ଗୀତସଂହିତା 32 : 1 (ORV)
ଦାଉଦଙ୍କ ଗୀତ । ମସ୍କୀଲ୍- ଯାହାର ଅପରାଧ କ୍ଷମା, ଯାହାର ପାପ ଆଚ୍ଛାଦିତ ହୋଇଅଛି, ସେ ଧନ୍ୟ ।
ଗୀତସଂହିତା 32 : 2 (ORV)
ସଦାପ୍ରଭୁ ଯାହା ପ୍ରତି ଅଧର୍ମର ଆରୋପ ନ କରନ୍ତି ଓ ଯାହାର ଆତ୍ମାରେ ପ୍ରବଞ୍ଚନା ନାହିଁ, ସେ ଧନ୍ୟ ।
ଗୀତସଂହିତା 32 : 3 (ORV)
ମୁଁ ମୌନୀ ହୋଇ ଥିବା ବେଳେ ଦିନଯାକ ଆର୍ତ୍ତନାଦ କରିବା ଦ୍ଵାରା ମୋହର ଅସ୍ଥିସବୁ କ୍ଷୟ ପାଇଲା ।
ଗୀତସଂହିତା 32 : 4 (ORV)
କାରଣ ଦିବାରାତ୍ର ତୁମ୍ଭ ହସ୍ତ ମୋʼ ଉପରେ ଭାରୀ ଥିଲା; ମୋହର ରସ ଗ୍ରୀଷ୍ମକାଳୀନ ଶୁଷ୍କତାରେ ପରିଣତ ହେଲା । [ସେଲା
ଗୀତସଂହିତା 32 : 5 (ORV)
ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ଵୀକାର କଲି ଓ ଆପଣା ଅଧର୍ମ ଲୁଚାଇଲି ନାହିଁ; ମୁଁ କହିଲି, ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ଵୀକାର କରିବି; ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ । [ସେଲା
ଗୀତସଂହିତା 32 : 6 (ORV)
ଏଥିପାର୍ଇ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ; ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ ।
ଗୀତସଂହିତା 32 : 7 (ORV)
ତୁମ୍ଭେ ମୋହର ଲୁଚିବା ସ୍ଥାନ; ତୁମ୍ଭେ ସଙ୍କଟରୁ ମୋତେ ରକ୍ଷା କରିବ; ତୁମ୍ଭେ ରକ୍ଷାର୍ଥକ ଗାୟନରେ ମୋହର ଚତୁର୍ଦ୍ଦିଗ ବେଷ୍ଟନ କରିବ । [ସେଲା
ଗୀତସଂହିତା 32 : 8 (ORV)
ମୁଁ ତୁମ୍ଭକୁ ଉପଦେଶ ଦେବି ଓ ତୁମ୍ଭର ଗନ୍ତବ୍ୟ ମାର୍ଗ ଶିଖାଇବି; ମୁଁ ତୁମ୍ଭ ଉପରେ ଆପଣା ଦୃଷ୍ଟି ରଖି ତୁମ୍ଭକୁ ମନ୍ତ୍ରଣା ଦେବି ।
ଗୀତସଂହିତା 32 : 9 (ORV)
ତୁମ୍ଭେମାନେ ବୁଦ୍ଧିହୀନ ଅଶ୍ଵ କି ଖଚର ପରି ହୁଅ ନାହିଁ
ଗୀତସଂହିତା 32 : 10 (ORV)
ଦୁଷ୍ଟକୁ ଅନେକ ଦୁଃଖ ଘଟିବ; ମାତ୍ର ଯେଉଁ ଜନ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ, ତାହାର ଚତୁର୍ଦ୍ଦିଗରେ ଦୟା ବେଷ୍ଟନ କରିବ ।
ଗୀତସଂହିତା 32 : 11 (ORV)
ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦ କର ଓ ଉଲ୍ଲସିତ ହୁଅ; ହେ ସରଳାନ୍ତଃକରଣ ସମସ୍ତେ, ତୁମ୍ଭେମାନେ ଆନନ୍ଦଧ୍ଵନି କର ।

1 2 3 4 5 6 7 8 9 10 11

BG:

Opacity:

Color:


Size:


Font: