ଗୀତସଂହିତା 4 : 1 (ORV)
ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ହେ ମୋହର ଧର୍ମ ସ୍ଵରୂପ ପରମେଶ୍ଵର, ମୁଁ ଡାକିଲେ ମୋତେ ଉତ୍ତର ଦିଅ; ସଙ୍କଟରେ ଥିବା ସମୟରେ ତୁମ୍ଭେ ମୋତେ ପ୍ରଶସ୍ତ ସ୍ଥାନ ଦେଇଅଛ: ମୋତେ ଦୟା କର ଓ ମୋହର ପ୍ରାର୍ଥନା ଶୁଣ ।
ଗୀତସଂହିତା 4 : 2 (ORV)
ହେ ମନୁଷ୍ୟସନ୍ତାନଗଣ, କେତେ କାଳ ମୋହର ଗୌରବ ଅପମାନରେ ପରିଣତ ହେବ? କେତେ କାଳ ତୁମ୍ଭେମାନେ ଅସାରତାକୁ ସ୍ନେହ କରିବ ଓ ମିଥ୍ୟାର ଅନ୍ଵେଷଣ କରିବ? [ସେଲା
ଗୀତସଂହିତା 4 : 3 (ORV)
ମାତ୍ର ସଦାପ୍ରଭୁ ଆପଣା ପାଇଁ ସଦ୍ଭକ୍ତ ଲୋକକୁ ପୃଥକ୍ କରି ରଖିଅଛନ୍ତି, ଏହା ଜ୍ଞାତ ହୁଅ; ମୁଁ ସଦାପ୍ରଭୁଙ୍କୁ ଡାକିଲେ, ସେ ଶୁଣିବେ ।
ଗୀତସଂହିତା 4 : 4 (ORV)
ଭୀତ ହୁଅ ଓ ପାପ କର ନାହିଁ ତୁମ୍ଭେମାନେ ଶଯ୍ୟା ଉପରେ ମନେ ମନେ କଥା କହି ନୀରବ ହୁଅ । [ସେଲା
ଗୀତସଂହିତା 4 : 5 (ORV)
ଧର୍ମବଳି ଉତ୍ସର୍ଗ କର ଓ ସଦାପ୍ରଭୁଙ୍କଠାରେ ବିଶ୍ଵାସ କର ।
ଗୀତସଂହିତା 4 : 6 (ORV)
ଅନେକେ କହନ୍ତି, କିଏ ଆମ୍ଭମାନଙ୍କୁ ମଙ୍ଗଳ ଦେଖାଇବ? ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି ଆପଣା ମୁଖର ତେଜ ପ୍ରକାଶ କର ।
ଗୀତସଂହିତା 4 : 7 (ORV)
ତୁମ୍ଭେ ମୋʼ ଅନ୍ତଃକରଣରେ ଆନନ୍ଦ ଦେଇଅଛ, ତାହା ସେମାନଙ୍କ ଶସ୍ୟ ଓ ଦ୍ରାକ୍ଷାରସ ବୃଦ୍ଧିକାଳର ଆନନ୍ଦ ଅପେକ୍ଷା ଅଧିକ ।
ଗୀତସଂହିତା 4 : 8 (ORV)
ମୁଁ ଶାନ୍ତିରେ ଶୟନ କରିବି ଓ ନିଦ୍ରା ଯିବି; କାରଣ ହେ ସଦାପ୍ରଭୋ, କେବଳ ତୁମ୍ଭେ ମୋତେ ନିରାପଦରେ ବାସ କରାଉଅଛ।

1 2 3 4 5 6 7 8

BG:

Opacity:

Color:


Size:


Font: