ଗୀତସଂହିତା 25 : 1 (ORV)
ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ମୁଁ ତୁମ୍ଭ ପ୍ରତି ଆପଣା ମନ ଉଠାଏ ।
ଗୀତସଂହିତା 25 : 2 (ORV)
ହେ ମୋହର ପରମେଶ୍ଵର, ମୁଁ ତୁମ୍ଭଠାରେ ଶରଣ ନେଇଅଛି, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ମୋହର ଶତ୍ରୁମାନେ ମୋʼ ଉପରେ ଉଲ୍ଲାସ ନ କରନ୍ତୁ ।
ଗୀତସଂହିତା 25 : 3 (ORV)
ହଁ, ଯେଉଁମାନେ ତୁମ୍ଭର ଅନୁସରଣ କରନ୍ତି, ସେମାନଙ୍କର କେହି ଲଜ୍ଜିତ ହେବେ ନାହିଁ; ଯେଉଁମାନେ ଅକାରଣରେ ବିଶ୍ଵାସଘାତକତା କରନ୍ତି, ସେମାନେ ଲଜ୍ଜିତ ହେବେ ।
ଗୀତସଂହିତା 25 : 4 (ORV)
ହେ ସଦାପ୍ରଭୋ, ତୁମ୍ଭର ପଥସବୁ ମୋତେ ଦେଖାଅ; ତୁମ୍ଭର ମାର୍ଗସବୁ ମୋତେ ଶିଖାଅ ।
ଗୀତସଂହିତା 25 : 5 (ORV)
ତୁମ୍ଭ ସତ୍ୟତାରେ ମୋତେ କଢ଼ାଇ ନିଅ ଓ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋʼ ପରିତ୍ରାଣର ପରମେଶ୍ଵର ଅଟ; ମୁଁ ଦିନଯାକ ତୁମ୍ଭର ଅନୁସରଣ କରେ ।
ଗୀତସଂହିତା 25 : 6 (ORV)
ହେ ସଦାପ୍ରଭୋ, ତୁମ୍ଭର ଦୟା ଓ ସ୍ନେହପୂର୍ଣ୍ଣ କରୁଣା ସ୍ମରଣ କର । କାରଣ ତାହା ଅନାଦିକାଳୀନ ।
ଗୀତସଂହିତା 25 : 7 (ORV)
ମୋʼ ଯୌବନ କାଳର ପାପ ଓ ଅଧର୍ମସବୁ ସ୍ମରଣ କର ନାହିଁ; ହେ ସଦାପ୍ରଭୋ, ତୁମ୍ଭେ ଆପଣାର ମଙ୍ଗଳଭାବ ସକାଶୁ ନିଜ ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋତେ ସ୍ମରଣ କର ।
ଗୀତସଂହିତା 25 : 8 (ORV)
ସଦାପ୍ରଭୁ ମଙ୍ଗଳମୟ ଓ ସରଳ ଅଟନ୍ତି; ଏହେତୁ ସେ ପାପୀମାନଙ୍କୁ ପଥ ବିଷୟରେ ଶିକ୍ଷା ଦେବେ ।
ଗୀତସଂହିତା 25 : 9 (ORV)
ସେ ନମ୍ର ଲୋକକୁ ବିଚାରମାର୍ଗରେ କଢ଼ାଇ ନେବେ ଓ ନମ୍ର ଲୋକକୁ ଆପଣା ପଥ ଶିଖାଇବେ ।
ଗୀତସଂହିତା 25 : 10 (ORV)
ଯେଉଁମାନେ ତାହାଙ୍କ ନିୟମ ଓ ପ୍ରମାଣ-ବାକ୍ୟ ପାଳନ କରନ୍ତି, ସେମାନଙ୍କ ପ୍ରତି ସଦାପ୍ରଭୁଙ୍କର ସମସ୍ତ ପଥ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତାବିଶିଷ୍ଟ ।
ଗୀତସଂହିତା 25 : 11 (ORV)
ହେ ସଦାପ୍ରଭୋ, ଆପଣା ନାମ ସକାଶୁ ମୋହର ଅପରାଧ କ୍ଷମା କର, କାରଣ ତାହା ବଡ଼ ।
ଗୀତସଂହିତା 25 : 12 (ORV)
ସଦାପ୍ରଭୁଙ୍କୁ ଭୟ କରିବା ଲୋକ କିଏ? ସେ ତାହାକୁ ତାହାର ଇଷ୍ଟ ପଥରେ ଶିକ୍ଷା ଦେବେ ।
ଗୀତସଂହିତା 25 : 13 (ORV)
ତାହାର ପ୍ରାଣ କୁଶଳରେ ବାସ କରିବ ଓ ତାହାର ବଂଶ ଦେଶ ଅଧିକାର କରିବେ ।
ଗୀତସଂହିତା 25 : 14 (ORV)
ସଦାପ୍ରଭୁଙ୍କ ଗୁପ୍ତ ବିଷୟ ତାହାଙ୍କ ଭୟକାରୀ-ମାନଙ୍କଠାରେ ଥାଏନ୍ତ
ଗୀତସଂହିତା 25 : 15 (ORV)
ସଦାବେଳେ ସଦାପ୍ରଭୁଙ୍କ ଆଡ଼େ ମୋହର ଦୃଷ୍ଟି ଥାଏନ୍ତ କାରଣ ସେ ଜାଲରୁ ମୋହର ଚରଣ ଉଦ୍ଧାର କରିବେ ।
ଗୀତସଂହିତା 25 : 16 (ORV)
ମୋʼ ପ୍ରତି ଫେର ଓ ମୋʼ ପ୍ରତି ଦୟା କର; କାରଣ ମୁଁ ଅସହାୟ ଓ ଦୁଃଖଗ୍ରସ୍ତ ଅଟେ ।
ଗୀତସଂହିତା 25 : 17 (ORV)
ମୋʼ ଅନ୍ତଃକରଣର ଯନ୍ତ୍ରଣା ବଢ଼ିଅଛି; ତୁମ୍ଭେ ସମସ୍ତ କଷ୍ଟରୁ ମୋତେ ଉଦ୍ଧାର କର ।
ଗୀତସଂହିତା 25 : 18 (ORV)
ମୋହର କ୍ଳେଶ ଓ ଦୁଃଖ ପ୍ରତି ଦୃଷ୍ଟିପାତ କର; ପୁଣି, ମୋହର ପାପସବୁ କ୍ଷମା କର ।
ଗୀତସଂହିତା 25 : 19 (ORV)
ମୋହର ଶତ୍ରୁମାନଙ୍କ ପ୍ରତି ଦୃଷ୍ଟିପାତ କର, କାରଣ ସେମାନେ ଅନେକ; ସେମାନେ ଦାରୁଣ ଘୃଣା ଭାବରେ ମୋତେ ଘୃଣା କରନ୍ତି ।
ଗୀତସଂହିତା 25 : 20 (ORV)
ମୋʼ ପ୍ରାଣକୁ ରକ୍ଷା କର ଓ ମୋତେ ଉଦ୍ଧାର କର; ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ, କାରଣ ମୁଁ ତୁମ୍ଭଠାରେ ଶରଣ ନେଇଅଛି ।
ଗୀତସଂହିତା 25 : 21 (ORV)
ସିଦ୍ଧତା ଓ ସରଳତା ମୋତେ ରକ୍ଷା କରୁ, କାରଣ ମୁଁ ତୁମ୍ଭର ଅନୁସରଣ କରେ ।
ଗୀତସଂହିତା 25 : 22 (ORV)
ହେ ପରମେଶ୍ଵର, ଇସ୍ରାଏଲକୁ ତାହାର ସମସ୍ତ ସଙ୍କଟରୁ ମୁକ୍ତ କର ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22

BG:

Opacity:

Color:


Size:


Font: