ଗୀତସଂହିତା 137 : 1 (ORV)
ଆମ୍ଭେମାନେ ବାବିଲୀୟ ନଦୀ-ମାନର ନିକଟରେ ସିୟୋନକୁ ସ୍ମରଣ କଲା ବେଳେ ସେଠାରେ ବସିଲୁ ଓ ରୋଦନ କଲୁ ।
ଗୀତସଂହିତା 137 : 2 (ORV)
ଆମ୍ଭେମାନେ ସେଠାସ୍ଥିତ ବାଇଶୀ ବୃକ୍ଷରେ ଆପଣା ଆପଣା ବୀଣା ଟଙ୍ଗାଇ ରଖିଲୁ ।
ଗୀତସଂହିତା 137 : 3 (ORV)
କାରଣ ଆମ୍ଭମାନଙ୍କୁ ବନ୍ଦୀ କରି ଘେନି ଯାଇଥିବା ଲୋକେ ଆମ୍ଭମାନଙ୍କଠାରୁ ଗୀତ ଶୁଣିବାକୁ ଚାହିଁଲେ, ପୁଣି ଆମ୍ଭମାନଙ୍କ ଉପଦ୍ରବୀଗଣ ଆମ୍ଭମାନଙ୍କଠାରୁ ଆନନ୍ଦ-ସ୍ଵର ଶୁଣିବାକୁ ଇଚ୍ଛା କରି କହିଲେ, ଆମ୍ଭମାନଙ୍କ ନିକଟରେ ସିୟୋନର ଗୋଟିଏ ଗୀତ ଗାନ କର ।
ଗୀତସଂହିତା 137 : 4 (ORV)
ଆମ୍ଭେମାନେ ବିଦେଶରେ କିପରି କରି ସଦାପ୍ରଭୁଙ୍କ ଗୀତ ଗାନ କରିବା?
ଗୀତସଂହିତା 137 : 5 (ORV)
ହେ ଯିରୂଶାଲମ, ଯେବେ ମୁଁ ତୁମ୍ଭକୁ ପାସୋରେ, ତେବେ ମୋହର ଦକ୍ଷିଣ ହସ୍ତ ଆପଣା କୌଶଳ ପାସୋରି ଯାଉ ।
ଗୀତସଂହିତା 137 : 6 (ORV)
ଯେବେ ମୁଁ ତୁମ୍ଭଙ୍କୁ ସ୍ମରଣ ନ କରେ, ଯେବେ ମୁଁ ଯିରୂଶାଲମକୁ ଆପଣା ପରମାନନ୍ଦରୁ ଅଧିକ ଭଲ ନ ମଣେ, ତେବେ ମୋହର ଜିହ୍ଵା ମୋʼ ମୁଖର ତାଳୁରେ ଲାଗି ରହୁ ।
ଗୀତସଂହିତା 137 : 7 (ORV)
ହେ ସଦାପ୍ରଭୋ, ଇଦୋମୀୟ ସନ୍ତାନଗଣ ପ୍ରତିକୂଳରେ ଯିରୂଶାଲମର ଦିନ ସ୍ମରଣ କର; ସେମାନେ କହିଲେ, ଉତ୍ପାଟନ କର, ତହିଁର ମୂଳ ପର୍ଯ୍ୟନ୍ତ ଉତ୍ପାଟନ କର ।
ଗୀତସଂହିତା 137 : 8 (ORV)
ଆଗୋ ବିନାଶ୍ୟ ବାବିଲୀୟ କନ୍ୟେ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଯେରୂପ କରିଅଛ, ତୁମ୍ଭକୁ ସେହିରୂପ ପ୍ରତିଫଳ ଯେ ଦେବ, ସେ ଧନ୍ୟ ।
ଗୀତସଂହିତା 137 : 9 (ORV)
ଯେଉଁ ଜନ ତୁମ୍ଭ ଶିଶୁଗଣକୁ ଧରି ଶୈଳ ଉପରେ କଚାଡ଼ିବ, ସେ ଧନ୍ୟ ।

1 2 3 4 5 6 7 8 9

BG:

Opacity:

Color:


Size:


Font: