ଗୀତସଂହିତା 3 : 1 (ORV)
ଦାଉଦଙ୍କର ଆପଣା ପୁତ୍ର ଅବଶାଲୋମ ନିକଟରୁ ପଳାୟନକାଳୀନ ଗୀତ । ହେ ସଦାପ୍ରଭୋ, ମୋହର ବିପକ୍ଷମାନେ କିପରି ବଢ଼ିଅଛନ୍ତି । ମୋʼ ବିରୁଦ୍ଧରେ ଉତ୍ଥିତ ଲୋକ ଅନେକ ।
ଗୀତସଂହିତା 3 : 2 (ORV)
ଅନେକେ ମୋʼ ପ୍ରାଣ ବିଷୟରେ କହନ୍ତି, ପରମେଶ୍ଵରଙ୍କ ନିକଟରେ ତାହା ପାଇଁ ପରିତ୍ରାଣ ନାହିଁ । [ସେଲା
ଗୀତସଂହିତା 3 : 3 (ORV)
ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ଚତୁର୍ଦ୍ଦିଗରେ ଢାଲ ସ୍ଵରୂପନ୍ତ ମୋହର ଗୌରବ ଓ ମୋʼ ମସ୍ତକ ଉଠାଇବା କର୍ତ୍ତା ଅଟ ।
ଗୀତସଂହିତା 3 : 4 (ORV)
ମୁଁ ଆପଣା ରବରେ ସଦାପ୍ରଭୁଙ୍କୁ ଡାକେ, ପୁଣି ସେ ଆପଣା ପବିତ୍ର ପର୍ବତରୁ ମୋତେ ଉତ୍ତର ଦିଅନ୍ତି। [ସେଲା
ଗୀତସଂହିତା 3 : 5 (ORV)
ମୁଁ ଶୟନ କରି ନିଦ୍ରାଗତ ହେଲି; ମୁଁ ଜାଗ୍ରତ ହେଲି; କାରଣ ସଦାପ୍ରଭୁ ମୋତେ ରକ୍ଷା କରନ୍ତି ।
ଗୀତସଂହିତା 3 : 6 (ORV)
ମୁଁ ଆପଣା ପ୍ରତିକୂଳରେ ପରିବେଷ୍ଟିତ ଅୟୁତ ଅୟୁତ ଲୋକଙ୍କୁ ଭୟ କରିବି ନାହିଁ ।
ଗୀତସଂହିତା 3 : 7 (ORV)
ହେ ସଦାପ୍ରଭୋ, ଉଠ; ହେ ମୋହର ପରମେଶ୍ଵର, ମୋତେ ପରିତ୍ରାଣ କର । କାରଣ ତୁମ୍ଭେ ମୋହର ଶତ୍ରୁ ସମସ୍ତଙ୍କ କଳହାଡ଼ରେ ଆଘାତ କରିଅଛ; ତୁମ୍ଭେ ଦୁଷ୍ଟମାନଙ୍କ ଦ; ଭାଙ୍ଗି ପକାଇଅଛ ।
ଗୀତସଂହିତା 3 : 8 (ORV)
ପରିତ୍ରାଣ ସଦାପ୍ରଭୁଙ୍କର ଅଧିକାର; ତୁମ୍ଭ ଲୋକମାନଙ୍କ ଉପରେ ତୁମ୍ଭର ଆଶୀର୍ବାଦ ବର୍ତ୍ତୁ । [ସେଲା
❮
❯