ଗୀତସଂହିତା 14 : 1 (ORV)
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ମୂଢ଼ ମନେ ମନେ କହିଅଛି, ପରମେଶ୍ଵର ନାହାନ୍ତି । ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସୁକର୍ମକାରୀ କେହି ନାହିଁ ।
ଗୀତସଂହିତା 14 : 2 (ORV)
ବିବେଚକ ଓ ପରମେଶ୍ଵରଙ୍କ ଅନ୍ଵେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ସଦାପ୍ରଭୁ ସ୍ଵର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କଲେ ।
ଗୀତସଂହିତା 14 : 3 (ORV)
ସେସମସ୍ତେ ବିପଥରେ ଯାଇଅଛନ୍ତି; ସେମାନେ ଏକତ୍ର ଅଶୁଚି ହୋଇଅଛନ୍ତି; ସୁକର୍ମକାରୀ କେହି ନାହିଁ, ନା, ଜଣେ ହେଁ ନାହିଁ ।
ଗୀତସଂହିତା 14 : 4 (ORV)
ଅଧର୍ମାଚାରୀ ସମସ୍ତଙ୍କର କି କିଛି ଜ୍ଞାନ ନାହିଁ? ସେମାନେ ମୋʼ ଲୋକମାନଙ୍କୁ ଆହାର ପରି ଗ୍ରାସ କରନ୍ତି ଓ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି ନାହିଁ ।
ଗୀତସଂହିତା 14 : 5 (ORV)
ସେଠାରେ ସେମାନେ ମହାଭୟଗ୍ରସ୍ତ ହୋଇଥିଲେ; କାରଣ ପରମେଶ୍ଵର ଧାର୍ମିକ-ବଂଶ ମଧ୍ୟରେ ଅଛନ୍ତି ।
ଗୀତସଂହିତା 14 : 6 (ORV)
ତୁମ୍ଭେମାନେ ଦୁଃଖୀର ମନ୍ତ୍ରଣାକୁ ଲଜ୍ଜାର ବିଷୟ କରୁଅଛ, ମାତ୍ର ସଦାପ୍ରଭୁ ତାହାର ଆଶ୍ରୟ ଅଟନ୍ତି ।
ଗୀତସଂହିତା 14 : 7 (ORV)
ଆହା, ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହେଉଣ!

1 2 3 4 5 6 7

BG:

Opacity:

Color:


Size:


Font: