ଗୀତସଂହିତା 143 : 1 (ORV)
ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ; ମୋʼ ନିବେଦନରେ କର୍ଣ୍ଣପାତ କର; ତୁମ୍ଭର ବିଶ୍ଵସ୍ତତା ଓ ଧର୍ମରେ ମୋତେ ଉତ୍ତର ଦିଅ ।
ଗୀତସଂହିତା 143 : 2 (ORV)
ନିଜ ଦାସକୁ ବିଚାରରେ ଆଣ ନାହିଁ; କାରଣ ତୁମ୍ଭ ଦୃଷ୍ଟିରେ କୌଣସି ଜୀବିତ ମନୁଷ୍ୟ ଧାର୍ମିକ ହୋଇ ପାରିବ ନାହିଁ ।
ଗୀତସଂହିତା 143 : 3 (ORV)
ଶତ୍ରୁ ମୋʼ ପ୍ରାଣକୁ ତାଡ଼ନା କରିଅଛି; ସେ ମୋʼ ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛି; ସେ ବହୁ କାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରାଇ ଅଛି ।
ଗୀତସଂହିତା 143 : 4 (ORV)
ଏହେତୁ ମୋହର ଆତ୍ମା ମୋʼ ଅନ୍ତରରେ ଉଦ୍ବିଗ୍ନ ହୋଇଅଛି; ମୋʼ ଅନ୍ତରରେ ମୋହର ଚିତ୍ତ ଶୂନ୍ୟ ହୋଇଅଛି ।
ଗୀତସଂହିତା 143 : 5 (ORV)
ମୁଁ ପୂର୍ବକାଳର ଦିନସବୁ ସ୍ମରଣ କରୁଅଛିନ୍ତ ମୁଁ ତୁମ୍ଭର କର୍ମସବୁ ଧ୍ୟାନ କରୁଅଛି; ମୁଁ ତୁମ୍ଭର ହସ୍ତକୃତ କର୍ମ ଚିନ୍ତା କରୁଅଛି ।
ଗୀତସଂହିତା 143 : 6 (ORV)
ମୁଁ ତୁମ୍ଭଆଡ଼େ ହସ୍ତ ପ୍ରସାରୁ ଅଛି; ଶୁଷ୍କ ଭୂମି ତୁଲ୍ୟ ମୋʼ ପ୍ରାଣ ତୁମ୍ଭ ପାଇଁ ତୃଷିତ ହେଉଅଛି । [ସେଲା
ଗୀତସଂହିତା 143 : 7 (ORV)
ହେ ସଦାପ୍ରଭୋ, ମୋତେ ଉତ୍ତର ଦେବାକୁ ସତ୍ଵର ହୁଅ; ମୋହର ଆତ୍ମା କ୍ଷୀଣ ହେଉଅଛି; ମୋʼଠାରୁ ଆପଣା ମୁଖ ଲୁଚାଅ ନାହିଁ; କେଜାଣି ମୁଁ ଗର୍ତ୍ତଗାମୀମାନଙ୍କ ତୁଲ୍ୟ ହେବି ।
ଗୀତସଂହିତା 143 : 8 (ORV)
ପ୍ରଭାତରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର କଥା ମୋତେ ଶୁଣାଅ; କାରଣ ମୁଁ ତୁମ୍ଭଠାରେ ଭରସା ରଖେ; ମୋହର ଗନ୍ତବ୍ୟ ପଥ ମୋତେ ଜଣାଅ; କାରଣ ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ ।
ଗୀତସଂହିତା 143 : 9 (ORV)
ହେ ସଦାପ୍ରଭୋ, ମୋʼ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; ମୁଁ ଲୁଚିବା ପାଇଁ ତୁମ୍ଭ ନିକଟକୁ ପଳାଏ ।
ଗୀତସଂହିତା 143 : 10 (ORV)
ତୁମ୍ଭର ଇଷ୍ଟ ସାଧନ କରିବାକୁ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋହର ପରମେଶ୍ଵରନ୍ତ ତୁମ୍ଭର ଆତ୍ମା ମଙ୍ଗଳମୟ; ମୋତେ ସରଳ ଭୂମିରେ ଗମନ କରାଅ ।
ଗୀତସଂହିତା 143 : 11 (ORV)
ହେ ସଦାପ୍ରଭୋ, ତୁମ୍ଭ ନାମ ସକାଶୁ ମୋତେ ସଜୀବ କର;
ଗୀତସଂହିତା 143 : 12 (ORV)
ପୁଣି, ତୁମ୍ଭ ସ୍ନେହପୂର୍ଣ୍ଣ କରୁଣାରେ ମୋʼ ଶତ୍ରୁମାନଙ୍କୁ ଉଚ୍ଛିନ୍ନ କର ଓ ମୋʼ ପ୍ରାଣର କ୍ଳେଶଦାୟୀ ସମସ୍ତଙ୍କୁ ନାଶ କର; କାରଣ ମୁଁ ତୁମ୍ଭର ଦାସ ।

1 2 3 4 5 6 7 8 9 10 11 12