ଗୀତସଂହିତା 51 : 1 (ORV)
ପ୍ରଧାନ ବାଦ୍ୟକାର ନିମନ୍ତେ ଦାଉଦଙ୍କର ଗୀତ । ଦାଉଦ ବଥ୍ଶେବାଠାରେ ଗମନ କଲା ଉତ୍ତାରେ ତାଙ୍କ ନିକଟକୁ ନାଥନ ଭବିଷ୍ୟଦ୍ବକ୍ତା ଆସିବା ସମୟରେ ରଚିତ । ହେ ପରମେଶ୍ଵର, ଆପଣା ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋʼ ପ୍ରତି ଦୟା କର; ତୁମ୍ଭ କୃପାର ବାହୁଲ୍ୟ ଅନୁସାରେ ମୋହର ଅଧର୍ମ ମାର୍ଜନା କର ।
ଗୀତସଂହିତା 51 : 2 (ORV)
ମୋʼ ଅପରାଧରୁ ମୋତେ ସମ୍ପୂର୍ଣ୍ଣ ପ୍ରକ୍ଷାଳନ କର ଓ ମୋʼ ପାପରୁ ମୋତେ ଶୁଚି କର ।
ଗୀତସଂହିତା 51 : 3 (ORV)
କାରଣ ମୁଁ ଆପଣା ଅଧର୍ମ ସ୍ଵୀକାର କରୁଅଛି ଓ ମୋʼ ପାପ ସର୍ବଦା ମୋʼ ସମ୍ମୁଖରେ ଅଛି ।
ଗୀତସଂହିତା 51 : 4 (ORV)
ମୁଁ ତୁମ୍ଭ ବିରୁଦ୍ଧରେ, କେବଳ ତୁମ୍ଭ ବିରୁଦ୍ଧରେ ପାପ କରିଅଛି, ଆଉ, ତୁମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ କରିଅଛି; ତେଣୁ ତୁମ୍ଭେ କଥା କହିବା ବେଳେ ଧାର୍ମିକ ଓ ବିଚାର କରିବା ବେଳେ ନିର୍ଦ୍ଦୋଷ ହେବ ।
ଗୀତସଂହିତା 51 : 5 (ORV)
ଦେଖ, ଅପରାଧରେ ମୁଁ ନିର୍ମିତ ହେଲି ଓ ପାପରେ ମୋʼ ମାତା ମୋତେ ଗର୍ଭରେ ଧାରଣ କଲା ।
ଗୀତସଂହିତା 51 : 6 (ORV)
ଦେଖ, ତୁମ୍ଭେ ଅନ୍ତରରେ ସତ୍ୟତା ଚାହୁଁଅଛ; ପୁଣି, ତୁମ୍ଭେ ଗୂଢ଼ ସ୍ଥାନରେ ମୋତେ ଜ୍ଞାନ ଶିକ୍ଷା ଦେବ ।
ଗୀତସଂହିତା 51 : 7 (ORV)
ଏସୋବ ଦେଇ ମୋତେ ନିର୍ମଳ କର, ତହିଁରେ ମୁଁ ଶୁଚି ହେବି; ମୋତେ ପ୍ରକ୍ଷାଳନ କର, ତହିଁରେ ମୁଁ ହିମଠାରୁ ଶୁକ୍ଳ ହେବି ।
ଗୀତସଂହିତା 51 : 8 (ORV)
ମୋତେ ଆହ୍ଲାଦ ଓ ଆନନ୍ଦଜନକ ବାକ୍ୟ ଶୁଣାଅ; ତହିଁରେ ତୁମ୍ଭ ଦ୍ଵାରା ଭଗ୍ନ ଅସ୍ଥିସବୁ ପ୍ରଫୁଲ୍ଲ ହେବ ।
ଗୀତସଂହିତା 51 : 9 (ORV)
ମୋʼ ପାପସମୂହ ପ୍ରତି ଆପଣା ମୁଖ ଆଚ୍ଛାଦନ କର ଓ ମୋʼ ଅପରାଧସବୁ ମାର୍ଜ୍ଜନା କର ।
ଗୀତସଂହିତା 51 : 10 (ORV)
ହେ ପରମେଶ୍ଵର, ମୋʼ ଅନ୍ତରରେ ଶୁଚି ଅନ୍ତଃକରଣ ସୃଷ୍ଟି କର ଓ ମୋʼ ମଧ୍ୟରେ ସୁସ୍ଥିର ଆତ୍ମା ନୂତନ କର ।
ଗୀତସଂହିତା 51 : 11 (ORV)
ତୁମ୍ଭ ଛାମୁରୁ ମୋତେ ଦୂର କର ନାହିଁ ଓ ତୁମ୍ଭ ପବିତ୍ର ଆତ୍ମା ମୋʼଠାରୁ ନିଅ ନାହିଁ ।
ଗୀତସଂହିତା 51 : 12 (ORV)
ତୁମ୍ଭ ପରିତ୍ରାଣର ଆନନ୍ଦ ପୁନର୍ବାର ମୋତେ ଦିଅ ଓ ସ୍ଵଚ୍ଛନ୍ଦ ଆତ୍ମା ଦେଇ ମୋତେ ଧରି ରଖ ।
ଗୀତସଂହିତା 51 : 13 (ORV)
ତହିଁରେ ମୁଁ ଅପରାଧୀମାନଙ୍କୁ ତୁମ୍ଭର ପଥ ଶିଖାଇବି ଓ ପାପୀମାନେ ତୁମ୍ଭ ପ୍ରତି ଫେରିବେ ।
ଗୀତସଂହିତା 51 : 14 (ORV)
ହେ ପରମେଶ୍ଵର, ମୋʼ ତ୍ରାଣର ପରମେଶ୍ଵର, ତୁମ୍ଭେ ମୋତେ ରକ୍ତପାତ ଦୋଷରୁ ଉଦ୍ଧାର କର; ତହିଁରେ ମୋହର ଜିହ୍ଵା ତୁମ୍ଭ ଧର୍ମ ବିଷୟ ଉଚ୍ଚସ୍ଵରରେ ଗାନ କରିବ ।
ଗୀତସଂହିତା 51 : 15 (ORV)
ହେ ପ୍ରଭୋ, ମୋʼ ଓଷ୍ଠାଧର ଫିଟାଅ, ତହିଁରେ ମୋʼ ମୁଖ ତୁମ୍ଭର ପ୍ରଶଂସା ପ୍ରକାଶ କରିବ ।
ଗୀତସଂହିତା 51 : 16 (ORV)
କାରଣ ତୁମ୍ଭେ ବଳିଦାନରେ ସନ୍ତୁଷ୍ଟ ନୁହଁ; ହେଲେ ମୁଁ ତାହା ଦିଅନ୍ତି; ହୋମବଳିରେ ତୁମ୍ଭର କିଛି ସନ୍ତୋଷ ନାହିଁ ।
ଗୀତସଂହିତା 51 : 17 (ORV)
ଭଗ୍ନ-ଆତ୍ମା ପରମେଶ୍ଵରଙ୍କର ଗ୍ରାହ୍ୟ ବଳି, ହେ ପରମେଶ୍ଵର, ତୁମ୍ଭେ ଭଗ୍ନ ଓ ଚୂର୍ଣ୍ଣ ଅନ୍ତଃକରଣ ତୁଚ୍ଛ କରିବ ନାହିଁ ।
ଗୀତସଂହିତା 51 : 18 (ORV)
ତୁମ୍ଭେ ଆପଣା ଅନୁଗ୍ରହରେ ସିୟୋନର ମଙ୍ଗଳ କର; ତୁମ୍ଭେ ଯିରୂଶାଲମର ପ୍ରାଚୀରସବୁ ନିର୍ମାଣ କର ।
ଗୀତସଂହିତା 51 : 19 (ORV)
ତେବେ ତୁମ୍ଭେ ଧର୍ମବଳି, ହୋମବଳି ଓ ପୂର୍ଣ୍ଣ ଆହୁତିରେ ସନ୍ତୁଷ୍ଟ ହେବ; ତହୁଁ ଲୋକମାନେ ତୁମ୍ଭ ବେଦି ଉପରେ ବୃଷମାନ ଉତ୍ସର୍ଗ କରିବେ ।

1 2 3 4 5 6 7 8 9 10 11 12 13 14 15 16 17 18 19