ଗୀତସଂହିତା 145 : 1 (ORV)
ପ୍ରଶଂସାର ଗୀତ; ଦାଉଦଙ୍କ ରଚିତ । ହେ ରାଜନ୍, ମୋହର ପରମେଶ୍ଵର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି; ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ୟବାଦ କରିବି,
ଗୀତସଂହିତା 145 : 2 (ORV)
ପ୍ରତି ଦିନ ମୁଁ ତୁମ୍ଭର ଧନ୍ୟବାଦ କରିବି; ପୁଣି, ସଦାସର୍ବଦା ମୁଁ ତୁମ୍ଭ ନାମର ପ୍ରଶଂସା କରିବି ।
ଗୀତସଂହିତା 145 : 3 (ORV)
ସଦାପ୍ରଭୁ ମହାନ ଓ ଅତ୍ୟ; ପ୍ରଶଂସନୀୟ; ପୁଣି, ତାହାଙ୍କ ମାହାତ୍ମ୍ୟ ଅନନୁସନ୍ଧେୟ ।
ଗୀତସଂହିତା 145 : 4 (ORV)
ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିୟାସକଳର ପ୍ରଶଂସା କରିବେ ଓ ତୁମ୍ଭ ବିକ୍ରମର କର୍ମ ପ୍ରଚାର କରିବେ ।
ଗୀତସଂହିତା 145 : 5 (ORV)
ମୁଁ ତୁମ୍ଭ ଗୌରବଯୁକ୍ତ ପ୍ରତାପର ଆଦରଣୀୟତା ଓ ତୁମ୍ଭ ଆଶ୍ଚର୍ଯ୍ୟ-କ୍ରିୟାର ବିଷୟ ଧ୍ୟାନ କରିବି ।
ଗୀତସଂହିତା 145 : 6 (ORV)
ପୁଣି, ଲୋକମାନେ ତୁମ୍ଭ ଭୟାନକ କର୍ମର ପ୍ରଭାବ ବ୍ୟକ୍ତ କରିବେ; ପୁଣି, ମୁଁ ତୁମ୍ଭର ମାହାତ୍ମ୍ୟ ପ୍ରଚାର କରିବି ।
ଗୀତସଂହିତା 145 : 7 (ORV)
ସେମାନେ ତୁମ୍ଭର ମହାମଙ୍ଗଳଭାବ ବର୍ଣ୍ଣନା କରିବେ ଓ ତୁମ୍ଭ ଧର୍ମ ବିଷୟ ଗାନ କରିବେ ।
ଗୀତସଂହିତା 145 : 8 (ORV)
ସଦାପ୍ରଭୁ କୃପାବାନ ଓ ସ୍ନେହଶୀଳ; କ୍ରୋଧରେ ଧୀର ଓ ଦୟାରେ ମହାନ ।
ଗୀତସଂହିତା 145 : 9 (ORV)
ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମୟ; ପୁଣି, ତାହାଙ୍କ ହସ୍ତକୃତ ସମସ୍ତ କର୍ମ ଉପରେ ତାହାଙ୍କର ଦୟା ଥାଏ ।
ଗୀତସଂହିତା 145 : 10 (ORV)
ହେ ସଦାପ୍ରଭୋ, ତୁମ୍ଭର ସମୁଦାୟ କର୍ମ ତୁମ୍ଭର ଧନ୍ୟବାଦ କରିବ; ତୁମ୍ଭର ସଦ୍ଭକ୍ତମାନେ ତୁମ୍ଭର ଧନ୍ୟବାଦ କରିବେ;
ଗୀତସଂହିତା 145 : 11 (ORV)
ସେମାନେ ତୁମ୍ଭ ରାଜ୍ୟର ଗୌରବ ବ୍ୟକ୍ତ କରି ଓ ତୁମ୍ଭ ପରାକ୍ରମ ବିଷୟରେ କଥୋପକଥନ କରି,
ଗୀତସଂହିତା 145 : 12 (ORV)
ମନୁଷ୍ୟ-ସନ୍ତାନଗଣକୁ ତାହାଙ୍କ ବିକ୍ରମର କାର୍ଯ୍ୟସବୁ ଓ ତାହାଙ୍କ ରାଜ୍ୟର ଗୌରବଯୁକ୍ତ ପ୍ରଭାବ ଜଣାଇବେ ।
ଗୀତସଂହିତା 145 : 13 (ORV)
ତୁମ୍ଭର ରାଜ୍ୟ ଅନନ୍ତକାଳସ୍ଥାୟୀ ରାଜ୍ୟ ଓ ତୁମ୍ଭର କର୍ତ୍ତୃତ୍ଵସକଳ ପୁରୁଷାନୁକ୍ରମସ୍ଥାୟୀ ।
ଗୀତସଂହିତା 145 : 14 (ORV)
ସଦାପ୍ରଭୁ ସମସ୍ତ ପଡ଼ିବା ଲୋକଙ୍କୁ ଧରି ରଖନ୍ତି ଓ ନଇଁ ପଡ଼ିବା ଲୋକଙ୍କୁ ଉଠାନ୍ତି ।
ଗୀତସଂହିତା 145 : 15 (ORV)
ସମସ୍ତଙ୍କର ଚକ୍ଷୁ ତୁମ୍ଭ ଅପେକ୍ଷାରେ ଥାଏ; ତୁମ୍ଭେ ଉପଯୁକ୍ତ ସମୟରେ ସେମାନଙ୍କୁ ଆହାର ଦେଉଅଛ ।
ଗୀତସଂହିତା 145 : 16 (ORV)
ତୁମ୍ଭେ ଆପଣା ହସ୍ତ ମେଲାଇ ପ୍ରତ୍ୟେକ ପ୍ରାଣୀର କାମନା ପୂର୍ଣ୍ଣ କରୁଅଛ ।
ଗୀତସଂହିତା 145 : 17 (ORV)
ସଦାପ୍ରଭୁ ଆପଣାର ସକଳ ପଥରେ ଧର୍ମମୟ ଓ ଆପଣାର ସମସ୍ତ କାର୍ଯ୍ୟରେ ଦୟାଳୁ ଅଟନ୍ତି,
ଗୀତସଂହିତା 145 : 18 (ORV)
ସଦାପ୍ରଭୁ ଆପଣା ନିକଟରେ ପ୍ରାର୍ଥନାକାରୀ, ସତ୍ୟ ଭାବରେ ପ୍ରାର୍ଥନାକାରୀ ସମସ୍ତଙ୍କର ନିକଟବର୍ତ୍ତୀ ଅଟନ୍ତି ।
ଗୀତସଂହିତା 145 : 19 (ORV)
ସେ ଆପଣା ଭୟକାରୀମାନଙ୍କର ବାଞ୍ଛା ପୂର୍ଣ୍ଣ କରିବେ; ଆହୁରି, ସେ ସେମାନଙ୍କର କାକୁକ୍ତି ଶୁଣିବେ ଓ ସେମାନଙ୍କୁ ପରିତ୍ରାଣ କରିବେ ।
ଗୀତସଂହିତା 145 : 20 (ORV)
ସଦାପ୍ରଭୁ ଆପଣା ପ୍ରେମକାରୀ ସମସ୍ତଙ୍କୁ ରକ୍ଷା କରନ୍ତି; ମାତ୍ର ଦୁଷ୍ଟ ସମସ୍ତଙ୍କୁ ସେ ସଂହାର କରିବେ ।
ଗୀତସଂହିତା 145 : 21 (ORV)
ଆମ୍ଭର ମୁଖ ସଦାପ୍ରଭୁଙ୍କର ପ୍ରଶଂସା ବ୍ୟକ୍ତ କରିବ ଓ ସମୁଦାୟ ପ୍ରାଣୀ ଅନନ୍ତକାଳ ତାହାଙ୍କ ପବିତ୍ର ନାମର ଧନ୍ୟବାଦ କରନ୍ତୁ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21

BG:

Opacity:

Color:


Size:


Font: