ଗୀତସଂହିତା 61 : 1 (ORV)
ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ଗୀତ । ହେ ପରମେଶ୍ଵର, ମୋହର କାକୂକ୍ତି ଶୁଣ; ମୋʼ ପ୍ରାର୍ଥନାରେ ମନୋଯୋଗ କର ।
ଗୀତସଂହିତା 61 : 2 (ORV)
ମୋʼ ମନ ଉଦ୍ବିଗ୍ନ ହେବା ବେଳେ ମୁଁ ପୃଥିବୀର ପ୍ରାନ୍ତରୁ ତୁମ୍ଭକୁ ଡାକିବି; ମୋʼଠାରୁ ଉଚ୍ଚତର ଶୈଳକୁ ମୋତେ ନେଇଯାଅ ।
ଗୀତସଂହିତା 61 : 3 (ORV)
କାରଣ ତୁମ୍ଭେ ମୋʼ ନିମନ୍ତେ ଆଶ୍ରୟ ଓ ଶତ୍ରୁଠାରୁ ଦୃଢ଼ ଦୁର୍ଗ ସ୍ଵରୂପ ହୋଇଅଛ ।
ଗୀତସଂହିତା 61 : 4 (ORV)
ମୁଁ ସଦାକାଳ ତୁମ୍ଭ ତମ୍ଵୁରେ ବାସ କରିବି; ମୁଁ ତୁମ୍ଭ ପକ୍ଷର ଉହାଡ଼ରେ ଆଶ୍ରୟ ନେବି ।
ଗୀତସଂହିତା 61 : 5 (ORV)
କାରଣ ହେ ପରମେଶ୍ଵର, ତୁମ୍ଭେ ମୋହର ମାନତସବୁ ଶୁଣିଅଛ; ତୁମ୍ଭେ ଆପଣା ନାମର ଭୟକାରୀମାନଙ୍କ ଅଧିକାର ଆମ୍ଭକୁ ଦେଇଅଛ ।
ଗୀତସଂହିତା 61 : 6 (ORV)
ତୁମ୍ଭେ ରାଜାଙ୍କ ଆୟୁ ବୃଦ୍ଧି କରିବ; ତାଙ୍କ ବର୍ଷ ଅନେକ ପୁରୁଷାନୁକ୍ରମ ତୁଲ୍ୟ ହେବ ।
ଗୀତସଂହିତା 61 : 7 (ORV)
ସେ ସଦାକାଳ ପରମେଶ୍ଵରଙ୍କ ସମ୍ମୁଖରେ ବାସ କରିବେ; ତାଙ୍କ ରକ୍ଷା ନିମନ୍ତେ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ପ୍ରସ୍ତୁତ କର ।
ଗୀତସଂହିତା 61 : 8 (ORV)
ତହୁଁ ମୁଁ ସଦାକାଳ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି ଓ ଦିନକୁ ଦିନ ଆପଣା ମାନତ ପୂର୍ଣ୍ଣ କରିବି ।

1 2 3 4 5 6 7 8

BG:

Opacity:

Color:


Size:


Font: