ଗୀତସଂହିତା 58 : 1 (ORV)
ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ଵରରେ ଦାଉଦଙ୍କର ଗୀତ; ମିକ୍ତାମ୍ । ପ୍ରକୃତରେ କି ତୁମ୍ଭେମାନେ ନୀରବ ହୋଇ ଧର୍ମନୀତି କହୁଅଛ? ହେ ମନୁଷ୍ୟ-ସନ୍ତାନଗଣ, ତୁମ୍ଭେମାନେ କି ନ୍ୟାୟରେ ବିଚାର କରୁଅଛ?
ଗୀତସଂହିତା 58 : 2 (ORV)
ବରଞ୍ଚ ତୁମ୍ଭେମାନେ ହୃଦୟରେ ଦୁଷ୍ଟତା ସାଧନ କରୁଅଛ; ତୁମ୍ଭେମାନେ ଦେଶରେ ସ୍ଵହସ୍ତର ଦୌରାତ୍ମ୍ୟ ତୌଲୁଅଛ ।
ଗୀତସଂହିତା 58 : 3 (ORV)
ଦୁଷ୍ଟମାନେ ଗର୍ଭରୁ ବିପଥଗାମୀ; ସେମାନେ ଜନ୍ମଠାରୁ ମିଥ୍ୟା କହି କହି ବିପଥରେ ଗମନ କରନ୍ତି ।
ଗୀତସଂହିତା 58 : 4 (ORV)
ସେମାନଙ୍କର ବିଷ ସର୍ପର ବିଷ ତୁଲ୍ୟ; ସେମାନେ କର୍ଣ୍ଣରୋଧକାରିଣୀ ବଧିରା କାଳସର୍ପିଣୀ ତୁଲ୍ୟ;
ଗୀତସଂହିତା 58 : 5 (ORV)
ସାପୁଡ଼ିଆମାନେ ଯେଡ଼େ ନିପୁଣ ଭାବରେ ମନ୍ତ୍ର ପଢ଼ିଲେ ହେଁ, ସେ ସେମାନଙ୍କ ସ୍ଵର ଶୁଣେ ନାହିଁ ।
ଗୀତସଂହିତା 58 : 6 (ORV)
ହେ ପରମେଶ୍ଵର, ସେମାନଙ୍କ ମୁଖରେ ସେମାନଙ୍କ ଦ; ଭାଙ୍ଗି ପକାଅ; ହେ ସଦାପ୍ରଭୋ, ଯୁବା-ସିଂହମାନଙ୍କର କଳଦ; ଭାଙ୍ଗି ପକାଅ ।
ଗୀତସଂହିତା 58 : 7 (ORV)
ସେମାନେ ବହନ୍ତା ଜଳ ପରି ତରଳି ଯାଉନ୍ତୁ; ସେ ଆପଣା ତୀର ଲକ୍ଷ୍ୟ କରିବା ବେଳେ ତାହାସବୁ ଛିନ୍ନ ତୀର ତୁଲ୍ୟ ହେଉ ।
ଗୀତସଂହିତା 58 : 8 (ORV)
ଯେଉଁ ଶାମୁକା ଯାଉ ଯାଉ ତରଳିଯାଏ ଓ ସ୍ତ୍ରୀର ଯେଉଁ ଅକାଳଜାତ ସନ୍ତାନ ସୂର୍ଯ୍ୟ ଦେଖି ନାହିଁ, ତାହାରି ପରି ସେମାନେ ହେଉନ୍ତୁ ।
ଗୀତସଂହିତା 58 : 9 (ORV)
ତୁମ୍ଭମାନଙ୍କ ହାଣ୍ତି କଣ୍ଟକ ସ୍ପର୍ଶ ନ କରୁଣୁ ସେ କଞ୍ଚା ଓ ପୋଡ଼ା ସମସ୍ତ ଘୂର୍ଣ୍ଣିବାୟୁରେ ଉଡ଼ାଇ ନେବେ ।
ଗୀତସଂହିତା 58 : 10 (ORV)
ଧାର୍ମିକ ଲୋକ ପ୍ରତିଫଳ ଦେଖି ଆନନ୍ଦ କରିବ; ସେ ଦୁଷ୍ଟମାନଙ୍କ ରକ୍ତରେ ଆପଣା ପାଦ ଧୋଇବ ।
ଗୀତସଂହିତା 58 : 11 (ORV)
ତହିଁରେ ଲୋକମାନେ କହିବେ, ନିଶ୍ଚୟ ଧାର୍ମିକ ଲୋକ ପାଇଁ ପୁରସ୍କାର ଅଛି; ନିଶ୍ଚୟ ପୃଥିବୀରେ ବିଚାରକର୍ତ୍ତା ଏକ ପରମେଶ୍ଵର ଅଛନ୍ତି ।

1 2 3 4 5 6 7 8 9 10 11

BG:

Opacity:

Color:


Size:


Font: