ଗୀତସଂହିତା 125 : 1 (ORV)
ଆରୋହଣ-ଗୀତ । ଯେଉଁମାନେ ସଦାପ୍ରଭୁଙ୍କଠାରେ ନିର୍ଭର ରଖନ୍ତି, ସେମାନେ ଅଟଳ ଓ ନିତ୍ୟସ୍ଥାୟୀ ସିୟୋନ ପର୍ବତ ତୁଲ୍ୟ ।
ଗୀତସଂହିତା 125 : 2 (ORV)
ଯେପରି ଯିରୂଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ, ସେପରି ଆଜିଠାରୁ ସଦାକାଳ ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁର୍ଦ୍ଦିଗରେ ଥାଆନ୍ତି ।
ଗୀତସଂହିତା 125 : 3 (ORV)
କାରଣ ଧାର୍ମିକମାନେ ଯେପରି ଅଧର୍ମ ପ୍ରତି ହସ୍ତ ନ ବଢ଼ାଇବେ, ଏଥିପାଇଁ ଧାର୍ମିକମାନଙ୍କ ଅଧିକାରରେ ଦୁଷ୍ଟତାର ରାଜଦଣ୍ତ ଅବସ୍ଥାନ କରିବ ନାହିଁ ।
ଗୀତସଂହିତା 125 : 4 (ORV)
ହେ ସଦାପ୍ରଭୋ, ଯେଉଁମାନେ ମଙ୍ଗଳ-ସ୍ଵଭାବବିଶିଷ୍ଟ ଓ ଅନ୍ତଃକରଣରେ ସରଳ, ସେମାନଙ୍କର ମଙ୍ଗଳ କର ।
ଗୀତସଂହିତା 125 : 5 (ORV)
ମାତ୍ର ଯେଉଁମାନେ ଆପଣା ଆପଣା ବକ୍ରପଥରେ ବିପଥଗାମୀ ହୁଅନ୍ତି,

1 2 3 4 5

BG:

Opacity:

Color:


Size:


Font: