ଗୀତସଂହିତା 34 : 1 (ORV)
ଦାଉଦଙ୍କ ଗୀତ; ଯେତେବେଳେ ସେ ଅବୀମେଲକ ସାକ୍ଷାତରେ ଆପଣା ମତି ବଦଳାଇବାରୁ ତାହା ଦ୍ଵାରା ତାଡ଼ିତ ହୋଇ ପ୍ରସ୍ଥାନ କରିଥିଲେ, ସେହି ସମୟର ଗୀତ । ମୁଁ ସର୍ବଦା ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୋʼ ମୁଖରେ ନିରନ୍ତର ତାହାଙ୍କର ପ୍ରଶଂସା ହେବ ।
ଗୀତସଂହିତା 34 : 2 (ORV)
ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଦର୍ପ କରିବ; ନମ୍ର ଲୋକମାନେ ତାହା ଶୁଣି ଆନନ୍ଦିତ ହେବେ ।
ଗୀତସଂହିତା 34 : 3 (ORV)
ଆହେ, ମୋʼ ସଙ୍ଗେ ସଦାପ୍ରଭୁଙ୍କ ମାହାତ୍ମ୍ୟ ପ୍ରକାଶ କର, ଆସ, ଆମ୍ଭେମାନେ ଏକ ସଙ୍ଗେ ତାହାଙ୍କ ନାମର ପ୍ରତିଷ୍ଠା କରୁ ।
ଗୀତସଂହିତା 34 : 4 (ORV)
ମୁଁ ସଦାପ୍ରଭୁଙ୍କର ଅନ୍ଵେଷଣ କଲି ଓ ସେ ମୋତେ ଉତ୍ତର ଦେଲେ, ପୁଣି ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ ।
ଗୀତସଂହିତା 34 : 5 (ORV)
ସେମାନେ ତାହାଙ୍କ ପ୍ରତି ଦୃଷ୍ଟିପାତ କରି ଦୀପ୍ତିମାନ୍ ହେଲେ; ଆଉ, ସେମାନଙ୍କ ମୁଖ କେବେ ହେଁ ବିବର୍ଣ୍ଣ ନୋହିବ ।
ଗୀତସଂହିତା 34 : 6 (ORV)
ଏହି ଦୁଃଖୀଲୋକ କାକୁକ୍ତି କଲା, ପୁଣି ସଦାପ୍ରଭୁ ତାହାର କଥା ଶୁଣିଲେ ଓ ତାହାର ସକଳ ସଙ୍କଟରୁ ତାହାକୁ ଉଦ୍ଧାର କଲେ ।
ଗୀତସଂହିତା 34 : 7 (ORV)
ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି ।
ଗୀତସଂହିତା 34 : 8 (ORV)
ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ଵାଦନ କରି ଦେଖ; ଯେ ତାହାଙ୍କର ଶରଣାଗତ, ସେ ଲୋକ ଧନ୍ୟ ।
ଗୀତସଂହିତା 34 : 9 (ORV)
ହେ ତାହାଙ୍କର ସଦ୍ଭକ୍ତମାନେ, ସଦାପ୍ରଭୁଙ୍କୁ ଭୟ କର; କାରଣ ଯେଉଁମାନେ ତାହାଙ୍କୁ ଭୟ କରନ୍ତି, ସେମାନଙ୍କର କୌଣସି ଅଭାବ ନାହିଁ ।
ଗୀତସଂହିତା 34 : 10 (ORV)
ଯୁବାସିଂହମାନଙ୍କର ଅଭାବ ଓ କ୍ଷୁଧାରୁ କ୍ଳେଶ ହୁଏ; ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରନ୍ତି, ସେମାନଙ୍କର କୌଣସି ମଙ୍ଗଳ ବିଷୟ ଅଭାବ ନୋହିବ ।
ଗୀତସଂହିତା 34 : 11 (ORV)
ହେ ବାଳକମାନେ, ଆସ, ମୋʼ କଥା ଶୁଣ; ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ଭୟ ଶିଖାଇବି ।
ଗୀତସଂହିତା 34 : 12 (ORV)
ଯେ ଜୀବନ ବାଞ୍ଛା କରେ ଓ ମଙ୍ଗଳ ଦେଖିବା ପାଇଁ ଦୀର୍ଘାୟୁ ପ୍ରିୟ ମଣେ ଏପରି ବ୍ୟକ୍ତି କିଏ?
ଗୀତସଂହିତା 34 : 13 (ORV)
ତୁମ୍ଭେ ହିଂସାରୁ ଆପଣା ଜିହ୍ଵା ଓ ଛଳବାକ୍ୟରୁ ଆପଣା ଓଷ୍ଠାଧର ରକ୍ଷା କର ।
ଗୀତସଂହିତା 34 : 14 (ORV)
ମନ୍ଦତାରୁ ଦୂର ହୁଅ ଓ ସୁକର୍ମ କର; ଶାନ୍ତି ଅନ୍ଵେଷଣ କର ଓ ତହିଁର ଅନୁଗାମୀ ହୁଅ ।
ଗୀତସଂହିତା 34 : 15 (ORV)
ଧାର୍ମିକମାନଙ୍କ ପ୍ରତି ସଦାପ୍ରଭୁଙ୍କର ଦୃଷ୍ଟି ଅଛି ଓ ସେମାନଙ୍କ ଆର୍ତ୍ତନାଦ ପ୍ରତି ତାହାଙ୍କର କର୍ଣ୍ଣ ଅଛି ।
ଗୀତସଂହିତା 34 : 16 (ORV)
ପୃଥିବୀରୁ କୁକର୍ମକାରୀମାନଙ୍କ ସ୍ମରଣ ଉଚ୍ଛିନ୍ନ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ମୁଖ ଥାଏ ।
ଗୀତସଂହିତା 34 : 17 (ORV)
ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେ ଓ ସେମାନଙ୍କ ସର୍ବସଙ୍କଟରୁ ସେମାନଙ୍କୁ ଉଦ୍ଧାର କଲେ ।
ଗୀତସଂହିତା 34 : 18 (ORV)
ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି ଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି ।
ଗୀତସଂହିତା 34 : 19 (ORV)
ଧାର୍ମିକର ବିପଦ ଅନେକ; ମାତ୍ର ସେସବୁରୁ ସଦାପ୍ରଭୁ ତାହାକୁ ଉଦ୍ଧାର କରନ୍ତି ।
ଗୀତସଂହିତା 34 : 20 (ORV)
ସେ ତାହାର ଅସ୍ଥିସକଳ ରକ୍ଷା କରନ୍ତି; ତହିଁ ମଧ୍ୟରୁ ଖଣ୍ତେ ହେଲେ ଭଗ୍ନ ହୁଏ ନାହିଁ ।
ଗୀତସଂହିତା 34 : 21 (ORV)
ଦୁଷ୍ଟତା ଦୁଷ୍ଟକୁ ସଂହାର କରିବ; ଧାର୍ମିକର ଘୃଣାକାରୀ ଦୋଷୀକୃତ ହେବ ।
ଗୀତସଂହିତା 34 : 22 (ORV)
ସଦାପ୍ରଭୁ ଆପଣା ଦାସଗଣର ପ୍ରାଣ ମୁକ୍ତ କରନ୍ତି; ପୁଣି, ତାହାଙ୍କର ଶରଣାଗତ କେହି ଦୋଷୀକୃତ ହେବେ ନାହିଁ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22

BG:

Opacity:

Color:


Size:


Font: