ଗୀତସଂହିତା 15 : 1 (ORV)
ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ତୁମ୍ଭ ଆବାସରେ କିଏ ପ୍ରବାସ କରିବ? ତୁମ୍ଭ ପବିତ୍ର ପର୍ବତରେ କିଏ ବାସ କରିବ?
ଗୀତସଂହିତା 15 : 2 (ORV)
ଯେଉଁ ଜନ ସରଳାଚରଣ ଓ ଧର୍ମକର୍ମ କରେ ଓ ଆପଣା ଅନ୍ତଃକରଣରେ ସତ୍ୟ କହେ ।
ଗୀତସଂହିତା 15 : 3 (ORV)
ଯେ ଆପଣା ଜିହ୍ଵାରେ ଗ୍ଳାନି କରେ ନାହିଁ, ଅବା ଆପଣା ମିତ୍ରର ଅନିଷ୍ଟ କରେ ନାହିଁ, କିଅବା ଆପଣା ପ୍ରତିବାସୀ ବିରୁଦ୍ଧରେ ନିନ୍ଦା ପ୍ରକଟ କରେ ନାହିଁ ।
ଗୀତସଂହିତା 15 : 4 (ORV)
ଯାହାର ଦୃଷ୍ଟିରେ ପାମର ତୁଚ୍ଛୀକୃତ ହୁଏ; ମାତ୍ର ଯେ ସଦାପ୍ରଭୁଙ୍କ ଭୟକାରୀମାନଙ୍କୁ ସମାଦର କରେ । ଯେ ଶପଥ କରି ଆପଣାର କ୍ଷତି ହେଲେ ହେଁ ତାହା ଅନ୍ୟଥା କରେ ନାହିଁ ।
ଗୀତସଂହିତା 15 : 5 (ORV)
ଯେ ସୁଧ ପାଇଁ ଟଙ୍କା ଋଣ ଦିଏ ନାହିଁ, କିଅବା ନିର୍ଦ୍ଦୋଷ ବିରୁଦ୍ଧରେ ଲାଞ୍ଚ ନିଏ ନାହିଁ । ଯେ ଏହି ସକଳ କର୍ମ କରେ, ସେ କେବେ ଘୁଞ୍ଚାଯିବ ନାହିଁ ।

1 2 3 4 5

BG:

Opacity:

Color:


Size:


Font: