ଗୀତସଂହିତା 41 : 1 (ORV)
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ଯେଉଁ ଜନ ଦୀନହୀନ ନିମନ୍ତେ ଚିନ୍ତା କରଇ, ସେ ଧନ୍ୟ; ସଦାପ୍ରଭୁ ଦୁର୍ଦ୍ଦଶା ଦିନରେ ତାହାକୁ ଉଦ୍ଧାର କରିବେ ।
ଗୀତସଂହିତା 41 : 2 (ORV)
ସଦାପ୍ରଭୁ ତାହାକୁ ରକ୍ଷା କରି ଜୀବିତ ରଖିବେ ଓ ସେ ପୃଥିବୀରେ ଆଶୀର୍ବାଦପ୍ରାପ୍ତ ହେବ; ପୁଣି, ତୁମ୍ଭେ ତାହାକୁ ତାହାର ଶତ୍ରୁଗଣର ଇଚ୍ଛାରେ ସମର୍ପଣ କର ନାହିଁ ।
ଗୀତସଂହିତା 41 : 3 (ORV)
ସେ ବ୍ୟାଧିଶଯ୍ୟାଗତ ହେଲେ, ସଦାପ୍ରଭୁ ତାହାକୁ ଧରି ରଖିବେ; ତୁମ୍ଭେ ପୀଡ଼ା ସମୟରେ ତାହାର ସମସ୍ତ ଶଯ୍ୟା ପରିବର୍ତ୍ତନ କରୁଅଛ ।
ଗୀତସଂହିତା 41 : 4 (ORV)
ମୁଁ କହିଲି, ହେ ସଦାପ୍ରଭୋ, ମୋʼ ପ୍ରତି ଦୟା କର; ମୋʼ ପ୍ରାଣକୁ ସୁସ୍ଥ କର; କାରଣ ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି ।
ଗୀତସଂହିତା 41 : 5 (ORV)
ମୋହର ଶତ୍ରୁଗଣ ମୋʼ ବିରୁଦ୍ଧରେ ହିଂସାର କଥା କହି ବୁଲନ୍ତି, ସେ କେବେ ମରିବ ଓ ତାହାର ନାମ ଲୁପ୍ତ ହେବ?
ଗୀତସଂହିତା 41 : 6 (ORV)
ସେ ମୋତେ ଦେଖିବାକୁ ଆସିଲେ, ଅସାର କଥା କହେ; ତାହାର ହୃଦୟ ଆପଣା ପାଇଁ ଅଧର୍ମ ସଞ୍ଚୟ କରେ; ସେ ବାହାରେ ଯାଇ ତାହା କହି ବୁଲେ ।
ଗୀତସଂହିତା 41 : 7 (ORV)
ମୋହର ଘୃଣାକାରୀ ସମସ୍ତେ ଏକତ୍ର ମୋʼ ବିରୁଦ୍ଧରେ ଫୁସ୍ଫୁସ୍ କରନ୍ତି; ସେମାନେ ମୋʼ ବିପକ୍ଷରେ ଅନିଷ୍ଟ କଳ୍ପନା କରନ୍ତି ।
ଗୀତସଂହିତା 41 : 8 (ORV)
ସେମାନେ କହନ୍ତି, କୌଣସି ମନ୍ଦ ବ୍ୟାଧି ତାହାଠାରେ ଲାଗି ରହିଅଛି; ଏବେ ସେ ପଡ଼ିଅଛି, ଆଉ ଉଠିବ ନାହିଁ ।
ଗୀତସଂହିତା 41 : 9 (ORV)
ହଁ, ମୋହର ନିଜ ସୁହୃଦ, ଯାହାକୁ ମୁଁ ବିଶ୍ଵାସ କଲି, ଯେ ମୋହର ରୋଟୀ ଖାଇଲା, ସେ ଆମ୍ଭ ବିରୁଦ୍ଧରେ ଆପଣା ଗୋଇଠି ଉଠାଇଅଛି ।
ଗୀତସଂହିତା 41 : 10 (ORV)
ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ପ୍ରତି ଦୟା କରି ମୋତେ ଉଠାଅ, ତହିଁରେ ମୁଁ ସେମାନଙ୍କୁ ପ୍ରତିଫଳ ଦେବି ।
ଗୀତସଂହିତା 41 : 11 (ORV)
ମୋହର ଶତ୍ରୁ ମୋʼ ଉପରେ ଜୟଧ୍ଵନି କରୁନାହିଁ, ଏସକାଶୁ ମୁଁ ଜାଣେ ଯେ, ତୁମ୍ଭେ ମୋʼଠାରେ ସନ୍ତୁଷ୍ଟ ଅଛ ।
ଗୀତସଂହିତା 41 : 12 (ORV)
ତୁମ୍ଭେ ମୋʼ ସରଳତାରେ ମୋତେ ଧରି ରଖୁଅଛ ।
ଗୀତସଂହିତା 41 : 13 (ORV)
ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଅନାଦିକାଳରୁ ଅନନ୍ତକାଳ ଧନ୍ୟ ହେଉନ୍ତୁ । ଆମେନ୍, ଆମେନ୍ ।

1 2 3 4 5 6 7 8 9 10 11 12 13

BG:

Opacity:

Color:


Size:


Font: