ଗୀତସଂହିତା 142 : 1 (ORV)
ଗୁମ୍ପାରେ ଥିଲା ବେଳେ ଦାଉଦଙ୍କର ମସ୍କୀଲ୍; ପ୍ରାର୍ଥନା । ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ କାକୁକ୍ତି କରେ; ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରେ;
ଗୀତସଂହିତା 142 : 2 (ORV)
ମୁଁ ତାହାଙ୍କ ଛାମୁରେ ନିଜ ଦୁଃଖର କଥା ଭାଙ୍ଗି କହେ; ମୁଁ ତାହାଙ୍କ ଆଗରେ ଆପଣା ଦୁଃଖ ଜଣାଏ ।
ଗୀତସଂହିତା 142 : 3 (ORV)
ମୋହର ଆତ୍ମା ମୋʼ ଅନ୍ତରରେ ଉଦ୍ବିଗ୍ନ ହେବା ବେଳେ ତୁମ୍ଭେ ମୋହର ମାର୍ଗ ଜାଣିଲ । ମୋʼ ଗମନ ପଥରେ ସେମାନେ ମୋʼ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି ।
ଗୀତସଂହିତା 142 : 4 (ORV)
ମୋʼ ଦକ୍ଷିଣ ପାର୍ଶ୍ଵ ନିରୀକ୍ଷଣ କରି ଦେଖ; ମୋତେ ଜାଣିବା ଲୋକ କେହି ନାହିଁ; ମୋହର ଆଶ୍ରୟ ବିନଷ୍ଟ ହୋଇଅଛି; ମୋʼ ପ୍ରାଣ ପାଇଁ କେହି ଚିନ୍ତା କରେ ନାହିଁ ।
ଗୀତସଂହିତା 142 : 5 (ORV)
ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ କାକୁକ୍ତି କରେ; ମୁଁ କହିଲି, ତୁମ୍ଭେ ମୋହର ଆଶ୍ରୟ, ଜୀବିତ ଲୋକଙ୍କ ଦେଶରେ ତୁମ୍ଭେ ମୋହର ବାଣ୍ଟ ।
ଗୀତସଂହିତା 142 : 6 (ORV)
ମୋʼ କାକୁକ୍ତିରେ ମନୋଯୋଗ କର; କାରଣ ମୁଁ ଅତି ଅଧୋନତ ହୋଇଅଛି; ମୋʼ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର; କାରଣ ସେମାନେ ମୋʼ ଅପେକ୍ଷା ବଳବାନ ।
ଗୀତସଂହିତା 142 : 7 (ORV)
କାରାଗାରରୁ ମୋʼ ପ୍ରାଣ ଉଦ୍ଧାର କର, ତହିଁରେ ମୁଁ ତୁମ୍ଭ ନାମକୁ ଧନ୍ୟବାଦ ଦେବି; ଧାର୍ମିକମାନେ ମୋତେ ବେଷ୍ଟନ କରିବେ; କାରଣ ତୁମ୍ଭେ ମୋହର ପ୍ରଚୁର ମଙ୍ଗଳ କରିବ ।

1 2 3 4 5 6 7

BG:

Opacity:

Color:


Size:


Font: