ଗୀତସଂହିତା 67 : 1 (ORV)
ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଗାନାର୍ଥକ ଗୀତ । ପରମେଶ୍ଵର ଆମ୍ଭମାନଙ୍କୁ ଦୟା କରନ୍ତୁ ଓ ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଓ ଆମ୍ଭମାନଙ୍କ ପ୍ରତି ଆପଣା ମୁଖ ପ୍ରସନ୍ନ କରନ୍ତୁ । [ସେଲା
ଗୀତସଂହିତା 67 : 2 (ORV)
ତହିଁରେ ପୃଥିବୀରେ ତୁମ୍ଭର ପଥ ଓ ସମୁଦାୟ ଗୋଷ୍ଠୀ ମଧ୍ୟରେ ତୁମ୍ଭର ପରିତ୍ରାଣ ଜଣାଯିବ ।
ଗୀତସଂହିତା 67 : 3 (ORV)
ହେ ପରମେଶ୍ଵର, ଗୋଷ୍ଠୀୟଗଣ ତୁମ୍ଭର ପ୍ରଶଂସା କରନ୍ତୁ; ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ ।
ଗୀତସଂହିତା 67 : 4 (ORV)
ଦେଶୀୟମାନେ ଆହ୍ଲାଦିତ ହେଉନ୍ତୁ ଓ ଆନନ୍ଦ ସକାଶୁ ଗାନ କରନ୍ତୁ; କାରଣ ତୁମ୍ଭେ ନ୍ୟାୟରେ ଗୋଷ୍ଠୀୟବର୍ଗର ବିଚାର କରିବ ଓ ପୃଥିବୀରେ ଦେଶୀୟମାନଙ୍କୁ ଶାସନ କରିବ । [ସେଲା
ଗୀତସଂହିତା 67 : 5 (ORV)
ହେ ପରମେଶ୍ଵର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ; ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ ।
ଗୀତସଂହିତା 67 : 6 (ORV)
ପୃଥିବୀ ନିଜ ଫଳ ଉତ୍ପନ୍ନ କରିଅଛି; ପରମେଶ୍ଵର, ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ ।
ଗୀତସଂହିତା 67 : 7 (ORV)
ପରମେଶ୍ଵର ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ; ପୁଣି, ପୃଥିବୀର ସମସ୍ତ ପ୍ରା; ତାହାଙ୍କୁ ଭୟ କରିବେ ।

1 2 3 4 5 6 7

BG:

Opacity:

Color:


Size:


Font: