ଗୀତସଂହିତା 23 : 1 (ORV)
ଦାଉଦଙ୍କର ଗୀତ । ସଦାପ୍ରଭୁ ମୋହର ପ୍ରତିପାଳକ; ମୋହର ଅଭାବ ହେବ ନାହିଁ ।
ଗୀତସଂହିତା 23 : 2 (ORV)
ସେ କୋମଳ ତୃଣମୟ ସ୍ଥାନରେ ମୋତେ ଶୟନ କରାନ୍ତି; ସେ ସ୍ଥିର ଜଳ ପାଖେ ପାଖେ ମୋତେ କଢ଼ାଇ ନିଅନ୍ତି ।
ଗୀତସଂହିତା 23 : 3 (ORV)
ସେ ମୋʼ ପ୍ରାଣକୁ ସୁସ୍ଥ କରନ୍ତି, ସେ ଆପଣା ନାମ ସକାଶୁ ଧର୍ମପଥରେ ମୋତେ କଢ଼ାଇ ନିଅନ୍ତି ।
ଗୀତସଂହିତା 23 : 4 (ORV)
ଏଣୁ ମୁଁ ମୃତ୍ୟୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ଵନା ଦିଅନ୍ତି ।
ଗୀତସଂହିତା 23 : 5 (ORV)
ତୁମ୍ଭେ ମୋʼ ଶତ୍ରୁଗଣଙ୍କ ସାକ୍ଷାତରେ ମୋʼ ସମ୍ମୁଖରେ ମେଜ ସଜାଉଅଛ; ତୁମ୍ଭେ ତୈଳରେ ମୋʼ ମସ୍ତକ ସିକ୍ତ କରିଅଛ; ମୋʼ ପାନପାତ୍ର ଉଚ୍ଛୁଳି ପଡ଼ୁଅଛି ।
ଗୀତସଂହିତା 23 : 6 (ORV)
ନିଶ୍ଚୟ ମଙ୍ଗଳ ଓ ଦୟା ମୋହର ଜୀବନଯାଏ ମୋହର ପଶ୍ଚାଦ୍ଗାମୀ ହେବ; ପୁଣି, ମୁଁ ସର୍ବଦା ସଦାପ୍ରଭୁଙ୍କ ଗୃହରେ ବାସ କରିବି ।

1 2 3 4 5 6

BG:

Opacity:

Color:


Size:


Font: