ଗୀତସଂହିତା 124 : 1 (ORV)
ଆରୋହଣ-ଗୀତ; ଦାଉଦଙ୍କ ରଚିତ । ସଦାପ୍ରଭୁ ଯେବେ ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ,
ଗୀତସଂହିତା 124 : 2 (ORV)
ଲୋକମାନେ ଆମ୍ଭମାନଙ୍କ ପ୍ରତିକୂଳରେ ଉଠିଲା ବେଳେ, ସଦାପ୍ରଭୁ ଯେବେ ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ;
ଗୀତସଂହିତା 124 : 3 (ORV)
ତେବେ ଆମ୍ଭମାନଙ୍କ ବିରୁଦ୍ଧରେ ସେମାନଙ୍କ କୋପ ପ୍ରଜ୍ଵଳିତ ହେବା ବେଳେ ସେମାନେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥାʼନ୍ତେ;
ଗୀତସଂହିତା 124 : 4 (ORV)
ତେବେ ଜଳରାଶି ଆମ୍ଭମାନଙ୍କୁ ମଗ୍ନ କରିଥାʼନ୍ତା, ସ୍ରୋତ ଆମ୍ଭମାନଙ୍କର ପ୍ରାଣ ଉପର ଦେଇ ଯାଇଥାʼନ୍ତା;
ଗୀତସଂହିତା 124 : 5 (ORV)
ତେବେ ଗର୍ବିତ ଜଳରାଶି ଆମ୍ଭମାନଙ୍କ ପ୍ରାଣ ଉପର ଦେଇ ଯାଇଥାʼନ୍ତା ।
ଗୀତସଂହିତା 124 : 6 (ORV)
ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ଆମ୍ଭମାନଙ୍କୁ ଭକ୍ଷ୍ୟ ସ୍ଵରୂପ ହେବା ପାଇଁ ସେମାନଙ୍କ ଦନ୍ତକୁ ଦେଇ ନାହାନ୍ତି ।
ଗୀତସଂହିତା 124 : 7 (ORV)
ବ୍ୟାଧର ଫାନ୍ଦରୁ ପକ୍ଷୀ ପରି ଆମ୍ଭମାନଙ୍କ ପ୍ରାଣ ରକ୍ଷା ପାଇଅଛି;
ଗୀତସଂହିତା 124 : 8 (ORV)
ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କର ସାହାଯ୍ୟ ଥାଏ ।

1 2 3 4 5 6 7 8