
ସେ ଆପଣା ଭୟକାରୀମାନଙ୍କୁ ଆହାର ଦେଇଅଛନ୍ତି; ସେ ସଦାକାଳ ଆପଣା ନିୟମ ସ୍ମରଣ କରିବେ ।
ଗୀତସଂହିତା 111 : 6 (ORV)
ସେ ନିଜ ଲୋକମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ଅଧିକାର ଦେଇ ଆପଣା କର୍ମର ପ୍ରଭାବ ସେମାନଙ୍କୁ ଦେଖାଇ ଅଛନ୍ତି ।
ଗୀତସଂହିତା 111 : 7 (ORV)
ତାହାଙ୍କ ହସ୍ତର କର୍ମସକଳ ସତ୍ୟ ଓ ନ୍ୟାଯ୍ୟ, ତାହାଙ୍କ ବିଧିସକଳ ଅଟଳ ।
ଗୀତସଂହିତା 111 : 8 (ORV)
ତାହାସବୁ ଅନନ୍ତକାଳ ନିମନ୍ତେ ସ୍ଥିରୀକୃତ; ତାହାସବୁ ସତ୍ୟତା ଓ ସରଳତାରେ ସାଧିତ ।
ଗୀତସଂହିତା 111 : 9 (ORV)
ସେ ଆପଣା ଲୋକମାନଙ୍କ ନିକଟକୁ ମୁକ୍ତି ପଠାଇ ଅଛନ୍ତିନ୍ତ ସେ ଅନନ୍ତକାଳ ନିମନ୍ତେ ଆପଣା ନିୟମ ଆଜ୍ଞା କରିଅଛନ୍ତି; ତାହାଙ୍କ ନାମ ପବିତ୍ର ଓ ଆଦରଣୀୟ ।
ଗୀତସଂହିତା 111 : 10 (ORV)
ସଦାପ୍ରଭୁ-ବିଷୟକ ଭୟ ଜ୍ଞାନର ଆରମ୍ଭ; ଯେଉଁମାନେ ତଦନୁଯାୟୀ କର୍ମ କରନ୍ତି, ସେସମସ୍ତଙ୍କର ସୁବୁଦ୍ଧି ହୁଏ; ତାହାଙ୍କର ପ୍ରଶଂସା ସଦାକାଳସ୍ଥାୟୀ ।

1 2 3 4 5 6 7 8 9 10

BG:

Opacity:

Color:


Size:


Font: