ଗୀତସଂହିତା 121 : 1 (ORV)
ଆରୋହଣ ଗୀତ । ମୁଁ ପର୍ବତଗଣ ଆଡ଼େ ଉର୍ଦ୍ଧ୍ଵଦୃଷ୍ଟି କରିବି; କେଉଁଠାରୁ ମୋହର ସାହାଯ୍ୟ ଆସିବ?
ଗୀତସଂହିତା 121 : 2 (ORV)
ମୋହର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସେ, ସେ ଆକାଶ ଓ ପୃଥିବୀ ନିର୍ମାଣ କଲେ ।
ଗୀତସଂହିତା 121 : 3 (ORV)
ସେ ତୁମ୍ଭ ଚରଣକୁ ବିଚଳିତ ହେବାକୁ ଦେବେ ନାହିଁ;
ଗୀତସଂହିତା 121 : 4 (ORV)
ଦେଖ, ଯେ ଇସ୍ରାଏଲକୁ ରକ୍ଷା କରନ୍ତି, ସେ ଘୁମାଇବେ ନାହିଁ କି ନିଦ୍ରା ଯିବେ ନାହିଁ ।
ଗୀତସଂହିତା 121 : 5 (ORV)
ସଦାପ୍ରଭୁ ତୁମ୍ଭର ରକ୍ଷକ; ସଦାପ୍ରଭୁ ତୁମ୍ଭ ଦକ୍ଷିଣ ପାର୍ଶ୍ଵର ଛାୟା ।
ଗୀତସଂହିତା 121 : 6 (ORV)
ଦିବସରେ ସୂର୍ଯ୍ୟ, କିଅବା ରାତ୍ରିରେ ଚନ୍ଦ୍ର ତୁମ୍ଭକୁ ଆଘାତ କରିବ ନାହିଁ ।
ଗୀତସଂହିତା 121 : 7 (ORV)
ସଦାପ୍ରଭୁ ସମସ୍ତ ଅମଙ୍ଗଳରୁ ତୁମ୍ଭକୁ ରକ୍ଷା କରିବେ; ସେ ତୁମ୍ଭର ପ୍ରାଣକୁ ରକ୍ଷା କରିବେ ।
ଗୀତସଂହିତା 121 : 8 (ORV)
ଆଜିଠାରୁ ସଦାକାଳ ସଦାପ୍ରଭୁ ତୁମ୍ଭର ବାହାରେ ଯିବାର ଓ ଭିତରେ ଆସିବାର ରକ୍ଷା କରିବେ ।

1 2 3 4 5 6 7 8