ଗୀତସଂହିତା 66 : 1 (ORV)
ପ୍ରଧାନ ବାଦ୍ୟକର ନିମନ୍ତେ ଗାନାର୍ଥକ ଗୀତ । ହେ ସମୁଦାୟ ପୃଥିବୀ, ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ଵନି କର ।
ଗୀତସଂହିତା 66 : 2 (ORV)
ତାହାଙ୍କ ନାମର ମହିମା କୀର୍ତ୍ତନ କର; ତାହାଙ୍କ ପ୍ରଶଂସାକୁ ଗୌରବାନ୍ଵିତ କର ।
ଗୀତସଂହିତା 66 : 3 (ORV)
ପରମେଶ୍ଵରଙ୍କୁ କୁହ, ତୁମ୍ଭ କର୍ମସକଳ କିପରି ଭୟଙ୍କରଣ! ତୁମ୍ଭ ପରାକ୍ରମର ମହତ୍ତ୍ଵ ଦ୍ଵାରା ତୁମ୍ଭ ଶତ୍ରୁଗଣ ଆପେ ତୁମ୍ଭର ବଶୀଭୂତ ହେବେ ।
ଗୀତସଂହିତା 66 : 4 (ORV)
ସମୁଦାୟ ପୃଥିବୀ ତୁମ୍ଭଙ୍କୁ ପ୍ରଣାମ କରିବେ ଓ ତୁମ୍ଭ ଉଦ୍ଦେଶ୍ୟରେ ଗାନ କରିବେ; ସେମାନେ ତୁମ୍ଭ ନାମ କୀର୍ତ୍ତନ କରିବେ । [ସେଲା
ଗୀତସଂହିତା 66 : 5 (ORV)
ଆସ ଓ ପରମେଶ୍ଵରଙ୍କ କ୍ରିୟାସକଳ ଦେଖ; ମନୁଷ୍ୟ-ସନ୍ତାନଗଣ ପ୍ରତି ଆପଣା କ୍ରିୟାରେ ସେ ଭୟଙ୍କର ଅଟନ୍ତି ।
ଗୀତସଂହିତା 66 : 6 (ORV)
ସେ ସମୁଦ୍ରକୁ ଶୁଷ୍କଭୂମି କଲେ; ଲୋକମାନେ ନଦୀ ମଧ୍ୟ ଦେଇ ପାଦରେ ଗମନ କଲେ; ସେସ୍ଥାନରେ ଆମ୍ଭେମାନେ ତାହାଙ୍କଠାରେ ଆନନ୍ଦ କଲୁ ।
ଗୀତସଂହିତା 66 : 7 (ORV)
ସେ ଆପଣା ପରାକ୍ରମରେ ଅନନ୍ତକାଳ କର୍ତ୍ତୃତ୍ଵ କରନ୍ତି; ତାହାଙ୍କ ଚକ୍ଷୁ ଗୋଷ୍ଠୀସମୂହକୁ ନିରୀକ୍ଷଣ କରେ; ବିଦ୍ରୋହୀମାନେ ଆପଣାମାନଙ୍କୁ ଉନ୍ନତ ନ କରନ୍ତୁ । [ସେଲା
ଗୀତସଂହିତା 66 : 8 (ORV)
ହେ ଜନବୃନ୍ଦ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ଵରଙ୍କର ଧନ୍ୟବାଦ କର ଓ ତାହାଙ୍କ ପ୍ରଶଂସାଧ୍ଵନି ଶୁଣାଅ;
ଗୀତସଂହିତା 66 : 9 (ORV)
ସେ ଆମ୍ଭମାନଙ୍କ ପ୍ରାଣକୁ ଜୀବଦ୍ଦଶାରେ ରଖନ୍ତି ଓ ଆମ୍ଭମାନଙ୍କ ଚରଣକୁ ବିଚଳିତ ହେବାକୁ ଦିଅନ୍ତି ନାହିଁ ।
ଗୀତସଂହିତା 66 : 10 (ORV)
କାରଣ ହେ ପରମେଶ୍ଵର, ତୁମ୍ଭେ ଆମ୍ଭମାନଙ୍କୁ ପରୀକ୍ଷା କରିଅଛ; ରୂପା ପରଖିଲା ପରି ତୁମ୍ଭେ ଆମ୍ଭମାନଙ୍କୁ ପରଖିଅଛ ।
ଗୀତସଂହିତା 66 : 11 (ORV)
ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ, ତୁମ୍ଭେ ଆମ୍ଭମାନଙ୍କ କଟିଦେଶରେ ଭାରୀ ବୋଝ ଥୋଇଅଛ ।
ଗୀତସଂହିତା 66 : 12 (ORV)
ତୁମ୍ଭେ ଆମ୍ଭମାନଙ୍କ ମସ୍ତକ ଉପରେ ଲୋକମାନଙ୍କୁ ଚଢ଼ିବାକୁ ଦେଇଅଛ; ଆମ୍ଭେମାନେ ଅଗ୍ନି ଓ ଜଳ ମଧ୍ୟଦେଇ ଗମନ କଲୁ; ମାତ୍ର ତୁମ୍ଭେ ଆମ୍ଭମାନଙ୍କୁ ଧନାଢ଼୍ୟ ସ୍ଥାନକୁ ଆଣିଅଛ ।
ଗୀତସଂହିତା 66 : 13 (ORV)
ମୁଁ ହୋମବଳି ନେଇ ତୁମ୍ଭ ଗୃହକୁ ଆସିବି, ମୁଁ ସଙ୍କଟରେ ଥିଲା ବେଳେ
ଗୀତସଂହିତା 66 : 14 (ORV)
ମୋʼ ଓଷ୍ଠାଧର ଯାହା ଉଚ୍ଚାରଣ କରିଅଛି ଓ ମୋʼ ମୁଖ ଯାହା କହିଅଛି, ମୋହର ସେହିସବୁ ମାନତ ତୁମ୍ଭ ଉଦ୍ଦେଶ୍ୟରେ ପୂର୍ଣ୍ଣ କରିବି ।
ଗୀତସଂହିତା 66 : 15 (ORV)
ମୁଁ ତୁମ୍ଭ ଉଦ୍ଦେଶ୍ୟରେ ମେଷରୂପ ଧୂପ ସହିତ ହୃଷ୍ଟପୁଷ୍ଟ ହୋମବଳି ଉତ୍ସର୍ଗ କରିବି; ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି । [ସେଲା
ଗୀତସଂହିତା 66 : 16 (ORV)
ହେ ପରମେଶ୍ଵରଙ୍କ ଭୟକାରୀ ସମସ୍ତେ, ଆସ ଶୁଣ, ଆଉ ସେ ଆମ୍ଭ ପ୍ରାଣ ପାଇଁ ଯାହା କରିଅଛନ୍ତି, ତାହା ମୁଁ ବର୍ଣ୍ଣନା କରିବି ।
ଗୀତସଂହିତା 66 : 17 (ORV)
ମୁଁ ଆପଣା ମୁଖରେ ତାହାଙ୍କୁ ଡାକିଲି ଓ ମୋʼ ଜିହ୍ଵା ଦ୍ଵାରା ସେ ପ୍ରତିଷ୍ଠିତ ହେଲେ ।
ଗୀତସଂହିତା 66 : 18 (ORV)
ଯେବେ ମୁଁ ମନ ମଧ୍ୟରେ ଅଧର୍ମକୁ ଆଦର କରେ, ତେବେ ପ୍ରଭୁ ମୋʼ କଥା ଶୁଣିବେ ନାହିଁ;
ଗୀତସଂହିତା 66 : 19 (ORV)
ମାତ୍ର ନିଶ୍ଚୟ ପରମେଶ୍ଵର ମୋʼ କଥା ଶୁଣିଅଛନ୍ତି, ସେ ମୋʼ ପ୍ରାର୍ଥନାର ରବରେ ମନୋଯୋଗ କରିଅଛନ୍ତି ।
ଗୀତସଂହିତା 66 : 20 (ORV)
ପରମେଶ୍ଵର ଧନ୍ୟ ହେଉନ୍ତୁ, ସେ ମୋହର ପ୍ରାର୍ଥନା କିଅବା ମୋʼଠାରୁ ଆପଣା ଦୟା ଦୂର କରି ନାହାନ୍ତି ।

1 2 3 4 5 6 7 8 9 10 11 12 13 14 15 16 17 18 19 20

BG:

Opacity:

Color:


Size:


Font: