ଗୀତସଂହିତା 128 : 1 (ORV)
ଆରୋହଣ-ଗୀତ । ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି ଓ ତାହାଙ୍କ ପଥରେ ଚାଲନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ଧନ୍ୟ ।
ଗୀତସଂହିତା 128 : 2 (ORV)
କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଜନ କରିବ;
ଗୀତସଂହିତା 128 : 3 (ORV)
ତୁମ୍ଭର ଭାର୍ଯ୍ୟା ତୁମ୍ଭ ଗୃହର ଅନ୍ତଃପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ;
ଗୀତସଂହିତା 128 : 4 (ORV)
ଦେଖ, ସଦାପ୍ରଭୁଙ୍କୁ ଭୟ କରିବା ଲୋକ ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହେବ ।
ଗୀତସଂହିତା 128 : 5 (ORV)
ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରିବେ;
ଗୀତସଂହିତା 128 : 6 (ORV)
ହଁ, ତୁମ୍ଭେ ଆପଣା ସନ୍ତାନଗଣର ସନ୍ତାନ ଦେଖିବ ।

1 2 3 4 5 6