ଗୀତସଂହିତା 2 : 1 (ORV)
ଗୋଷ୍ଠୀୟମାନେ କାହିଁକି କଳହ କରନ୍ତି; ଜନବୃନ୍ଦ କାହିଁକି ଅନର୍ଥକ ବିଷୟ ଭାଳନ୍ତି?
ଗୀତସଂହିତା 2 : 2 (ORV)
ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତ ବ୍ୟକ୍ତିଙ୍କ ବିରୁଦ୍ଧରେ ଭୂପତିଗଣ ଠିଆ ହୁଅନ୍ତି ଓ ଶାସନକର୍ତ୍ତୃଗଣ ଏକତ୍ର ମନ୍ତ୍ରଣା କରନ୍ତି,
ଗୀତସଂହିତା 2 : 3 (ORV)
ଆସ, ଆମ୍ଭେମାନେ ସେମାନଙ୍କ ବନ୍ଧନ ଛିଣ୍ତାଇ ପକାଉ ଓ ଆମ୍ଭମାନଙ୍କ ନିକଟରୁ ସେମାନଙ୍କ ରଜ୍ଜୁ ଦୂର କରି ଦେଉ ।
ଗୀତସଂହିତା 2 : 4 (ORV)
ଯେ ସ୍ଵର୍ଗରେ ଉପବିଷ୍ଟ, ସେ ହସିବେ; ପ୍ରଭୁ ସେମାନଙ୍କୁ ପରିହାସ କରିବେ ।
ଗୀତସଂହିତା 2 : 5 (ORV)
ତହୁଁ ସେ ଆପଣା କୋପରେ ସେମାନଙ୍କୁ କଥା କହିବେ ଓ ଆପଣା ମହାକୋପରେ ସେମାନଙ୍କୁ ବ୍ୟାକୁଳ କରିବେ;
ଗୀତସଂହିତା 2 : 6 (ORV)
ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି ।
ଗୀତସଂହିତା 2 : 7 (ORV)
ମୁଁ ସେହି ବିଧାନ ପ୍ରଚାର କରିବି; ସଦାପ୍ରଭୁ ମୋତେ କହିଲେ, ତୁମ୍ଭେ ଆମ୍ଭର ପୁତ୍ର; ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ ।
ଗୀତସଂହିତା 2 : 8 (ORV)
ଆମ୍ଭ ନିକଟରେ ମାଗ, ତେବେ ଆମ୍ଭେ ତୁମ୍ଭର ଉତ୍ତରାଧିକାର ନିମନ୍ତେ ଗୋଷ୍ଠୀୟମାନଙ୍କୁ ଓ ତୁମ୍ଭର ଅଧିକାର ନିମନ୍ତେ ପୃଥିବୀର ପ୍ରାନ୍ତଭାଗସବୁ ତୁମ୍ଭକୁ ଦେବା ।
ଗୀତସଂହିତା 2 : 9 (ORV)
ତୁମ୍ଭେ ଲୌହଦଣ୍ତରେ ସେମାନଙ୍କୁ ଭାଙ୍ଗିବ; ତୁମ୍ଭେ କୁମ୍ଭକାରର ପାତ୍ର ପରି ସେମାନଙ୍କୁ ଚୂର୍ଣ୍ଣ କରିବ ।
ଗୀତସଂହିତା 2 : 10 (ORV)
ଏହେତୁ ହେ ରାଜଗଣ, ତୁମ୍ଭେମାନେ ଏବେ ଜ୍ଞାନବାନ ହୁଅ, ହେ ପୃଥିବୀର ବିଚାରକର୍ତ୍ତୃଗଣ, ତୁମ୍ଭେମାନେ ଶିକ୍ଷା ଗ୍ରହଣ କର ।
ଗୀତସଂହିତା 2 : 11 (ORV)
ଭୟରେ ସଦାପ୍ରଭୁଙ୍କର ସେବା କର ଓ କମ୍ପିତ ହୋଇ ଉଲ୍ଲାସ କର ।
ଗୀତସଂହିତା 2 : 12 (ORV)
ପୁତ୍ରଙ୍କୁ ଚୁମ୍ଵନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ, କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ଵଳିତ ହେବ । ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେ ସମସ୍ତେ ଧନ୍ୟ ।

1 2 3 4 5 6 7 8 9 10 11 12

BG:

Opacity:

Color:


Size:


Font: