ଗୀତସଂହିତା 127 : 1 (ORV)
ଆରୋହଣ-ଗୀତ; ଶଲୋମନଙ୍କ-ରଚିତ । ସଦାପ୍ରଭୁ ଯେବେ ଗୃହ ନିର୍ମାଣ ନ କରନ୍ତି, ତେବେ ନିର୍ମାଣକାରୀମାନେ ବ୍ୟର୍ଥରେ ପରିଶ୍ରମ କରନ୍ତି; ଯେବେ ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, ତେବେ ପ୍ରହରୀ କେବଳ ବୃଥାରେ ଜାଗ୍ରତ ହୁଏ ।
ଗୀତସଂହିତା 127 : 2 (ORV)
ତୁମ୍ଭେମାନେ ଯେ ପ୍ରଭାତରେ ଉଠ ଓ ଏତେ ବିଳମ୍ଵରେ ବିଶ୍ରାମ କର, ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା । କାରଣ ସେହି ପ୍ରକାରେ ସେ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି ।
ଗୀତସଂହିତା 127 : 3 (ORV)
ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର ।
ଗୀତସଂହିତା 127 : 4 (ORV)
ଯୌବନର ସନ୍ତାନଗଣ ବୀର ପୁରୁଷର ହସ୍ତସ୍ଥିତ ତୀର ସଦୃଶ ।
ଗୀତସଂହିତା 127 : 5 (ORV)
ଯାହାର ତୂଣ ତାଦୃଶ ତୀରରେ ପୂର୍ଣ୍ଣ, ସେ ଜନ ସୁଖୀ;

1 2 3 4 5