ଗୀତସଂହିତା 65 : 1 (ORV)
ପ୍ରଧାନ ବାଦ୍ୟକର ନିମନ୍ତେ ଗୀତ, ଦାଉଦଙ୍କର ଗୀତ । ହେ ପରମେଶ୍ଵର, ସିୟୋନରେ ପ୍ରଶଂସା ତୁମ୍ଭର ଅପେକ୍ଷା କରେ ଓ ତୁମ୍ଭ ଉଦ୍ଦେଶ୍ୟରେ ମାନତ ପୂର୍ଣ୍ଣ କରାଯିବ ।
ଗୀତସଂହିତା 65 : 2 (ORV)
ଆହେ, ପ୍ରାର୍ଥନା ଶ୍ରବଣକାରୀ ଯେ ତୁମ୍ଭେ, ତୁମ୍ଭ ନିକଟକୁ ସକଳ ପ୍ରାଣୀ ଆସିବେ ।
ଗୀତସଂହିତା 65 : 3 (ORV)
ଅପରାଧ ମୋʼ ଉପରେ ପ୍ରବଳ ହୁଏ; ତୁମ୍ଭେ ଆମ୍ଭମାନଙ୍କ ଅଧର୍ମ ମାର୍ଜନା କରିବ ।
ଗୀତସଂହିତା 65 : 4 (ORV)
ତୁମ୍ଭେ ଯାହାକୁ ତୁମ୍ଭ ପ୍ରାଙ୍ଗଣରେ ବାସ କରିବା ପାଇଁ ମନୋନୀତ କର ଓ ଆପଣା ନିକଟକୁ ଆସିବାକୁ ଦିଅ, ସେ ଲୋକ ଧନ୍ୟ; ଆମ୍ଭେମାନେ ତୁମ୍ଭ ଗୃହର, ଅର୍ଥାତ୍, ତୁମ୍ଭ ମନ୍ଦିରର ପବିତ୍ର ସ୍ଥାନର ଉତ୍ତମ ଦ୍ରବ୍ୟରେ ପରିତୃପ୍ତ ହେବା ।
ଗୀତସଂହିତା 65 : 5 (ORV)
ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ଵର, ତୁମ୍ଭେ ଭୟାନକ କ୍ରିୟା ଦ୍ଵାରା ଧର୍ମରେ ଆମ୍ଭମାନଙ୍କୁ ଉତ୍ତର ଦେବ; ତୁମ୍ଭେ ପୃଥିବୀର ପ୍ରାନ୍ତନିବାସୀ ଓ ଦୂରବର୍ତ୍ତୀ ସମୁଦ୍ରବାସୀ ସମସ୍ତଙ୍କର ବିଶ୍ଵାସଭୂମି ଅଟ ।
ଗୀତସଂହିତା 65 : 6 (ORV)
ତୁମ୍ଭେ ପରାକ୍ରମରେ କଟି ବାନ୍ଧି ସ୍ଵଶକ୍ତିରେ ପର୍ବତଗଣକୁ ଦୃଢ଼ ରୂପେ ସ୍ଥାପନ କରିଥାଅ;
ଗୀତସଂହିତା 65 : 7 (ORV)
ତୁମ୍ଭେ ସମୁଦ୍ରସମୂହର ଗର୍ଜ୍ଜନ, ତହିଁର ତରଙ୍ଗମାଳାର ଗର୍ଜ୍ଜନ ଓ ଗୋଷ୍ଠୀୟମାନଙ୍କର କଳହ ଶା; କରିଥାଅ ।
ଗୀତସଂହିତା 65 : 8 (ORV)
ଆହୁରି, ପ୍ରାନ୍ତଭାଗ-ନିବାସୀଗଣ ତୁମ୍ଭ ଚିହ୍ନ ଦେଖି ଭୀତ ହୁଅନ୍ତି; ତୁମ୍ଭେ ପ୍ରାତଃକାଳ ଓ ସନ୍ଧ୍ୟାକାଳର ଉଦ୍ଗମକୁ ଆନନ୍ଦମୟ କରିଥାଅ ।
ଗୀତସଂହିତା 65 : 9 (ORV)
ତୁମ୍ଭେ ପୃଥିବୀର ତତ୍ତ୍ଵାବଧାନ କରି ତହିଁରେ ଜଳ ସେଚନ କରିଥାଅ, ତୁମ୍ଭେ ତାହାକୁ ଅତିଶୟ ଧନାଢ଼୍ୟ କରିଥାଅ; ପରମେଶ୍ଵରଙ୍କ ନଦୀ ଜଳରେ ପରିପୂର୍ଣ୍ଣ; ତୁମ୍ଭେ ପୃଥିବୀକି ପ୍ରସ୍ତୁତ କଲା ଉତ୍ତାରେ ସେମାନଙ୍କୁ ଶସ୍ୟ ଯୋଗାଇ ଦେଇଥାଅ ।
ଗୀତସଂହିତା 65 : 10 (ORV)
ତୁମ୍ଭେ ବହୁଳ ରୂପେ ତାହାର ଶିଆରରେ ଜଳ ସେଚନ କରିଥାଅ; ତୁମ୍ଭେ ତହିଁର ହିଡ଼ସବୁ ସ୍ଥିର କରିଥାଅ; ତୁମ୍ଭେ ବୃଷ୍ଟିରେ ତାହାକୁ କୋମଳ କରିଥାଅ; ତୁମ୍ଭେ ତହିଁର ଅଙ୍କୁରକୁ ଆଶୀର୍ବାଦ କରିଥାଅ;
ଗୀତସଂହିତା 65 : 11 (ORV)
ତୁମ୍ଭେ ଆପଣା ମଙ୍ଗଳ ଭାବରେ ବର୍ଷକୁ ମୁକୁଟ ପିନ୍ଧାଇଥାଅ ଓ ତୁମ୍ଭ ପଥସବୁ ପୁଷ୍ଟତା କ୍ଷରଣ କରେ ।
ଗୀତସଂହିତା 65 : 12 (ORV)
ତାହା ପ୍ରାନ୍ତରସ୍ଥ ଚରାସ୍ଥାନ ଉପରେ କ୍ଷରେ ଓ ଗିରିଗଣ ଆନନ୍ଦରୂପ କଟିବନ୍ଧନ ପାଆନ୍ତି ।
ଗୀତସଂହିତା 65 : 13 (ORV)
ଚରାସ୍ଥାନସବୁ ମେଷପଲରେ ଭୂଷିତ ହୁଅନ୍ତି; ମଧ୍ୟ ଉପତ୍ୟକାସକଳ ଶସ୍ୟରେ ଆଚ୍ଛନ୍ନ ହୁଅନ୍ତି; ସେମାନେ ଜୟଧ୍ଵନି କରନ୍ତି, ମଧ୍ୟ ସେମାନେ ଗାନ କରନ୍ତି ।

1 2 3 4 5 6 7 8 9 10 11 12 13