ଗୀତସଂହିତା 36 : 1 (ORV)
ପ୍ରଧାନ ବାଦ୍ୟକର ନିମନ୍ତେ ସଦାପ୍ରଭୁଙ୍କ ଦାସ ଦାଉଦଙ୍କର ଗୀତ । ଦୁଷ୍ଟର ଅପରାଧ ମୋʼ ହୃଦୟ ମଧ୍ୟରେ କହେ, ପରମେଶ୍ଵର ବିଷୟକ ଭୟ ତାହାର ଚକ୍ଷୁର ଅଗୋଚର ।
ଗୀତସଂହିତା 36 : 2 (ORV)
କାରଣ ତାହାର ଅଧର୍ମ ପ୍ରକାଶିତ ଓ ଘୃଣିତ ହେବ ନାହିଁ ବୋଲି ସେ ଆପଣା ଦୃଷ୍ଟିରେ ଆପଣାକୁ ଭୁଲାଏ ।
ଗୀତସଂହିତା 36 : 3 (ORV)
ତାହାର ମୁଖର ବାକ୍ୟ ଅଧର୍ମ ଓ ପ୍ରବଞ୍ଚନାମାତ୍ର; ସେ ସୁବିବେଚନା ଓ ସୁକର୍ମ ତ୍ୟାଗ କରିଅଛି ।
ଗୀତସଂହିତା 36 : 4 (ORV)
ସେ ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରେ; ସେ ଅମଙ୍ଗଳ ମାର୍ଗରେ ଆପଣାକୁ ପ୍ରବର୍ତ୍ତାଏ; ସେ ମନ୍ଦତା ଘୃଣା କରେ ନାହିଁ ।
ଗୀତସଂହିତା 36 : 5 (ORV)
ହେ ସଦାପ୍ରଭୋ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସ୍ଵର୍ଗରେ ଥାଏ; ତୁମ୍ଭର ବିଶ୍ଵସ୍ତତା ଗଗନସ୍ପର୍ଶୀ ।
ଗୀତସଂହିତା 36 : 6 (ORV)
ତୁମ୍ଭର ଧର୍ମ ପରମେଶ୍ଵରଙ୍କ ପର୍ବତଗଣ ତୁଲ୍ୟ; ତୁମ୍ଭର ଶାସନସବୁ ମହାବାରିଧି ସ୍ଵରୂପ; ହେ ସଦାପ୍ରଭୋ, ତୁମ୍ଭେ ମନୁଷ୍ୟ ଓ ପଶୁକୁ ରକ୍ଷା କରୁଅଛ ।
ଗୀତସଂହିତା 36 : 7 (ORV)
ହେ ପରମେଶ୍ଵର, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିପରି ବହୁମୂଲ୍ୟ! ପୁଣି, ମନୁଷ୍ୟ-ସନ୍ତାନଗଣ ତୁମ୍ଭ ପକ୍ଷଛାୟା ତଳେ ଆଶ୍ରୟ ନିଅନ୍ତି ।
ଗୀତସଂହିତା 36 : 8 (ORV)
ସେମାନେ ତୁମ୍ଭ ଗୃହର ପୁଷ୍ଟିକର ଦ୍ରବ୍ୟରେ ବହୁଳ ରୂପେ ପରିତୃପ୍ତ ହେବେ; ପୁଣି, ତୁମ୍ଭେ ସେମାନଙ୍କୁ ଆପଣା ଆନନ୍ଦ-ନଦୀର ଜଳ ପାନ କରାଇବ ।
ଗୀତସଂହିତା 36 : 9 (ORV)
କାରଣ ତୁମ୍ଭଠାରେ ଜୀବନର ନିର୍ଝର ଅଛି; ତୁମ୍ଭ ଦୀପ୍ତିରେ ଆମ୍ଭେମାନେ ଦୀପ୍ତି ଦେଖିବା ।
ଗୀତସଂହିତା 36 : 10 (ORV)
ଆହେ, ତୁମ୍ଭଙ୍କୁ ଜାଣିବା ଲୋକମାନଙ୍କ ପ୍ରତି ଆପଣା ସ୍ନେହପୂର୍ଣ୍ଣ କରୁଣା ଓ ସରଳାନ୍ତଃକରଣ ଲୋକମାନଙ୍କ ପ୍ରତି ଆପଣା ଧାର୍ମିକତା ଚିରସ୍ଥାୟୀ କର ।
ଗୀତସଂହିତା 36 : 11 (ORV)
ଅହଂକାରୀର ଚରଣ ମୋʼ ବିରୁଦ୍ଧରେ ନ ଆସୁ ଓ ଦୁଷ୍ଟର ହସ୍ତ ମୋତେ ଘଉଡ଼ାଇ ନ ଦେଉ ।
ଗୀତସଂହିତା 36 : 12 (ORV)
ହେଇ, ଅଧର୍ମାଚାରୀମାନେ ପତିତ ହେଲେ; ସେମାନେ ଅଧଃପତିତ ହେଲେ, ଆଉ ଉଠିବାକୁ ସମର୍ଥ ହେବେ ନାହିଁ ।

1 2 3 4 5 6 7 8 9 10 11 12

BG:

Opacity:

Color:


Size:


Font: