ଗୀତସଂହିତା 138 : 1 (ORV)
ଦାଉଦଙ୍କର ଗୀତ । ମୁଁ ଆପଣାର ସର୍ବାନ୍ତଃକରଣରେ ତୁମ୍ଭର ଧନ୍ୟବାଦ କରିବି; ଦେବଗଣ ସାକ୍ଷାତରେ ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସାଗାନ କରିବି ।
ଗୀତସଂହିତା 138 : 2 (ORV)
ମୁଁ ତୁମ୍ଭ ପବିତ୍ର ମନ୍ଦିର ଅଭିମୁଖରେ ତୁମ୍ଭର ଭଜନା କରିବି, ପୁଣି ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ସକାଶେ ତୁମ୍ଭ ନାମର ଧନ୍ୟବାଦ କରିବି । କାରଣ ତୁମ୍ଭେ ଆପଣାର ସକଳ ନାମ ଅପେକ୍ଷା ଆପଣାର ବାକ୍ୟ ମହତ କରିଅଛ ।
ଗୀତସଂହିତା 138 : 3 (ORV)
ମୁଁ ପ୍ରାର୍ଥନା କରିବା ଦିନ ତୁମ୍ଭେ ମୋତେ ଉତ୍ତର ଦେଲ, ତୁମ୍ଭେ ମୋʼ ପ୍ରାଣକୁ ବଳ ଦେଇ ସାହସିକ କଲ ।
ଗୀତସଂହିତା 138 : 4 (ORV)
ହେ ସଦାପ୍ରଭୋ, ପୃଥିବୀସ୍ଥ ସମସ୍ତ ରାଜା ତୁମ୍ଭର ଧନ୍ୟବାଦ କରିବେ, କାରଣ ସେମାନେ ତୁମ୍ଭ ମୁଖର ବାକ୍ୟ ଶୁଣିଅଛନ୍ତି ।
ଗୀତସଂହିତା 138 : 5 (ORV)
ହଁ, ସେମାନେ ସଦାପ୍ରଭୁଙ୍କ ପଥ ବିଷୟ ଗାନ କରିବେ; କାରଣ ସଦାପ୍ରଭୁଙ୍କ ଗୌରବ ମହତ୍ ।
ଗୀତସଂହିତା 138 : 6 (ORV)
ଯେହେତୁ ସଦାପ୍ରଭୁ ଉଚ୍ଚ ହେଲେ ହେଁ ନୀଚ ଲୋକଙ୍କ ପ୍ରତି ଦୃଷ୍ଟି କରନ୍ତି; ମାତ୍ର ସେ ଗର୍ବୀକି ଦୂରରୁ ଚିହ୍ନନ୍ତି ।
ଗୀତସଂହିତା 138 : 7 (ORV)
ମୁଁ ସଙ୍କଟ ମଧ୍ୟରେ ଗମନ କଲେ ହେଁ ତୁମ୍ଭେ ମୋତେ ସଜୀବ କରିବ, ତୁମ୍ଭେ ମୋʼ ଶତ୍ରୁଗଣର କୋପ ପ୍ରତିକୂଳରେ ଆପଣା ହସ୍ତ ବିସ୍ତାର କରିବ ଓ ତୁମ୍ଭ ଦକ୍ଷିଣ ହସ୍ତ ମୋତେ ତ୍ରାଣ କରିବ ।
ଗୀତସଂହିତା 138 : 8 (ORV)
ସଦାପ୍ରଭୁ ମୋʼ ସମ୍ପର୍କୀୟ ବିଷୟ ସାଧନ କରିବେ; ହେ ସଦାପ୍ରଭୋ, ତୁମ୍ଭ ଦୟା ଅନନ୍ତକାଳସ୍ଥାୟୀ; ତୁମ୍ଭେ ଆପଣା ହସ୍ତକୃତ କର୍ମ ପରିତ୍ୟାଗ କର ନାହିଁ ।

1 2 3 4 5 6 7 8

BG:

Opacity:

Color:


Size:


Font: