ଗୀତସଂହିତା 13 : 1 (ORV)
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, କେତେ କାଳ, ତୁମ୍ଭେ କି ସଦାକାଳ ମୋତେ ପାସୋରିବ? ତୁମ୍ଭେ କେତେ କାଳ ମୋʼଠାରୁ ଆପଣା ମୁଖ ଲୁଚାଇବ?
ଗୀତସଂହିତା 13 : 2 (ORV)
ମୁଁ ଦିନଯାକ ନିଜ ଅନ୍ତଃକରଣରେ ଦୁଃଖିତ ହୋଇ କେତେ କାଳ ମନେ ମନେ ପରାମର୍ଶ କରିବି? କେତେ କାଳ ମୋʼ ଶତ୍ରୁ ମୋʼ ଉପରେ ଉଚ୍ଚୀକୃତ ହେବ?
ଗୀତସଂହିତା 13 : 3 (ORV)
ହେ ସଦାପ୍ରଭୋ, ମୋʼ ପରମେଶ୍ଵର, ବିବେଚନା କର ଓ ମୋତେ ଉତ୍ତର ଦିଅ; ମୋହର ଚକ୍ଷୁ ସତେଜ କର, ନୋହିଲେ ମୁଁ ମୃତ୍ୟୁ-ନିଦ୍ରାରେ ନିଦ୍ରାଗତ ହେବି;
ଗୀତସଂହିତା 13 : 4 (ORV)
କେଜାଣି ମୋʼ ଶତ୍ରୁ କହିବ, ମୁଁ ତାହାକୁ ଜୟ କରିଅଛି; ଆଉ, ମୁଁ ଘୁଞ୍ଚାଗଲେ, ମୋହର ବିପକ୍ଷଗଣ ଉଲ୍ଲାସ କରିବେ ।
ଗୀତସଂହିତା 13 : 5 (ORV)
ମାତ୍ର ମୁଁ ତୁମ୍ଭ ଦୟାରେ ଭରସା ରଖିଅଛି; ତୁମ୍ଭ କୃତ ପରିତ୍ରାଣରେ ମୋର ଅନ୍ତଃକରଣ ଉଲ୍ଲାସ କରିବ;
ଗୀତସଂହିତା 13 : 6 (ORV)
ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି, କାରଣ ସେ ମୋହର ପ୍ରଚୁର ମଙ୍ଗଳ କରିଅଛନ୍ତି ।

1 2 3 4 5 6