ଗୀତସଂହିତା 46 : 1 (ORV)
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନ-ଗଣର ଗୀତ; ଅଲ୍ମୋତ୍ ସ୍ଵରର ଗୀତ । ପରମେଶ୍ଵର ଆମ୍ଭମାନଙ୍କର ଆଶ୍ରୟ ଓ ବଳ, ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ ।
ଗୀତସଂହିତା 46 : 2 (ORV)
ଏଥିପାଇଁ ପୃଥିବୀ ପରିବର୍ତ୍ତିତ ହେଲେ ହେଁ ଓ ପର୍ବତଗଣ ସମୁଦ୍ର ମଧ୍ୟରେ ବିଚଳିତ ହେଲେ ହେଁ;
ଗୀତସଂହିତା 46 : 3 (ORV)
ତହିଁର ଜଳରାଶି ଗର୍ଜ୍ଜନ କରି ପ୍ରବଳ ହେଲେ ହେଁ, ତହିଁର ପ୍ଳାବନରେ ପର୍ବତଗଣ କମ୍ପିତ ହେଲେ ହେଁ ଆମ୍ଭେମାନେ ଭୟ କରିବା ନାହିଁ । [ସେଲା
ଗୀତସଂହିତା 46 : 4 (ORV)
ନଦୀ ଗୋଟିଏ ଅଛି, ତହିଁର ସ୍ରୋତସମୂହ ପରମେଶ୍ଵରଙ୍କ ନଗରକୁ, ସର୍ବୋପରିସ୍ଥଙ୍କ ଆବାସର ପବିତ୍ରସ୍ଥାନକୁ ଆନନ୍ଦିତ କରେ ।
ଗୀତସଂହିତା 46 : 5 (ORV)
ପରମେଶ୍ଵର ତହିଁର ମଧ୍ୟବର୍ତ୍ତୀ; ତାହା ବିଚଳିତ ହେବ ନାହିଁ । ପରମେଶ୍ଵର ଅତି ପ୍ରଭାତରେ ତାହାର ସାହାଯ୍ୟ କରିବେ ।
ଗୀତସଂହିତା 46 : 6 (ORV)
ଗୋଷ୍ଠୀସବୁ ଗର୍ଜ୍ଜନ କଲେ, ରାଜ୍ୟସବୁ ବିଚଳିତ ହେଲେ; ସେ ଆପଣା ରବ ଉଚ୍ଚାରଣ କଲେ, ପୃଥିବୀ ତରଳି ଗଲା ।
ଗୀତସଂହିତା 46 : 7 (ORV)
ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ, ଯାକୁବର ପରମେଶ୍ଵର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି ।
ଗୀତସଂହିତା 46 : 8 (ORV)
ଆସ, ସଦାପ୍ରଭୁଙ୍କର କାର୍ଯ୍ୟସବୁ ଦେଖ, ସେ ପୃଥିବୀରେ କିପ୍ରକାର ଉଜାଡ଼ କରିଅଛନ୍ତି!
ଗୀତସଂହିତା 46 : 9 (ORV)
ସେ ପୃଥିବୀର ପ୍ରା; ପର୍ଯ୍ୟନ୍ତ ଯୁଦ୍ଧ ନିବୃତ୍ତ କରନ୍ତି; ସେ ଧନୁ ଭାଙ୍ଗି ପକାନ୍ତି ଓ ବର୍ଚ୍ଛା କାଟି ଖଣ୍ତ ଖଣ୍ତ କରନ୍ତି; ସେ ରଥସବୁ ଅଗ୍ନିରେ ପୋଡ଼ି ପକାନ୍ତି ।
ଗୀତସଂହିତା 46 : 10 (ORV)
କ୍ଷା; ହୁଅ, ଆମ୍ଭେ ପରମେଶ୍ଵର ଅଟୁ, ଏହା ଜାଣ; ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, ଆମ୍ଭେ ପୃଥିବୀରେ ଉନ୍ନତ ହେବୁ ।
ଗୀତସଂହିତା 46 : 11 (ORV)
ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ; ଯାକୁବର ପରମେଶ୍ଵର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି । [ସେଲା

1 2 3 4 5 6 7 8 9 10 11

BG:

Opacity:

Color:


Size:


Font: