ଗୀତସଂହିତା 63 : 1 (ORV)
ଦାଉଦଙ୍କର ଗୀତ, ସେ ଯିହୁଦା-ପ୍ରାନ୍ତରରେ ଥିବା ବେଳେ ରଚିତ । ହେ ପରମେଶ୍ଵର, ତୁମ୍ଭେ ମୋହର ପରମେଶ୍ଵର; ଯନିରେ ମୁଁ ତୁମ୍ଭର ଅନ୍ଵେଷଣ କରିବି; ଜଳଶୂନ୍ୟ ଶୁଷ୍କ ଓ ଶ୍ରାନ୍ତିକର ଦେଶରେ ମୋʼ ପ୍ରାଣ ତୁମ୍ଭ ନିମନ୍ତେ ତୃଷିତ ହୁଏ ଓ ମୋʼ ଶରୀର ତୁମ୍ଭ ପାଇଁ ଲାଳସା କରେ ।
ଗୀତସଂହିତା 63 : 2 (ORV)
ତେଣୁ ତୁମ୍ଭ ପରାକ୍ରମ ଓ ଗୌରବ ଦେଖିବା ପାଇଁ ମୁଁ ପବିତ୍ର ସ୍ଥାନରେ ତୁମ୍ଭ ପ୍ରତି ଚାହିଁ ରହିଅଛି ।
ଗୀତସଂହିତା 63 : 3 (ORV)
କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ; ମୋହର ଓଷ୍ଠାଧର ତୁମ୍ଭର ପ୍ରଶଂସା କରିବ ।
ଗୀତସଂହିତା 63 : 4 (ORV)
ଏହିରୂପେ ମୁଁ ଯାବଜ୍ଜୀବନ ତୁମ୍ଭର ଧନ୍ୟବାଦ କରିବି; ମୁଁ ତୁମ୍ଭ ନାମରେ ଆପଣା ହସ୍ତ ଉଠାଇବି;
ଗୀତସଂହିତା 63 : 5 (ORV)
ଯେପରି ମେଦ ଓ ମଜ୍ଜାରେ, ସେପରି ମୋହର ପ୍ରାଣ ପରିତୃପ୍ତ ହେବ ଓ ମୋʼ ମୁଖ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବ ।
ଗୀତସଂହିତା 63 : 6 (ORV)
ମୁଁ ଶଯ୍ୟା ଉପରେ ତୁମ୍ଭଙ୍କୁ ସ୍ମରଣ କରିବା ବେଳେ ରାତ୍ରିର ପ୍ରହରକୁ ପ୍ରହର ତୁମ୍ଭ ବିଷୟ ଧ୍ୟାନ କରେ ।
ଗୀତସଂହିତା 63 : 7 (ORV)
କାରଣ ତୁମ୍ଭେ ମୋହର ସହାୟ ହୋଇଅଛ, ଆଉ ତୁମ୍ଭ ପକ୍ଷର ଛାୟାରେ ମୁଁ ଉଲ୍ଲାସ କରିବି ।
ଗୀତସଂହିତା 63 : 8 (ORV)
ମୋହର ପ୍ରାଣ ତୁମ୍ଭ ପଛେ ପଛେ ଲାଗିଥାଏ; ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖେ ।
ଗୀତସଂହିତା 63 : 9 (ORV)
ମାତ୍ର ଯେଉଁମାନେ ମୋʼ ପ୍ରାଣନାଶର ଚେଷ୍ଟା କରନ୍ତି, ସେମାନେ ପୃଥିବୀର ଅଧଃସ୍ଥାନକୁ ଯିବେ ।
ଗୀତସଂହିତା 63 : 10 (ORV)
ସେମାନେ ଖଡ଼୍‍ଗର ପରାକ୍ରମରେ ସମର୍ପିତ ହେବେ; ସେମାନେ ଶୃଗାଳର ଖାଦ୍ୟ ହେବେ ।
ଗୀତସଂହିତା 63 : 11 (ORV)
ମାତ୍ର ରାଜା ପରମେଶ୍ଵରଙ୍କଠାରେ ଆନନ୍ଦ କରିବେ; ତାହାଙ୍କ ନାମରେ ଶପଥକାରୀ ପ୍ରତ୍ୟେକ ଲୋକ ଦର୍ପ କରିବେ; କାରଣ ମିଥ୍ୟାବାଦୀମାନଙ୍କ ମୁଖ ରୁଦ୍ଧ ହେବ ।

1 2 3 4 5 6 7 8 9 10 11

BG:

Opacity:

Color:


Size:


Font: