ଗୀତସଂହିତା 55 : 1 (ORV)
ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍ । ହେ ପରମେଶ୍ଵର, ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର; ମୋʼ ବିନତିରୁ ଆପଣାକୁ ଲୁଚାଅ ନାହିଁ ।
ଗୀତସଂହିତା 55 : 2 (ORV)
ମୋʼ ପ୍ରତି ମନୋଯୋଗ କରି ମୋତେ ଉତ୍ତର ଦିଅ; ଶତ୍ରୁମାନଙ୍କ ରବ ସକାଶୁ, ଦୁଷ୍ଟମାନଙ୍କ ଦୌରାତ୍ମ୍ୟ ସକାଶୁ ମୁଁ ଭାବନାରେ ଅସ୍ଥିର ହୋଇ ରୋଦନ କରୁଥାଏ;
ଗୀତସଂହିତା 55 : 3 (ORV)
କାରଣ ସେମାନେ ମୋʼ ଉପରେ ଅଧର୍ମ ଆରୋପ କରନ୍ତି ଓ କ୍ରୋଧରେ ମୋତେ ନିଗ୍ରହ କରନ୍ତି ।
ଗୀତସଂହିତା 55 : 4 (ORV)
ମୋʼ ଅନ୍ତରରେ ମୋʼ ହୃଦୟ ଅତ୍ୟ; ବ୍ୟଥିତ ହେଉଅଛି ଓ ମୋʼ ଉପରେ ମୃତ୍ୟୁର ତ୍ରାସ ପଡ଼ିଅଛି ।
ଗୀତସଂହିତା 55 : 5 (ORV)
ମୋତେ ଭୟ ଓ କମ୍ପ ଆକ୍ରମଣ କରିଅଛି, ପୁଣି ମହାତ୍ରାସ ମୋତେ ଆଚ୍ଛନ୍ନ କରିଅଛି ।
ଗୀତସଂହିତା 55 : 6 (ORV)
ଏଣୁ ମୁଁ କହିଲି, ଆଃ, ଯେବେ କପୋତ ପରି ମୋହର ପକ୍ଷ ଥାʼନ୍ତାଣ! ତେବେ ମୁଁ ଉଡ଼ିଯାଇ ବିଶ୍ରାମ ପାଆନ୍ତି ।
ଗୀତସଂହିତା 55 : 7 (ORV)
ଦେଖ, ତେବେ ମୁଁ ଦୂରରେ ଭ୍ରମଣ କରନ୍ତି, ମୁଁ ପ୍ରାନ୍ତରରେ ବାସ କରନ୍ତି । [ସେଲା
ଗୀତସଂହିତା 55 : 8 (ORV)
ମୁଁ ପ୍ରବଳ ବାୟୁ ଓ ତୋଫାନରୁ ଆଶ୍ରୟ ନେବା ପାଇଁ ପଳାୟନ କରନ୍ତି ।
ଗୀତସଂହିତା 55 : 9 (ORV)
ହେ ପ୍ରଭୋ, ବିନାଶ କର ଓ ସେମାନଙ୍କ ଜିହ୍ଵାର ଅନୈକ୍ୟ ଜନ୍ମାଅ; କାରଣ ମୁଁ ନଗର ମଧ୍ୟରେ ଦୌରାତ୍ମ୍ୟ ଓ କଳହ ଦେଖିଅଛି ।
ଗୀତସଂହିତା 55 : 10 (ORV)
ସେମାନେ ଦିବାରାତ୍ର ତହିଁର ପ୍ରାଚୀର ଦେଇ ଭ୍ରମଣ କରନ୍ତି । ମଧ୍ୟ ଅଧର୍ମ ଓ ଉତ୍ପାତ ତହିଁ ମଧ୍ୟରେ ଅଛି ।
ଗୀତସଂହିତା 55 : 11 (ORV)
ଦୁଷ୍ଟତା ତହିଁର ମଧ୍ୟବର୍ତ୍ତୀ, ଦୌରାତ୍ମ୍ୟ ଓ ଛଳନା ତହିଁର ଛକସ୍ଥାନସବୁ ଛାଡ଼େ ନାହିଁ ।
ଗୀତସଂହିତା 55 : 12 (ORV)
କାରଣ କୌଣସି ଶତ୍ରୁ ମୋତେ ତିରସ୍କାର କଲା ନାହିଁ; କଲେ ତାହା ମୁଁ ସହ୍ୟ କରି ପାରନ୍ତି; କିଅବା ମୋହର ଘୃଣାକାରୀ ମୋʼ ବିରୁଦ୍ଧରେ ଦର୍ପ କଲା ନାହିଁ, କଲେ ତାହାଠାରୁ ମୁଁ ଆପଣାକୁ ଲୁଚାନ୍ତି;
ଗୀତସଂହିତା 55 : 13 (ORV)
ମାତ୍ର ମୋʼସମାନ ମନୁଷ୍ୟ, ମୋହର ସଙ୍ଗୀ ଓ ମୋହର ଆତ୍ମୀୟ ଯେ ତୁମ୍ଭେ, ତୁମ୍ଭେ ତାହା କଲ ।
ଗୀତସଂହିତା 55 : 14 (ORV)
ଆମ୍ଭେମାନେ ଏକତ୍ର ମଧୁର ମନ୍ତ୍ରଣା କଲୁ, ଜନତା ସଙ୍ଗେ ପରମେଶ୍ଵରଙ୍କ ଗୃହରେ ଗମନାଗମନ କଲୁ ।
ଗୀତସଂହିତା 55 : 15 (ORV)
ମୃତ୍ୟୁ ସେମାନଙ୍କୁ ହଠାତ୍ ଆକ୍ରମଣ କରୁ, ସେମାନେ ପାତାଳକୁ ଜୀଅନ୍ତା ଗମନ କରନ୍ତୁ, କାରଣ ସେମାନଙ୍କ ବାସସ୍ଥାନରେ, ସେମାନଙ୍କ ମଧ୍ୟରେ ଦୁଷ୍ଟତା ଅଛି ।
ଗୀତସଂହିତା 55 : 16 (ORV)
ମାତ୍ର ମୁଁ ପରମେଶ୍ଵରଙ୍କଠାରେ ପ୍ରାର୍ଥନା କରିବି; ପୁଣି, ସଦାପ୍ରଭୁ ମୋତେ ପରିତ୍ରାଣ କରିବେ ।
ଗୀତସଂହିତା 55 : 17 (ORV)
ସନ୍ଧ୍ୟା ଓ ପ୍ରଭାତ ଓ ମଧ୍ୟାହ୍ନ କାଳରେ ମୁଁ ଭାବନା କରି ରୋଦନ କରିବି; ଆଉ, ସେ ମୋʼ ରବ ଶୁଣିବେ ।
ଗୀତସଂହିତା 55 : 18 (ORV)
ସେ ମୋʼ ପ୍ରତିକୂଳ ଯୁଦ୍ଧରୁ କୁଶଳରେ ମୋʼ ପ୍ରାଣ ମୁକ୍ତ କରିଅଛନ୍ତି; କାରଣ ମୋʼ ସଙ୍ଗେ ବିରୋଧକାରୀ ଅନେକ ଥିଲେ ।
ଗୀତସଂହିତା 55 : 19 (ORV)
ପରମେଶ୍ଵର ଶୁଣିବେ ଓ ସେମାନଙ୍କୁ ଉତ୍ତର ଦେବେ, ସେ ଚିରକାଳ ବିଦ୍ୟମାନ, [ସେଲା ସେହି ଲୋକମାନଙ୍କ କୌଣସି ପରିବର୍ତ୍ତନ ଘଟି ନାହିଁ, ପୁଣି ସେମାନେ ପରମେଶ୍ଵରଙ୍କୁ ଭୟ କରନ୍ତି ନାହିଁ ।
ଗୀତସଂହିତା 55 : 20 (ORV)
ସେ ଆପଣା ସଙ୍ଗେ ମିଳନରେ ଥିବା ଲୋକ ବିରୁଦ୍ଧରେ ହାତ ଉଠାଇଅଛି; ସେ ଆପଣା ନିୟମ ଲଙ୍ଘନ କରିଅଛି ।
ଗୀତସଂହିତା 55 : 21 (ORV)
ତାହାର ମୁଖ ଲବଣୀ ତୁଲ୍ୟ ଚିକ୍କଣ, ମାତ୍ର ତାହାର ଅନ୍ତଃକରଣ ଯୁଦ୍ଧପୂର୍ଣ୍ଣ; ତାହାର କଥାସବୁ ତୈଳଠାରୁ କୋମଳ, ତଥାପି ତାହାସବୁ ନିଷ୍କୋଷ ଖଡ଼୍‍ଗ ତୁଲ୍ୟ ।
ଗୀତସଂହିତା 55 : 22 (ORV)
ତୁମ୍ଭେ ସଦାପ୍ରଭୁଙ୍କ ଉପରେ ଆପଣା ଭାର ପକାଅ, ତହିଁରେ ସେ ତୁମ୍ଭକୁ ସମ୍ଭାଳିବେ; ସେ ଧାର୍ମିକକୁ କଦାପି ବିଚଳିତ ହେବାକୁ ଦେବେ ନାହିଁ ।
ଗୀତସଂହିତା 55 : 23 (ORV)
ମାତ୍ର ହେ ପରମେଶ୍ଵର, ତୁମ୍ଭେ ସେମାନଙ୍କୁ ସର୍ବନାଶର ଗର୍ତ୍ତକୁ ଆଣିବ; ରକ୍ତପିପାସୁ ଓ ପ୍ରବଞ୍ଚକ ଲୋକମାନେ ଆପଣା ଆପଣା ଆୟୁଷର ଅର୍ଦ୍ଧେକ ବଞ୍ଚିବେ ନାହିଁ; ମାତ୍ର ମୁଁ ତୁମ୍ଭ ଉପରେ ନିର୍ଭର କରିବି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23