ଗୀତସଂହିତା 6 : 1 (ORV)
ପ୍ରଧାନ ବାଦ୍ୟକର ନିମନ୍ତେ, ତାରଯୁକ୍ତ ଯନ୍ତ୍ରରେ ଶିମିନୀତ୍ ସ୍ଵରରେ ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ତୁମ୍ଭ କ୍ରୋଧରେ ମୋତେ ଅନୁଯୋଗ କର ନାହିଁ, କିଅବା ତୁମ୍ଭ ପ୍ରଚଣ୍ତ ବିରକ୍ତିରେ ମୋତେ ଶାସନ କର ନାହିଁ ।
ଗୀତସଂହିତା 6 : 2 (ORV)
ହେ ସଦାପ୍ରଭୋ, ମୋତେ ଦୟା କର; କାରଣ ମୁଁ ଶୁଷ୍କ ହୋଇ ଯାଇଅଛି; ହେ ସଦାପ୍ରଭୋ, ମୋତେ ସୁସ୍ଥ କର; କାରଣ ମୋର ଅସ୍ଥିସବୁ ବ୍ୟାକୁଳ ହେଉଅଛି ।
ଗୀତସଂହିତା 6 : 3 (ORV)
ମୋହର ପ୍ରାଣ ମଧ୍ୟ ଅତ୍ୟ; ବ୍ୟାକୁଳ ହେଉଅଛି; ପୁଣି ତୁମ୍ଭେ, ହେ ସଦାପ୍ରଭୋ, ଆଉ କେତେ କାଳ?
ଗୀତସଂହିତା 6 : 4 (ORV)
ହେ ସଦାପ୍ରଭୋ, ଫେର, ମୋʼ ପ୍ରାଣକୁ ଉଦ୍ଧାର କର; ଆପଣା ସ୍ନେହପୂର୍ଣ୍ଣ କରୁଣା ସକାଶୁ ମୋତେ ପରିତ୍ରାଣ କର ।
ଗୀତସଂହିତା 6 : 5 (ORV)
କାରଣ ମରଣାବସ୍ଥାରେ ତୁମ୍ଭ ବିଷୟକ କୌଣସି ସ୍ମରଣ ନ ଥାଏ; ପାତାଳରେ କିଏ ତୁମ୍ଭକୁ ଧନ୍ୟବାଦ ଦେବ?
ଗୀତସଂହିତା 6 : 6 (ORV)
ମୁଁ ଆପଣା କାତରୋକ୍ତିରେ କ୍ଳା; ହୋଇଅଛି; ପ୍ରତି ରାତ୍ରି ମୁଁ ଆପଣା ଶଯ୍ୟା ଭସାଏ, ମୁଁ ଲୋତକରେ ଆପଣା ବିଛଣା ତିନ୍ତାଏ ।
ଗୀତସଂହିତା 6 : 7 (ORV)
ଦୁଃଖ ସକାଶୁ ମୋର ଚକ୍ଷୁ କ୍ଷୀଣ ହୋଇଯାଏ; ମୋହର ସକଳ ବିପକ୍ଷଙ୍କ ସକାଶୁ ତାହା ଜୀର୍ଣ୍ଣ ହୋଇଯାଏ ।
ଗୀତସଂହିତା 6 : 8 (ORV)
ହେ ଅଧର୍ମାଚାରୀ ସମସ୍ତେ, ମୋହର ନିକଟରୁ ଦୂର ହୁଅ; କାରଣ ସଦାପ୍ରଭୁ ମୋʼ ରୋଦନର ରବ ଶୁଣିଅଛନ୍ତି ।
ଗୀତସଂହିତା 6 : 9 (ORV)
ସଦାପ୍ରଭୁ ମୋହର ନିବେଦନ ଶୁଣିଅଛନ୍ତି; ସଦାପ୍ରଭୁ ମୋହର ପ୍ରାର୍ଥନା ଗ୍ରହଣ କରିବେ ।
ଗୀତସଂହିତା 6 : 10 (ORV)
ମୋହର ଶତ୍ରୁ ସମସ୍ତେ ଲଜ୍ଜିତ ଓ ଅତ୍ୟ; ବ୍ୟାକୁଳ ହେବେ; ସେମାନେ ଫେରିଯିବେ, ସେମାନେ ହଠାତ୍ ଲଜ୍ଜିତ ହେବେ ।

1 2 3 4 5 6 7 8 9 10

BG:

Opacity:

Color:


Size:


Font: