ଗୀତସଂହିତା 60 : 1 (ORV)
ପ୍ରଧାନ ବାଦ୍ୟକର ନିମନ୍ତେ ଶୂଷନ୍-ଏଦୁତ୍ ସ୍ଵରରେ ଶିକ୍ଷାର୍ଥକ ଦାଉଦଙ୍କର ମିକ୍ତାମ୍; ଅରାମନହରୟିମ ଓ ଅରାମ-ସୋବା ସଙ୍ଗରେ ଯୁଦ୍ଧ କରିବା ବେଳେ ଓ ଯୋୟାବ ଫେରି ଲବଣ-ଉପତ୍ୟକାରେ ଇଦୋମୀୟ ବାର ହଜାର ଲୋକଙ୍କୁ ବଧ କରିବା ସମୟରେ ରଚିତ । ହେ ପରମେଶ୍ଵର, ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ, ତୁମ୍ଭେ ଆମ୍ଭମାନଙ୍କୁ ଭାଙ୍ଗି ପକାଇଅଛ; ତୁମ୍ଭେ କ୍ରୁଦ୍ଧ ହୋଇଅଛ; ଆମ୍ଭମାନଙ୍କୁ ପୁନଃସ୍ଥାପନ କର ।
ଗୀତସଂହିତା 60 : 2 (ORV)
ତୁମ୍ଭେ ଦେଶକୁ କମ୍ପିତ କରିଅଛ; ତୁମ୍ଭେ ତାହାକୁ ବିଦୀର୍ଣ୍ଣ କରିଅଛ; ତହିଁର ଭଗ୍ନସ୍ଥାନର ପ୍ରତିକାର କର; କାରଣ ତାହା ଟଳ ଟଳ ହେଉଅଛି ।
ଗୀତସଂହିତା 60 : 3 (ORV)
ତୁମ୍ଭେ ଆପଣା ଲୋକମାନଙ୍କୁ କଠିନ ବିଷୟ ଦେଖାଇଅଛ; ତୁମ୍ଭେ ଆମ୍ଭମାନଙ୍କୁ ଟଳମଳକାରିଣୀ ମଦିରା ପାନ କରାଇଅଛ ।
ଗୀତସଂହିତା 60 : 4 (ORV)
ସତ୍ୟତା ପକ୍ଷରେ ପ୍ରକାଶ କରିବା ନିମନ୍ତେ ତୁମ୍ଭେ ଆପଣା ଭୟକାରୀମାନଙ୍କୁ ଏକ ପତାକା ଦେଇଅଛ । [ସେଲା
ଗୀତସଂହିତା 60 : 5 (ORV)
ଯେପରି ତୁମ୍ଭ ପ୍ରିୟତମ ଉଦ୍ଧାର ପାଇବ, ଏଥିପାଇଁ ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କର ଓ ଆମ୍ଭମାନଙ୍କୁ ଉତ୍ତର ଦିଅ ।
ଗୀତସଂହିତା 60 : 6 (ORV)
ପରମେଶ୍ଵର ଆପଣା ପବିତ୍ରତାରେ କହିଅଛନ୍ତି; ଆମ୍ଭେ ଉଲ୍ଲାସ କରିବା; ଗୀତ. ୮୯:୩୫ ଆମ୍ଭେ ଶିଖିମକୁ ବିଭାଗ କରିବା ଓ ସୁକ୍କୋତ ଉପତ୍ୟକାକୁ ମାପିବା ।
ଗୀତସଂହିତା 60 : 7 (ORV)
ଗିଲୀୟଦ ଆମ୍ଭର ଓ ମନଃଶି ଆମ୍ଭର; ମଧ୍ୟ ଇଫ୍ରୟିମ ଆମ୍ଭ ମସ୍ତକର ଆଶ୍ରୟ; ଯିହୁଦା ଆମ୍ଭର ରାଜଦଣ୍ତ ।
ଗୀତସଂହିତା 60 : 8 (ORV)
ମୋୟାବ ଆମ୍ଭର ପ୍ରକ୍ଷାଳନ-ପାତ୍ର; ଆମ୍ଭେ ଇଦୋମ ଉପରେ ଆପଣା ପାଦୁକା ପକାଇବା; ହେ ପଲେଷ୍ଟୀୟା, ତୁମ୍ଭେ ଆମ୍ଭ ସକାଶୁ ଉଚ୍ଚ ଧ୍ଵନି କର ।
ଗୀତସଂହିତା 60 : 9 (ORV)
କିଏ ମୋତେ ଦୃଢ଼ ନଗରକୁ ଆଣିବ? କିଏ ମୋତେ ଇଦୋମ ପର୍ଯ୍ୟନ୍ତ କଢ଼ାଇ ଆଣିଅଛି?
ଗୀତସଂହିତା 60 : 10 (ORV)
ହେ ପରମେଶ୍ଵର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ?
ଗୀତସଂହିତା 60 : 11 (ORV)
ବିପକ୍ଷ ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର; କାରଣ ମନୁଷ୍ୟର ସାହାଯ୍ୟ ବୃଥା ।
ଗୀତସଂହିତା 60 : 12 (ORV)
ପରମେଶ୍ଵରଙ୍କ ଦ୍ଵାରା ଆମ୍ଭେମାନେ ବୀରର କର୍ମ କରିବା; ଯେହେତୁ ସେ ଆମ୍ଭମାନଙ୍କ ବିପକ୍ଷଗଣକୁ ଦଳି ପକାଇବେ ।

1 2 3 4 5 6 7 8 9 10 11 12