ଗୀତସଂହିତା 26 : 1 (ORV)
ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ମୋହର ବିଚାର କର, କାରଣ ମୁଁ ନିଜ ସିଦ୍ଧତାରେ ଆଚରଣ କରିଅଛି; ମଧ୍ୟ ମୁଁ ଅଟଳ ଭାବରେ ସଦାପ୍ରଭୁଙ୍କର ଶରଣ ନେଇଅଛି ।
ଗୀତସଂହିତା 26 : 2 (ORV)
ହେ ସଦାପ୍ରଭୋ, ମୋତେ ପରୀକ୍ଷା କରି ପ୍ରମାଣ ନିଅ; ମୋର ମର୍ମ ଓ ଚିତ୍ତ ପରିଷ୍କାର କର ।
ଗୀତସଂହିତା 26 : 3 (ORV)
କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ମୋʼ ଦୃଷ୍ଟି-ଗୋଚରରେ ଅଛି; ମୁଁ ତୁମ୍ଭ ସତ୍ୟତାରେ ଆଚରଣ କରିଅଛି ।
ଗୀତସଂହିତା 26 : 4 (ORV)
ମୁଁ ଅସାର ଲୋକଙ୍କ ସଙ୍ଗେ ବସି ନାହିଁ; କିଅବା ମୁଁ କପଟୀମାନଙ୍କ ସଙ୍ଗେ ଗମନ କରିବି ନାହିଁ ।
ଗୀତସଂହିତା 26 : 5 (ORV)
ମୁଁ ଦୁଷ୍କର୍ମକାରୀମାନଙ୍କ ସମାଜକୁ ଘୃଣା କରେ, ପୁଣି ଦୁଷ୍ଟମାନଙ୍କ ସଙ୍ଗେ ବସିବି ନାହିଁ ।
ଗୀତସଂହିତା 26 : 6 (ORV)
ହେ ସଦାପ୍ରଭୋ, ଯେପରି ମୁଁ ଧନ୍ୟବାଦ-ସ୍ଵର ଶୁଣାଇବି ଓ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରିବି,
ଗୀତସଂହିତା 26 : 7 (ORV)
ଏଥିପାଇଁ ମୁଁ ନିର୍ଦ୍ଦୋଷତାରେ ଆପଣା ହସ୍ତ ପ୍ରକ୍ଷାଳନ କରି ତୁମ୍ଭର ଯଜ୍ଞବେଦି ପ୍ରଦକ୍ଷିଣ କରିବି ।
ଗୀତସଂହିତା 26 : 8 (ORV)
ହେ ସଦାପ୍ରଭୋ, ମୁଁ ତୁମ୍ଭର ନିବାସ-ଗୃହକୁ ଓ ତୁମ୍ଭ ଗୌରବର ବାସସ୍ଥାନକୁ ସ୍ନେହ କରେ ।
ଗୀତସଂହିତା 26 : 9 (ORV)
ପାପୀମାନଙ୍କ ସଙ୍ଗେ ମୋʼ ପ୍ରାଣକୁ କିଅବା ରକ୍ତପାତକାରୀ ମନୁଷ୍ୟମାନଙ୍କ ସଙ୍ଗେ ମୋʼ ଜୀବନକୁ ସଂଗ୍ରହ କର ନାହିଁ ।
ଗୀତସଂହିତା 26 : 10 (ORV)
ସେମାନଙ୍କ ହସ୍ତରେ ଅନିଷ୍ଟ ଥାଏ, ପୁଣି ସେମାନଙ୍କ ଦକ୍ଷିଣ ହସ୍ତ ଲାଞ୍ଚରେ ପରିପୂର୍ଣ୍ଣ ।
ଗୀତସଂହିତା 26 : 11 (ORV)
ମାତ୍ର ମୁଁ ନିଜ ସିଦ୍ଧତାରେ ଆଚରଣ କରିବି; ମୋତେ ମୁକ୍ତ କର ଓ ମୋʼ ପ୍ରତି ସଦୟ ହୁଅ ।
ଗୀତସଂହିତା 26 : 12 (ORV)
ମୋʼ ଚରଣ ସମଭୂମିରେ ଠିଆ ହେଉଅଛି; ମୁଁ ମଣ୍ତଳୀଗଣ ମଧ୍ୟରେ ସଦାପ୍ରଭୁଙ୍କର ଧନ୍ୟବାଦ କରିବି ।

1 2 3 4 5 6 7 8 9 10 11 12

BG:

Opacity:

Color:


Size:


Font: